Posted inଜାତୀୟ

ଅଗଷ୍ଟ ୨୯ରେ ଆସ୍ଥା ପ୍ରସ୍ତାବ ଆଣିବେ କେଜ୍‌ରିଓ୍ବାଲ ସରକାର

ନୂଆଦିଲ୍ଲୀ,୨୬।୮: ଦିଲ୍ଲୀରେ ବର୍ତ୍ତମାନ ରାଜନୈତିକ ଉଷ୍ମତା ସରଗରମ ରହିଛି। ଅଗଷ୍ଟ ୨୯ରେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସରକାର ଦିଲ୍ଲୀ ବିଧାନସଭାରେ ଆସ୍ଥା ପ୍ରସ୍ତାବ ଆଣିବେ। ଏନେଇ ବିଧାନସଭାର ସ୍ବତନ୍ତ୍ର ଅଧିବେଶନକୁ ଆଉ ଗୋଟିଏ ଦିନ ବୃଦ୍ଧି କରିବାକୁ ଶୁକ୍ରବାର ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏଥିରେ ଦିଲ୍ଲୀରେ ଏଏପି ଏବଂ ଭାଜପା ମଧ୍ୟରେ ଜାରି ରହିଥିବା ଆରୋପ ପ୍ରତ୍ୟାରୋପ ରାଜନୀତିରେ ଅବସାନ ଘଟାଇବାକୁ ଏହି ନିଷ୍ପତ୍ତି ନିଆଯାଇଛି। ଅନ୍ୟପଟେ କେଜ୍‌ରିଓ୍ବାଲ କହିଛନ୍ତି ଯେ, ବିଧାନସଭାରେ ଏଏପି ସରକାର ପକ୍ଷରୁ ଆସ୍ଥା ପ୍ରସ୍ତାବ ଆଣିବାକୁ ସ୍ଥିର କରାଯାଇଛି। ଦଳରେ ଜଣେ ବ୍ୟକ୍ତି ହୀରା ଥିବା ତାକୁ ଭାଙ୍ଗିବାକୁ ଅନେକ ପ୍ରୟାସ କରାଯାଉଥିବା କହି କେଜ୍‌ରିଓ୍ବାଲ ଭାଜପାକୁ ଟାର୍ଗେଟ କରିଛନ୍ତି। ଦିଲ୍ଲୀରେ ଭାଜପାର ଅପରେଶନ ଲୋଟସ୍‌ ବିଫଳ ହୋଇଛି। ଜନସାଧାରଣ ପ୍ରଶ୍ନ କରୁଛନ୍ତି ଯେ, ଏଏପିରେ କେତେଜଣ ବିଧାୟକ ରହିଛନ୍ତି। ତେବେ ଦଳରେ ସମସ୍ତ ବିଧାୟକ ରହିଛନ୍ତି ବୋଲି ଦାବି କରିବା ସହ ଦିଲ୍ଲୀବାସୀଙ୍କୁ ବିଶ୍ୱାସ ଦେବା ପାଇଁ ଦଳ ପକ୍ଷରୁ ଏହିି ନିଷ୍ପତ୍ତି ନିଆଯାଇଛି ବୋଲି ଅରବିନ୍ଦ କେଜ୍‌ରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri