Posted inଜାତୀୟ

ଅଗଷ୍ଟ ୨୯ରେ ଆସ୍ଥା ପ୍ରସ୍ତାବ ଆଣିବେ କେଜ୍‌ରିଓ୍ବାଲ ସରକାର

ନୂଆଦିଲ୍ଲୀ,୨୬।୮: ଦିଲ୍ଲୀରେ ବର୍ତ୍ତମାନ ରାଜନୈତିକ ଉଷ୍ମତା ସରଗରମ ରହିଛି। ଅଗଷ୍ଟ ୨୯ରେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସରକାର ଦିଲ୍ଲୀ ବିଧାନସଭାରେ ଆସ୍ଥା ପ୍ରସ୍ତାବ ଆଣିବେ। ଏନେଇ ବିଧାନସଭାର ସ୍ବତନ୍ତ୍ର ଅଧିବେଶନକୁ ଆଉ ଗୋଟିଏ ଦିନ ବୃଦ୍ଧି କରିବାକୁ ଶୁକ୍ରବାର ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏଥିରେ ଦିଲ୍ଲୀରେ ଏଏପି ଏବଂ ଭାଜପା ମଧ୍ୟରେ ଜାରି ରହିଥିବା ଆରୋପ ପ୍ରତ୍ୟାରୋପ ରାଜନୀତିରେ ଅବସାନ ଘଟାଇବାକୁ ଏହି ନିଷ୍ପତ୍ତି ନିଆଯାଇଛି। ଅନ୍ୟପଟେ କେଜ୍‌ରିଓ୍ବାଲ କହିଛନ୍ତି ଯେ, ବିଧାନସଭାରେ ଏଏପି ସରକାର ପକ୍ଷରୁ ଆସ୍ଥା ପ୍ରସ୍ତାବ ଆଣିବାକୁ ସ୍ଥିର କରାଯାଇଛି। ଦଳରେ ଜଣେ ବ୍ୟକ୍ତି ହୀରା ଥିବା ତାକୁ ଭାଙ୍ଗିବାକୁ ଅନେକ ପ୍ରୟାସ କରାଯାଉଥିବା କହି କେଜ୍‌ରିଓ୍ବାଲ ଭାଜପାକୁ ଟାର୍ଗେଟ କରିଛନ୍ତି। ଦିଲ୍ଲୀରେ ଭାଜପାର ଅପରେଶନ ଲୋଟସ୍‌ ବିଫଳ ହୋଇଛି। ଜନସାଧାରଣ ପ୍ରଶ୍ନ କରୁଛନ୍ତି ଯେ, ଏଏପିରେ କେତେଜଣ ବିଧାୟକ ରହିଛନ୍ତି। ତେବେ ଦଳରେ ସମସ୍ତ ବିଧାୟକ ରହିଛନ୍ତି ବୋଲି ଦାବି କରିବା ସହ ଦିଲ୍ଲୀବାସୀଙ୍କୁ ବିଶ୍ୱାସ ଦେବା ପାଇଁ ଦଳ ପକ୍ଷରୁ ଏହିି ନିଷ୍ପତ୍ତି ନିଆଯାଇଛି ବୋଲି ଅରବିନ୍ଦ କେଜ୍‌ରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ, ୨୩ ଓଏଏସ୍‌ଙ୍କୁ…

ଭୁବନେଶ୍ୱର,୧୧ା୧୨ (ରବିନାରାୟଣ ଜେନା): ରାଜସ୍ୱ ବିଭାଗ ପକ୍ଷରୁ ବୁଧବାର ୨୩ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, ମୋ-ସ୍କୁଲ ଅଭିଯାନର...

କେନ୍ଦ୍ର ଅସହାୟ କି? ଇଣ୍ଡିଗୋ ସଙ୍କଟକୁ ନେଇ ହାଇକୋର୍ଟଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୧୧ା୧୨: ସପ୍ତାହେରୁ ଊର୍ଦ୍ଧ୍ୱ ସମୟ ଧରି ବିମାନସେବାରେ ବିଭ୍ରାଟର ସମ୍ମୁଖୀନ ହୋଇଥିବା ଦେଶର ସର୍ୱବୃହତ୍‌ ଏୟାରଲାଇନ୍‌ ଇଣ୍ଡିଗୋର ବହୁ ଫ୍ଲାଇଟ ଉଡ଼ାଣ ରଦ୍ଦ ହୋଇଯାଇଥିବାବେଳେ ଉକ୍ତ...

‘ପର୍‌ ଡ୍ରପ୍‌ ମୋର୍‌ କ୍ରପ୍‌’ ଖର୍ଚ୍ଚ ବଢ଼ାଅ

ଭୁବନେଶ୍ୱର,୧୧।୧୨(ରବିନାରାୟଣ ଜେନା): କୃଷି ଓ କୃଷକଙ୍କ ହିତକୁ ଦୃଷ୍ଟିରେ ରଖି କେନ୍ଦ୍ର ଏବଂ ରାଜ୍ୟ ସରକାର ବହୁବିଧ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ବାସ୍ତବକ୍ଷେତ୍ରରେ ଅଧିକାରୀଙ୍କ...

ୟୁନେସ୍କୋର ସାଂସ୍କୃତିକ ଐତିହ୍ୟ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ, ୧୧ା୧୨: ୟୁନେସ୍କୋର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ଦୀପାବଳି ସ୍ଥାନ ପାଇଛି। ୟୁନେସ୍କୋ ରିପ୍ରେଜେଣ୍ଟିଭ ଲିଷ୍ଟ୍‌ ଅଫ୍‌ ଦ ଇନ୍‌ଟାଞ୍ଜିବଲ କଲ୍‌ଚ୍ୟୁରାଲ ହେରିଟେଜ୍‌ ଅଫ୍‌...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri