ଶାଳପତ୍ରରେ ସୁସ୍ବାଦୁ ବ୍ୟଞ୍ଜନ

ବାରିପଦା ଅଫିସ, ୧୯ା୧୦: ସଜେଇ ହେଉଛି ବିଶ୍ୱ ଐତିହ୍ୟ ଶିମିଳିପାଳ ଜାତୀୟ ଉଦ୍ୟାନ। ଆସନ୍ତା ନଭେମ୍ବର ୧ରେ ବିଧିବଦ୍ଧ ଭାବେ ପର୍ଯ୍ୟଟକଙ୍କ ପାଇଁ ଏହି ଅଭୟାରଣ୍ୟ ଖୋଲିବ। ଏନେଇ ୨୦ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଚଳିତବର୍ଷ ପର୍ଯ୍ୟଟକମାନଙ୍କୁ ଶାଳପତ୍ର ପ୍ଳେଟ୍‌ ଓ ଦନାରେ ସୁସ୍ବାଦୁ ଖାଦ୍ୟ ପରଷାଯିବା ସହିତ ମାଟି ପାତ୍ରରେ ଚା’ ଯୋଗାଇ ଦିଆଯିବାର ବ୍ୟବସ୍ଥା କରାଯାଇଛି ା ସେହିପରି ଶିମିଳିପାଳ ମଧ୍ୟକୁ ପ୍ରବେଶ ନିମନ୍ତେ ଅନଲାଇନ ଯୋଗେ ଯାନବାହନ ଓ ରହିବା ପାଇଁ କଟେଜ୍‌ ବ୍ୟବସ୍ଥା କରାଯାଇଛି ା ସାନ୍ତାଳୀ ଆଦିବାସୀ କଟେଜ୍‌, ଟ୍ରି ହାଉସ୍‌ ଓ ବାଉଁଶ ଘର ସହିତ ସୁସ୍ବାଦୁ ଖାଦ୍ୟ ଲାଗି ଅଗ୍ରୀମ ବ୍ୟବସ୍ଥା କରାଯାଇଛି ା ୨୫ତାରିଖରେ ସ୍ବତନ୍ତ୍ର ୱେବ୍‌ସାଇଟ ଉନ୍ମୋଚନ କରାଯିବ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ନିର୍ଦ୍ଦେଶକ ଟି. ଅଶୋକ କୁମାର କହିଛନ୍ତି ା ୨୭୫୦ବର୍ଗ କି.ମି. ପରିମିତ ଶିମିଳିପାଳ ଅଭୟାରଣ୍ୟ ଅନନ୍ୟ ସୌନ୍ଦର୍ଯ୍ୟର ଗନ୍ତାଘର। ଏଠାକାର ବୃକ୍ଷଲତା, ଝରଣା, ଜଳପ୍ରପାତ, ହ୍ରଦ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପରିବେଷ୍ଟିତ ପ୍ରକୃତିର ମନଲୋଭା ଦୃଶ୍ୟ ସାଙ୍ଗକୁ ଅତି ନିକଟରୁ ବନ୍ୟପ୍ରାଣୀଙ୍କୁ ଦେଖିବା ପ୍ରକୃତିପ୍ରେମୀଙ୍କୁ ଆକର୍ଷିତ କରିଥାଏ। ବାରିପଦାର ପିଠାବଟା ଓ ଯଶିପୁରର କାଳିଆମୀ ପ୍ରବେଶ ପଥ ଦେଇ ପର୍ଯ୍ୟଟକମାନେ ଅଭୟାରଣ୍ୟ ମଧ୍ୟକୁ ପ୍ରବେଶ କରିବା ନିମନ୍ତେ ରାସ୍ତାଘାଟ ମରାମତି କାର୍ଯ୍ୟ ଚାଲୁ ରହିଛି। ଶିମିଳିପାଳରେ ପର୍ଯ୍ୟଟକଙ୍କ ରାତ୍ରିଯାପନ ପାଇଁ ବିଭାଗ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନଙ୍କ ସୁରକ୍ଷା ନିମନ୍ତେ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ ସହ ବନ ସୁରକ୍ଷା ସମିତି ମାଧ୍ୟମରେ ଖାଦ୍ୟ ପରଷିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଜେନାବିଲ, ଜାମୁଆଣି, କୁମାରୀ, ଗୁଡୁଗୁଡ଼ିଆ, ବରେହିପାଣି ଓ ରାମତୀର୍ଥଠାରେ ପର୍ଯ୍ୟଟକଙ୍କ ରାତ୍ରିଯାପନ ପାଇଁ ୫ଟି ନେଚର କ୍ୟାମ୍ପ ରହିଛି। ୫ଟି ବଫର ଜୋନ୍‌ରେ ରାତ୍ରୀଯାପନ କରିବା ପାଇଁ ମୋଟ ୫୯ଟି କୁଟୀର ବା କଟେଜ ରହିଥିବା ବେଳେ ପର୍ଯ୍ୟଟକଙ୍କ ମନମୋହିବା ପାଇଁ ସାନ୍ତାଳୀ ସମ୍ପ୍ରଦାୟର କୁଟୀର, ଆଦିବାସୀ କୁଟୀର, ବାଉଁଶ କୁଟୀର ଓ ଟ୍ରି ହାଉସ ଭଳି ଆକର୍ଷଣୀୟ ବ୍ୟବସ୍ଥା କରାଯାଇଛି। ଏହାର ବୁକିଂ ପାଇଁ ନୂତନ ଭାବେ ଅନ୍‌ଲାଇନ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି ା ଶିମିଳିପାଳ ଡଟ୍‌ ଓଆର୍‌ଜି ୱେବ୍‌ ସାଇଟ୍‌ ଜରିଆରେ ପର୍ଯ୍ୟଟକମାନେ ରହିବା ଓ ଖାଇବାର ମଜା ନେଇପାରିବେ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ମାଟି ପାତ୍ରରେ ଚା’ ସହିତ କଞ୍ଚା ଶାଳପତ୍ରର ପ୍ଲେଟ୍‌ ଓ ଦନାରେ ଖାଦ୍ୟ ପରଷିବାର ବ୍ୟବସ୍ଥା କରାଯାଇଛି।
ଅଭୟାରଣ୍ୟ ଭିତରକୁ ପଶିବା ପାଇଁ ସାଥିରେ ଗାଇଡ୍‌ ନେବା ବାଧ୍ୟତାମୂଳକ। ସେହିପରି ପଲିଥିନ, ଅଗ୍ନି ସଂଯୋଗକାରୀ ସାମଗ୍ରୀ, ଆମିଷ ଓ ମାଦକଦ୍ରବ୍ୟ ବ୍ୟବହାର ଉପରେ କଟକଣା କରାଯାଇଛି। ଅପରାହ୍ନ ୩ଟା ପୂର୍ବରୁ ପର୍ଯ୍ୟଟକମାନେ ଯୋରନ୍ଦା ଓ ବରେହିପାଣି ଜଳପ୍ରପାତ ଏବଂ ଅପରାହ୍ନ ୪ଟା ପୂର୍ବରୁ ସମସ୍ତେ ଚହଲା ସ୍ଥାନ ଛାଡ଼ିବା ପାଇଁ ବାଧ୍ୟତାମୂଳକ ହୋଇଛି। ଉଲ୍ଲେଖଯୋଗ୍ୟ, ଗତ ୨ବର୍ଷ ହେଲା କରୋନା କଟକଣା ପାଇଁ ଶିମିଳିପାଳରେ ପର୍ଯ୍ୟଟକଙ୍କ ସଂଖ୍ୟା ହ୍ରାସ ପାଇଥିଲା। ୨୦୨୧-୨୨ରେ ମୋଟ ୨୯,୮୯୯ ଜଣ ପର୍ଯ୍ୟଟକଙ୍କ ମଧ୍ୟରୁ ଓଡ଼ିିଶାରୁ ୧୮,୯୩୦ ଏବଂ ରାଜ୍ୟ ବାହାରୁ ୧୧,୬୧୦ ଓ ୩ଜଣ ବିଦେଶୀ ପର୍ଯ୍ୟଟକ ଆସିଥିବା ଜଣାପଡ଼ିିଛି ା ସେମାନଙ୍କଠାରୁ ମୋଟ ୪୩,୩୧,୪୬୦ଟଙ୍କା ରାଜସ୍ବ ଆଦାୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri