ପ୍ରଧାନମନ୍ତ୍ରୀଙ୍କ ଜନକଲ୍ୟାଣକାରୀ ଯୋଜନା ଘରେ ଘରେ ପହଞ୍ଚାଅ

ଭୁବନେଶ୍ୱର,୨୯।୧(ବ୍ୟୁରୋ): ୨୦୨୪ ପାଇଁ ଭାଜପା ରାଜ୍ୟ କାର୍ଯ୍ୟକାରିଣୀରେ ପ୍ରସ୍ତୁତ ୨ସୂତ୍ରୀ କାର୍ଯ୍ୟକ୍ରମକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ଲକ୍ଷ୍ୟରେ ଏବଂ ରାଜ୍ୟର ସାମ୍ପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଶନିବାର ସମସ୍ତ ସାଙ୍ଗଠନିକ ଜିଲାରେ ଗୋଟିଏ ଦିନରେ କାଯର୍‌ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି। ତୃଣମୂଳ ସ୍ତରରେ ବୁଥ୍‌କୁ ସଶକ୍ତ ଓ ସକ୍ରିୟ କରିବା ପାଇଁ ରଣନୀତି ପ୍ରସ୍ତୁତ ହୋଇଛି। କେନ୍ଦ୍ରରେ ନରେନ୍ଦ୍ର ମୋଦି ସରକାର ଓଡ଼ିଶା ପାଇଁ ଦେଉଥିବା ସମସ୍ତ କେନ୍ଦ୍ରୀୟ ଯୋଜନାର ଲାଭ କିଭଳି ଓଡ଼ିଶା ଲୋକ ପାଇବେ ଏ ବିଷୟରେ ଅବଗତ କରିବାକୁ ଜିଲା କାର୍ଯ୍ୟକାରିଣୀ ବୈଠକରେ ନିଷ୍ପତ୍ତିି ନିଆଯାଇଛି।
ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି, ବେକାରି ସମସ୍ୟା, ଚାଷୀ ସମସ୍ୟା, ଶିକ୍ଷା ସମସ୍ୟା, ଦୁର୍ନୀତି ଓ ଭ୍ରଷ୍ଟାଚାର, ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଅନିୟମିତତା, ମହିଳାଙ୍କ ଆର୍ଥତ୍କ ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ଅବଦାନ, ସ୍ବାସ୍ଥ୍ୟ ସେବା ଓ ପାନୀୟ ଜଳ, ଆଦିବାସୀ-ଦଳିତଙ୍କୁ ଅଣଦେଖା, ଓବିସି ବର୍ଗଙ୍କୁ ଅବହେଳା, ସମବାୟ ସଂସ୍ଥାର ଅଚଳାବସ୍ଥା ସମେତ ସ୍ଥାନୀୟ ସମସ୍ୟାକୁ ନେଇ ରାଜନୈତିକ ଚିଠା ପ୍ରସ୍ତାବ ଆଗତ ହୋଇଥିଲା। ସେହିପରି ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ମାଗଣା ଚାଉଳ ପ୍ରଦାନ, ଓଡ଼ିଶାକୁ ୨୮ଲକ୍ଷରୁ ଊର୍ଦ୍ଧ୍ୱ ପ୍ରଧାନମନ୍ତ୍ରୀ ଆବାସ, ଏସ୍‌ଏଚ୍‌ଜିକୁ ସୁଧ ଛାଡ଼, ଜାତୀୟ ରାଜପଥ ଓ ରେଳସେବା କ୍ଷେତ୍ରରେ ଓଡ଼ିଶାକୁ ଅଗ୍ରାଧିକାର, ଜି-୨୦ ସମ୍ମିଳନୀ ପାଇଁ ଓଡ଼ିଶାକୁ ଗୁରୁତ୍ୱ, ୫ଜି ନେଟ୍‌ୱର୍କ ସେବା ପ୍ରଚଳନ, ପ୍ରଧାନମନ୍ତ୍ରୀ ଖଣିଜ କ୍ଷେତ୍ରୀୟ କଲ୍ୟାଣ ଯୋଜନା ପ୍ରଭୃତିରେ ଓଡ଼ିଶାକୁ ବିପୁଳ ଅର୍ଥ ପ୍ରଦାନ କରିଥିବା ସମ୍ପର୍କରେ କାଯର୍‌ୟକାରିଣୀ ତରଫରୁ କେନ୍ଦ୍ର ସରକାର ଓ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଛି। ବୈଠକରେ ରାଜ୍ୟ, ଜିଲା ତଥା ସ୍ଥାନୀୟ ପ୍ରଶାସନର ଅପାରଗତା ଓ ନିଷ୍କ୍ରିୟତା ସମ୍ପର୍କରେ ଆଲୋଚନା ହେବା ସହ ଆଗାମୀ ଦିନରେ ଭାଜପାର ରୋଡ୍‌ ମ୍ୟାପ୍‌କୁ ନେଇ ବ୍ୟାପକ ଆଲୋଚନା ହୋଇଛି।
ଜିଲା କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟରୁ ଯାଇଥିବା ପର୍ଯ୍ୟବେକ୍ଷକମାନେ ଉପସ୍ଥିତ ଥିଲେ। ରାଜ୍ୟ ସଭାପତି ସମୀର ମହାନ୍ତି ମୟୂରଭଞ୍ଜ (ରାଇରଙ୍ଗପୁର ସାଙ୍ଗଠନିକ ଜିଲା), ରାଜ୍ୟ ସାଧାରଣ ସମ୍ପାଦକ (ସଙ୍ଗଠନ) ମାନସ ମହାନ୍ତି କୋରାପୁଟରେ ଉପସ୍ଥିତ ଥିବାବେଳେ ଅନ୍ୟ ରାଜ୍ୟ ପଦାଧିକାରୀ ଓ ବରିଷ୍ଠ ନେତୃବୃନ୍ଦ ଅନ୍ୟ ଜିଲା କାର୍ଯ୍ୟକାରିଣୀ ବୈଠକରେ ପର୍ଯ୍ୟବେକ୍ଷକ ଭାବେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୪।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୪।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନବୀନ, ଶାହା, ରାହୁଲଙ୍କ ପ୍ରଚାରକୁ ନଜର

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ଦେଶରେ ୭ଟି ପର୍ଯ୍ୟାୟ ମଧ୍ୟରୁ ଆସନ୍ତା ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ୍‌ ହେବ। ଯଦିଓ ରାଜ୍ୟର ୩ ପ୍ରମୁଖ ଦଳ...

ନିର୍ବାଚନରୁ ଓହରିଲେ ବିରଞ୍ଚତ୍

ଭୁବନେଶ୍ୱର, ୨୩।୪ (ବନ୍ଦନା ସେଠୀ):ନିର୍ବାଚନ ମଇଦାନରୁ ଓହରିଲେ ବିଜୁ ଜନତା ଦଳର କାର୍ଯ୍ୟକାରୀ ସଭାପତି ବିରଞ୍ଚତ୍ ମହାସୁପକାର ଓରଫ ଲିଟୁ। ଏବେ ସେ ଦଳ ପାଇଁ...

ନିଦ ହଜାଇଲେଣି ସାଇବର ଅପରାଧୀ

ଭୁବନେଶ୍ୱର,୨୩।୪ (ସୂର୍ଯ୍ୟକାନ୍ତ ବେହେରା):ବାରମ୍ବାର ସଚେତନତା ସତ୍ତ୍ୱେ ଦିନକୁ ଦିନ ଠକାମିର ଶିକାର ହେଉଛନ୍ତି ଲୋକେ। ବିଭିନ୍ନ କୌଶଳ ଆପଣାଇ ଲୁଟୁଛନ୍ତି ସାଇବର ଅପରାଧୀ। କେତେବେଳେ ହ୍ବାଟ୍‌ସଆପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri