Posted inଜାତୀୟ

ଦିଲ୍ଲୀ ସେବା ବିଲ୍‌: ବିଜେଡିକୁ ଚିଦାମ୍ବରମ୍‌ଙ୍କ ସମାଲୋଚନା

ନୂଆଦିଲ୍ଲୀ,୩।୮: ଦିଲ୍ଳୀ ଅମଲାତନ୍ତ୍ରୀଙ୍କ ଉପରେ ନିୟନ୍ତ୍ରଣ ପାଇଁ ଉଦ୍ଦିଷ୍ଟ କେନ୍ଦ୍ରର ବିଲ୍‌କୁ ବୁଧବାର ଆନ୍ଧ୍ର ପ୍ରଦେଶର ତେଲୁଗୁ ଦେଶମ୍‌ ପାର୍ଟି (ଟିଡିପି) ସମର୍ଥନ ଘୋଷଣା କରିଛି। ଏହା ପୂର୍ବରୁ ଓଡ଼ିଶାର ବିଜୁ ଜନତା ଦଳ (ବିଜେଡି) ଏବଂ ଆନ୍ଧ୍ରର ଶାସକ ଓ୍ବାଇଏସ୍‌ଆର୍‌ କଂଗ୍ରେସ ସମର୍ଥନ ଘୋଷଣା କରିସାରିଛନ୍ତି। ୨୦୧୮ରେ ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ)ରୁ ଅଲଗା ହୋଇଥିବା ଏନ୍‌. ଚନ୍ଦ୍ରବାବୁ ନାଇଡୁଙ୍କ ଦଳ ଟିଡିପି ମୋଦି ସରକାର ବିରୋଧରେ କଂଗ୍ରେସ ପକ୍ଷରୁ ଆଗତ ଅନାସ୍ଥା ପ୍ରସ୍ତାବକୁ ମଧ୍ୟ ବିରୋଧ କରିବ ବୋଲି ଘୋଷଣା କରିଛି। ଟିଡିପିର ଲୋକ ସଭାରେ ୩ ଓ ରାଜ୍ୟ ସଭାରେ ଜଣେ ସଦସ୍ୟ ଅଛନ୍ତି। ଏହି ସମର୍ଥନ ଏନ୍‌ସିଟି ଦିଲ୍ଳୀ ସଂଶୋଧନ ବିଲ, ୨୦୨୩କୁ ଗୃହୀତ କରାଇବାରେ କେନ୍ଦ୍ରକୁ ବଳ ଦେବ ବୋଲି କୁହାଯାଉଛି।
ଅନ୍ୟପକ୍ଷେ ଦିଲ୍ଲୀର ଶାସକ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)କୁ ଏଥିଯୋଗୁ ଶକ୍ତ ଝଟ୍‌କା ଲାଗିଛି। ଏଏପି ଏମ୍‌ପି ରାଘବ ଚଢ଼ା କହିଛନ୍ତି, ଏହି ଦଳଗୁଡ଼ିକର କିଛି ତ ମଜବୁରି ଥିବ। ଏମିତି ବିନା କାରଣରେ କେହି ବଓ୍ବେଫା ହୁଅନ୍ତି ନାହିଁ। ଇଚ୍ଛା ହେଉଛି ବହୁତ ସତ କହିବାକୁ। କିନ୍ତୁ ସବୁ କହିହେଉ ନାହିଁ।
ସେହିପରି ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରମ୍‌ ଦିଲ୍ଲୀ ସେବା କର୍ତ୍ତୃପକ୍ଷ ବିଲ୍‌କୁ ବିଜେଡି ଏବଂ ଓ୍ବାଇଏସ୍‌ଆର୍‌ସିପିର ସମର୍ଥନ ଉପରେ ପ୍ରଶ୍ନ ଉଠାଇଛନ୍ତି। ଚିଦାମ୍ବରମ୍‌ କହିଛନ୍ତି, ବିଧେୟକକୁ ଭାଜପା ଏମ୍‌ପିଙ୍କ ସମର୍ଥନର କାରଣ ବୁଝି ହେଉଛି। କିନ୍ତୁ ଏହି ଦୁଇ ଦଳ ବିଲ୍‌କୁ ସମର୍ଥନ କରିବା ପଛର କାରଣ ବୁଝିହେଉନାହିଁ । ବିଜେଡି ଏବଂ ଓ୍ବାଇଏସ୍‌ଆର୍‌ସିପି ଏଥିରେ ମେରିଟ୍‌ ପାଇଛନ୍ତି କି ବୋଲି ଚିଦାମ୍ବରମ୍‌ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?