Posted inଜାତୀୟ

ଅତି ଖରାପ ସ୍ଥିତିରେ ଦିଲ୍ଲୀ ବାୟୁ ଗୁଣବତ୍ତା, ଘେରି ରହୁଛି ଧୂଳି, ଧୂଆଁର ଘନ ଆସ୍ତରଣ

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ରବିବାର ସକାଳେ ଅଧିକାଂଶ ପର୍ଯ୍ୟବେକ୍ଷଣ କେନ୍ଦ୍ରରେ ଅତି ଖରାପ ଦର୍ଶାଇଥିବା ବେଳେ ୭ଟିରେ ଗମ୍ଭୀର ସ୍ଥିତି ଦର୍ଶାଇଛି। ମୋଟାମୋଟି ଭାବେ ଏକ୍ୟୁଆଇ ୩୫୦ ଥିବା ସମୀର ଆପ୍‌ ଦର୍ଶାଇଥିବା ବେଳେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ତଥ୍ୟ ଅନୁଯାୟୀ, ତାହା ୩୫୨ ରହିଛି।

ଜାତୀୟ ରାଜଧାନୀର ଅଧିକାଂଶ ଅଞ୍ଚଳକୁ ଧୂଳି ଧୂଆଁର ଘନ ଆସ୍ତରଣ ଘେରି ରହିଛି। ୫୪ଟି ପର୍ଯ୍ୟବେକ୍ଷଣ କେନ୍ଦ୍ର ମଧ୍ୟରୁ ୪୭ଟିରେ ବାୟୁ ଗୁଣବତ୍ତା ଅତ୍ୟନ୍ତ ଖରାପ ରେକର୍ଡ ହୋଇଥିବା ବେଳେ ୭ଟିରେ ଗମ୍ଭୀର ବର୍ଗର ହୋଇଥିବା ରେକର୍ଡ କରାଯାଇଛି। ଆଇଆଇଟି ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ ସର୍ବାଧିକ ୪୨୮ ରହିଥିବା ବେଳେ ଏହା ପଛକୁ ଆଇଟିଓ (୪୧୪) ରହିଛି।

ସେହିପରି କମନଓ୍ବେଲ୍‌ଥ ସ୍ପୋଟର୍‌ସ କମ୍ପ୍ଲେକ୍ସଠାରେ ଏକ୍ୟୁଆଇ ୪୦୩ ରେକର୍ଡ ହୋଇଥିବାବେଳେ ଦିଲ୍ଲୀ ୟୁନିଭର୍ସିଟିର ନର୍ଥ କ୍ୟାମ୍ପସ୍‌ ଏବଂ ପୁସାଠାରେ ୪୦୨ ଏବଂ ବୁରାରି କ୍ରସିଂଠାରେ ୪୦୦ ରେକର୍ଡ ହୋଇଛି। ପଞ୍ଜାବ ବାଗ୍‌ ଏକ୍ୟୁଆଇ ୩୮୬, ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟଠାରେ ୩୮୩, ଅକ୍ଷରଧାମ ମନ୍ଦିରଠାରେ ୩୬୫, ଆର୍‌କେପୁରମ୍‌ଠାରେ ୩୩୯, ଓଖଲା ପେଜ୍‌-୨ଠାରେ ୩୩୦ ଏବଂ ମଇଦାନ ଗର୍ହିଠାରେ ଏକ୍ୟୁଆଇ ୩୨୫ ରହିଛି।

ରବିବାର ଦିଲ୍ଲୀର ସର୍ବନିମ୍ନ ତାପମାତ୍ରା ୧୮.୬ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଛି, ଯାହାକି ଚଳିତ ଋତୁର ହାରାହାରି ତାପମାତ୍ରାଠାରୁ ୫.୧ ଡିଗ୍ରୀ କମ୍‌ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଚାଞ୍ଚଲ୍ୟ: ଟ୍ରାଏଲ୍‌ ରୁମ୍‌ରେ ମହିଳା କର୍ମଚାରୀଙ୍କୁ ଗଳାକାଟି ହତ୍ୟା

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ଏକ ପୋଷାକ ଶୋ’ରୁମ୍‌ରେ କାମ କରୁଥିବା ଜଣେ ୧୮ ବର୍ଷୀୟା କର୍ମଚାରୀଙ୍କୁ ଟ୍ରାଏଲ୍‌ ରୁମ୍‌ରେ ଗଳାକାଟି ହତ୍ୟା କରାଯାଇଛି। ବ୍ୟକ୍ତିଗତ ସମ୍ପର୍କରେ ଫାଟ ଏବଂ…

ଏହି ୪ଟି ରାଶି ପାଇଁ ଆଗକୁ ରହିଛି କଠିନ ସମୟ, ସତର୍କ ନ ରହିଲେ ବଡ଼ ବିପଦ…

୧୬ ନଭେମ୍ବର ୨୦୨୬ରେ ସୂର୍ଯ୍ୟଦେବ ବିଛା ରାଶିକୁ ପ୍ରବେଶ କରିବେ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗୋଚରର ପ୍ରଭାବ କିଛି ରାଶିର ଜାତକଙ୍କ ଜୀବନରେ ପଡ଼ିପାରେ। ବିଶେଷକରି…

ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ: ଏକାଠି ହେଲେ କନ୍ଧମାଳ,ଗଜପତିର ଆଦିବାସୀ ସମାଜ

ବ୍ରାହ୍ମଣୀଗାଁ,୧୫।୧୧(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଶିବ ମନ୍ଦିର ପଡ଼ିଆରେ ରବିବାର ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।…

ଗୁଣପୁରରେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ

ଗୁଣପୁର,୧୫।୧୧(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ କଲୋନୀରେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ମିଳିଥିବା ସୂଚନା…

କେରଳ ହାଇକୋର୍ଟଙ୍କ ବଡ଼ ପ୍ରସ୍ତାବ, କିଶୋର ବୟସର ସୀମା ୧୮ରୁ ୧୬ ବର୍ଷକୁ ହ୍ରାସ….

କୋଚି,୧୫ା୧୧: ନାବାଳକ ବୟସ ସୀମାକୁ ନେଇ ବଡ଼ କଥା କହିଛନ୍ତି କେରଳ ହାଇକୋର୍ଟ । ଅପରାଧର ବଦଳୁଥିବା ସ୍ବରୂପ ଏବଂ ପିଲାମାନଙ୍କଠାରେ ଦେଖାଯାଉଥିବା ପରିପକ୍ୱତାକୁ ଦୃଷ୍ଟିରେ ରଖି…

ଠେଙ୍ଗାରେ ଆକ୍ରମଣ କରି ହତ୍ୟା ଉଦ୍ୟମ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୫।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଶ୍ରୀଚନ୍ଦନପୁର ଗ୍ରାମର ବିରୁପାକ୍ଷ ମହାପାତ୍ରଙ୍କୁ ଗ୍ରାମର ହିନ ଗଉଡ଼(୫୦) ଶନିବାର ଅପରାହ୍ନରେ ଏକ ଠେଙ୍ଗାରେ ଆକ୍ରମଣ କରି…

ମାଡ଼ି ଆସୁଛି ବାତ୍ୟା: ମୁକାବିଲା ପାଇଁ ଗଞ୍ଜାମ ପ୍ରଶାସନର ଆଗୁଆ ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୫।୧୧(ସବିତା ମିଶ୍ର): ପୁଣି ଏକ ସାମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୁରୁଷୋତ୍ତମପୁର ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ସହ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ…

ICCର ବଡ଼ ଘୋଷଣା; ଭାରତରେ ଏହି ଦିନଠୁ ଖେଳିଯିବ ବିଶ୍ବକପ୍

ନୂଆଦିଲ୍ଲୀ,୧୫ା୧୧: କ୍ରିକେଟ୍‌ପ୍ରେମୀଙ୍କ ପାଇଁ ବଡ଼ ଖବର । ୨୦୨୭ ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନ୍ସିପ୍‌ ଫାଇନାଲ୍‌ ଓ ଦିନିକିଆ ବିଶ୍ୱକପ୍‌କୁ ନେଇ ଉତ୍ସାହ ମଧ୍ୟରେ ଆଗାମୀ ୧୨ଟି ପୁରୁଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?