ପ୍ରଧାନମନ୍ତ୍ରୀଙ୍କ ଜନକଲ୍ୟାଣକାରୀ ଯୋଜନା ଘରେ ଘରେ ପହଞ୍ଚାଅ

ଭୁବନେଶ୍ୱର,୨୯।୧(ବ୍ୟୁରୋ): ୨୦୨୪ ପାଇଁ ଭାଜପା ରାଜ୍ୟ କାର୍ଯ୍ୟକାରିଣୀରେ ପ୍ରସ୍ତୁତ ୨ସୂତ୍ରୀ କାର୍ଯ୍ୟକ୍ରମକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ଲକ୍ଷ୍ୟରେ ଏବଂ ରାଜ୍ୟର ସାମ୍ପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଶନିବାର ସମସ୍ତ ସାଙ୍ଗଠନିକ ଜିଲାରେ ଗୋଟିଏ ଦିନରେ କାଯର୍‌ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି। ତୃଣମୂଳ ସ୍ତରରେ ବୁଥ୍‌କୁ ସଶକ୍ତ ଓ ସକ୍ରିୟ କରିବା ପାଇଁ ରଣନୀତି ପ୍ରସ୍ତୁତ ହୋଇଛି। କେନ୍ଦ୍ରରେ ନରେନ୍ଦ୍ର ମୋଦି ସରକାର ଓଡ଼ିଶା ପାଇଁ ଦେଉଥିବା ସମସ୍ତ କେନ୍ଦ୍ରୀୟ ଯୋଜନାର ଲାଭ କିଭଳି ଓଡ଼ିଶା ଲୋକ ପାଇବେ ଏ ବିଷୟରେ ଅବଗତ କରିବାକୁ ଜିଲା କାର୍ଯ୍ୟକାରିଣୀ ବୈଠକରେ ନିଷ୍ପତ୍ତିି ନିଆଯାଇଛି।
ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି, ବେକାରି ସମସ୍ୟା, ଚାଷୀ ସମସ୍ୟା, ଶିକ୍ଷା ସମସ୍ୟା, ଦୁର୍ନୀତି ଓ ଭ୍ରଷ୍ଟାଚାର, ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଅନିୟମିତତା, ମହିଳାଙ୍କ ଆର୍ଥତ୍କ ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ଅବଦାନ, ସ୍ବାସ୍ଥ୍ୟ ସେବା ଓ ପାନୀୟ ଜଳ, ଆଦିବାସୀ-ଦଳିତଙ୍କୁ ଅଣଦେଖା, ଓବିସି ବର୍ଗଙ୍କୁ ଅବହେଳା, ସମବାୟ ସଂସ୍ଥାର ଅଚଳାବସ୍ଥା ସମେତ ସ୍ଥାନୀୟ ସମସ୍ୟାକୁ ନେଇ ରାଜନୈତିକ ଚିଠା ପ୍ରସ୍ତାବ ଆଗତ ହୋଇଥିଲା। ସେହିପରି ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ମାଗଣା ଚାଉଳ ପ୍ରଦାନ, ଓଡ଼ିଶାକୁ ୨୮ଲକ୍ଷରୁ ଊର୍ଦ୍ଧ୍ୱ ପ୍ରଧାନମନ୍ତ୍ରୀ ଆବାସ, ଏସ୍‌ଏଚ୍‌ଜିକୁ ସୁଧ ଛାଡ଼, ଜାତୀୟ ରାଜପଥ ଓ ରେଳସେବା କ୍ଷେତ୍ରରେ ଓଡ଼ିଶାକୁ ଅଗ୍ରାଧିକାର, ଜି-୨୦ ସମ୍ମିଳନୀ ପାଇଁ ଓଡ଼ିଶାକୁ ଗୁରୁତ୍ୱ, ୫ଜି ନେଟ୍‌ୱର୍କ ସେବା ପ୍ରଚଳନ, ପ୍ରଧାନମନ୍ତ୍ରୀ ଖଣିଜ କ୍ଷେତ୍ରୀୟ କଲ୍ୟାଣ ଯୋଜନା ପ୍ରଭୃତିରେ ଓଡ଼ିଶାକୁ ବିପୁଳ ଅର୍ଥ ପ୍ରଦାନ କରିଥିବା ସମ୍ପର୍କରେ କାଯର୍‌ୟକାରିଣୀ ତରଫରୁ କେନ୍ଦ୍ର ସରକାର ଓ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଛି। ବୈଠକରେ ରାଜ୍ୟ, ଜିଲା ତଥା ସ୍ଥାନୀୟ ପ୍ରଶାସନର ଅପାରଗତା ଓ ନିଷ୍କ୍ରିୟତା ସମ୍ପର୍କରେ ଆଲୋଚନା ହେବା ସହ ଆଗାମୀ ଦିନରେ ଭାଜପାର ରୋଡ୍‌ ମ୍ୟାପ୍‌କୁ ନେଇ ବ୍ୟାପକ ଆଲୋଚନା ହୋଇଛି।
ଜିଲା କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟରୁ ଯାଇଥିବା ପର୍ଯ୍ୟବେକ୍ଷକମାନେ ଉପସ୍ଥିତ ଥିଲେ। ରାଜ୍ୟ ସଭାପତି ସମୀର ମହାନ୍ତି ମୟୂରଭଞ୍ଜ (ରାଇରଙ୍ଗପୁର ସାଙ୍ଗଠନିକ ଜିଲା), ରାଜ୍ୟ ସାଧାରଣ ସମ୍ପାଦକ (ସଙ୍ଗଠନ) ମାନସ ମହାନ୍ତି କୋରାପୁଟରେ ଉପସ୍ଥିତ ଥିବାବେଳେ ଅନ୍ୟ ରାଜ୍ୟ ପଦାଧିକାରୀ ଓ ବରିଷ୍ଠ ନେତୃବୃନ୍ଦ ଅନ୍ୟ ଜିଲା କାର୍ଯ୍ୟକାରିଣୀ ବୈଠକରେ ପର୍ଯ୍ୟବେକ୍ଷକ ଭାବେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?