Posted inଜାତୀୟ

ଦିଲ୍ଲୀ ସ୍ଥିତି ଅଣାୟତ: ୩୦୦ରୁ ଅଧିକ ପୋଲିସ ଆହତ, ୨୨ ମାମଲା ରୁଜୁ

ନୂଆଦିଲ୍ଲୀ,୨୭।୧: ରାଜଧାନୀ ଦିଲ୍ଲୀରେ ପୋଲିସ ଏବଂ ଅନ୍ନଦାତା ମୁହାଁମୁହିଁ ହୋଇଛନ୍ତି। ଫଳରେ ସ୍ଥିତି ଅଣାୟତ ହେବାରେ ଲାଗିଛି। ଅନ୍ନଦାତାଙ୍କ ସହିତ ଧସ୍ତାଧସ୍ତିରେ ୩୦୦ରୁ ଅଧିକ ପୋଲିସ ଆହତ ହୋଇଛନ୍ତି। ସେଥିମଧ୍ୟରୁ ଉତ୍ତର ଦିଲ୍ଲୀରେ ୪୧ ଜଣ, ପୂର୍ବ ଦିଲ୍ଲୀରେ ୩୪, ପଶ୍ଚିମ ଦିଲ୍ଲୀରେ ୨୭, ଦ୍ୱାରକାରେ ୩୨, ଉତ୍ତର ଜିଲା ବାହାରେ ୧୨, ଶାହଦରାରେ ୫, ଦକ୍ଷିଣ ଜିଲାରେ ୪ ଏବଂ ଦିଲ୍ଲୀ ବାହାର ୭୫ ଜଣ ପୋଲିସ ଆହତ ହୋଇଛନ୍ତି। ଓ୍ବଜିରାବାଦ୍‌ ଏବଂ ବୁରାଡ଼ି ଏସ୍‌ଏଚ୍‌ଓ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ଟ୍ରାକ୍ଟର ଓଲଟି ପଡ଼ିବାରୁ ଜଣେ ପ୍ରଦର୍ଶନକାରୀଙ୍କ ମୃତ୍ୟୁ ଘଟିଛି। ସେ ହେଉଛନ୍ତି ୨୭ ବର୍ଷ ବୟସ୍କ ନବରିତ୍‌ ସିଂ। ସେ ଅଷ୍ଟ୍ରେଲିଆରେ ପାଠ ପଢୁଥିଲେ। ୩ ଦିନତଳେ ନବରିତ୍‌ ଭାରତ ଫେରିଥିଲେ। ଇତିମଧ୍ୟରେ ଏହି ହିଂସକ ଘଟଣାକୁ ନେଇ ୨୨ ମାମଲା ରୁଜୁ କରାଯାଇଛି। ସିସିଟିଭି ରେକର୍ଡିଂ ଆଧାରରେ ପ୍ରଦର୍ଶନକାରୀଙ୍କୁ ଚିହ୍ନ କରିବାକୁ ପୋଲିସ ପକ୍ଷରୁ ଉଦ୍ୟମ ଜାରି ରହିଛି। ଅନ୍ନଦାତାଙ୍କ ପ୍ରଦର୍ଶନ ନିୟନ୍ତ୍ରଣ ବାହାରକୁ ଚାଲି ଯିବାରୁ ପୋଲିସ ପକ୍ଷରୁ ଲାଠି ଚାର୍ଜ କରାଯିବା ସହିତ ଓ୍ବାଟର କ୍ୟାନନରୁ ପାଣି ମାଡ଼ କରାଯାଇଥିଲା। ସେହିପରି ପ୍ରଦର୍ଶନକାରୀଙ୍କୁ ଘଉଡ଼େଇବା ପାଇଁ ଲୁହବୁହା ଗ୍ୟାସ ମଧ୍ୟ ପ୍ରୟୋଗ କରାଯାଇଥିଲା। ସୁରକ୍ଷାକୁ ଦୃଷ୍ଟିରେ ରଖି ଗାଜିପୁର ମଣ୍ଡି, ଏନ୍‌ଏଚ୍‌-୯ ଏବଂ ଏନ୍‌ଏଚ୍‌-୨୪କୁ ବନ୍ଦ କରି ଦିଆଯାଇଛି। ଦିଲ୍ଲୀର ସ୍ଥିତିକୁ ନେଇ ବୁଧବାର ସୁପ୍ରିମ୍‌କୋର୍ଟ ପକ୍ଷରୁ ଗଠିତ ହୋଇଥିବା କମିଟି ବୈଠକକୁ ରଦ୍ଦ କରି ଦିଆଯାଇଛି। ବୈଠକ ଜାନୁୟାରୀ ୨୯ରେ ଅନୁଷ୍ଠିତ ହେବ ବୋଲି ଧାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁପି ରାଜ୍ୟସଭା ନିର୍ବାଚନ: ୮ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ଭାଜପା

ଲକ୍ଷ୍ନୌ,୫।୧୦: ଉତ୍ତର ପ୍ରଦେଶ(ୟୁପି)ରେ ହେବାକୁ ଥିବା ୨୦୨୬ ରାଜ୍ୟସଭା ନିର୍ବାଚନ ପାଇଁ ୮ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଭାଜପା। ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ଏହି…

କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପ: ଆରଇଟି ସର୍ଭେ ପାଇଁ ଡିଆରଏମ୍‌ଙ୍କୁ ଦାବି

କେସିଙ୍ଗା, ୫।୧୦ (ତୁମେଶ୍ୱର ସାହୁ): କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପର ଆରଇଟି ସର୍ଭେ ତଥା ପ୍ରକଳ୍ପ ପାଇଁ ଆବଶ୍ୟକ ବଜେଟ ବ୍ୟୟବରାଦ ଦାବିରେ କଳାହାଣ୍ଡି ରେଳ…

ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…

ଏହି ୩ ଜଣଙ୍କୁ ଚିକିତ୍ସା ବିଜ୍ଞାନରେ ନୋବେଲ: ମିଳିବ ଏତିକି ଟଙ୍କାର ପୁରସ୍କାର

ଷ୍ଟକହୋମ,୫।୧୦: ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚଳିତ ବର୍ଷର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। କାର୍ଲ ଡାଇସେରୋଥ, ପିଟର ହେଗେମାନ ଓ ଜର୍ଜ ନାଗେଲଙ୍କୁ ଫିଜିଓଲୋଜି ବା ମେଡିସିନ୍‌ରେ…

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

‘ସ୍ବଚ୍ଛତାକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଅଧ୍ୟକ୍ଷଙ୍କ ଆହ୍ବାନ’

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସୋମବାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ…

ଗାଁ ଭିତରେ ମଦ ବିକ୍ରିକୁ ବିରୋଧ, ଅବକାରୀ ଉପନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରି…

କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୂନମାଠ ପଞ୍ଚାୟତ ଅଧିନସ୍ଥ ବିଜ ଖମନ ଗ୍ରାମ ଭିତରେ ଦେଶୀ ଓ ବିଦେଶୀ ମଦ ବେନିୟମ ଭାବେ ବିକ୍ରିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?