Delimitation: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ଷ୍ଟାଲିନ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୭।୩: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଶୁକ୍ରବାର ୭ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ସୀମା ର୍ନିଦ୍ଧାରଣ ପ୍ରସଙ୍ଗରେ ଏକ ବୈଠକ ଡାକିଛନ୍ତି। ଷ୍ଟାଲିନ ଯେଉଁ ୭ ଜଣ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ସେମାନଙ୍କ ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିଜେପି ଶାସିତ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନ୍ତର୍ଭୁକ୍ତ। ଆଶ୍ଚର୍ଯ୍ୟଜନକ କଥା ହେଉଛି ଯେ ସୀମା ର୍ନିଦ୍ଧାରଣ ପ୍ରସଙ୍ଗରେ କେନ୍ଦ୍ର ବିରୋଧରେ ପ୍ରତିବାଦ ଜଣାଇ ଷ୍ଟାଲିନ ଭାଜପାଶାସିତ ମୁଖ୍ୟମନ୍ତ୍ରୀଙ୍କୁ ଫୋନ କରିଥିଲେ।

NDTV ରିପୋର୍ଟ ଅନୁଯାୟୀ, କେନ୍ଦ୍ରର ପ୍ରସ୍ତାବିତ ସୀମା ର୍ନିଦ୍ଧାରଣକୁ ବିରୋଧ କରିବା ପାଇଁ ଗଠିତ ମିଳିତ କାର୍ଯ୍ୟ କମିଟିରେ ଯୋଗଦେବାକୁ ଏମକେ ଷ୍ଟାଲିନ ଏହି ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି। ସେ ମାର୍ଚ୍ଚ ୨୨ରେ ଚେନ୍ନାଇରେ ହେବାକୁ ଥିବା ବୈଠକ ପାଇଁ କେରଳ ମୁଖ୍ୟମନ୍ତ୍ରୀ ପି ବିଜୟନ, କର୍ଣ୍ଣାଟକର ସିଦ୍ଧରମୈୟା, ତେଲେଙ୍ଗାନାର ରେବନ୍ତ ରେଡ୍ଡୀ, ଆନ୍ଧ୍ରର ଚନ୍ଦ୍ରବାବୁ ନାଇଡୁ ଏବଂ ପୁଡୁଚେରୀର ଏନ ରଙ୍ଗାସୱାମୀ, ମମତା ବାନାର୍ଜୀ ଏବଂ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ କରିଛନ୍ତି।

କେବଳ ଏତିକି ନୁହେଁ, ଏମ କେ ଷ୍ଟାଲିନ ଏହି ରାଜ୍ୟଗୁଡ଼ିକର ରାଜନୈତିକ ଦଳର ବରିଷ୍ଠ ନେତାମାନଙ୍କୁ ମଧ୍ୟ ଏକ ବୈଠକ ପାଇଁ ଡକାଇଛନ୍ତି। ‘ସୀମା ର୍ନିଦ୍ଧାରଣ ସଂଘୀୟତା ଉପରେ ଏକ ସ୍ପଷ୍ଟ ଆକ୍ରମଣ ଯାହା ସଂସଦରେ ଆମର ନ୍ୟାୟିକ ସୱରକୁ ଛଡ଼ାଇ ନେଇ ଜନସଂଖ୍ୟା ନିୟନ୍ତ୍ରଣ ସୁନିଶ୍ଚିତ କରୁଥିବା ରାଜ୍ୟଗୁଡ଼ିକୁ ଦଣ୍ଡିତ କରେ’ ସେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଲେଖିଛନ୍ତି। ଆମେ ଏହି ଗଣତାନ୍ତ୍ରିକ ଅନ୍ୟାୟ ହେବାକୁ ଦେବୁ ନାହିଁ! ଆସନ୍ତା ବର୍ଷ ତାମିଲନାଡୁରେ ବିଧାନସଭା ର୍ନିବାଚନ ଅଛି। ଏହା ପୂର୍ବରୁ, ଏମକେ ଷ୍ଟାଲିନ ହିନ୍ଦୀ ଏବଂ ସୀମା ର୍ନିଦ୍ଧାରଣ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ ଘେରି ଆସିଛନ୍ତି।

ଡିଏମକେ ସଭାପତି ଏମକେ ଷ୍ଟାଲିନ ଗୁରୁବାର କହିଛନ୍ତି ଯେ ଭାଷାଗତ ସମାନତା ଦାବି କରିବା ଉଗ୍ରବାଦୀ ନୁହେଁ। ଏହା ସହିତ, ସେ ଅଭିଯୋଗ କରିଥିଲେ ଯେ ପ୍ରକୃତ ଉଗ୍ରବାଦୀ ଏବଂ ଦେଶ ବିରୋଧୀ ହେଉଛନ୍ତି ହିନ୍ଦୀ ମୌଳବାଦୀ, ଯେଉଁମାନେ ବିଶ୍ୱାସ କରନ୍ତି ଯେ ସେମାନଙ୍କର ଅଧିକାର ସୱାଭାବିକ କିନ୍ତୁ ବିରୋଧ ଦେଶଦ୍ରୋହ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri