Posted inଫୁରସତ

‘ଥ୍ରି ଇଡିୟଟ୍‌’ ଷ୍ଟାଇଲରେ ପ୍ରସବ

ଲକ୍ଷ୍ନୌ, ୧୯ା୧: ଅମୀର ଖାନଙ୍କ ଅଭିନୀତ ଲୋକପ୍ରିୟ ଚଳଚ୍ଚିତ୍ର ‘ଥ୍ରି ଇଡିୟଟ’ ଷ୍ଟାଇଲରେ ଜଣେ ଗର୍ଭବତୀଙ୍କ ପ୍ରସବ କରାଇଛନ୍ତି ଜଣେ ଦିବ୍ୟାଙ୍ଗ ଯୁବକ। ଉପସ୍ଥିତ ବୁଦ୍ଧି ଖଟାଇ ସମ୍ପୂର୍ଣ୍ଣ ସୁରକ୍ଷିତ ଭାବେ ସେ ବିନା କୌଣସି ସ୍ବାସ୍ଥ୍ୟ ଉପକରଣ ବ୍ୟବହାରକରି ମହିଳାଙ୍କ ପ୍ରସବ କରାଇ ଚର୍ଚ୍ଚାକୁ ଆସିଛନ୍ତି। ଶନିବାର ରାତିରେ ମଧ୍ୟପ୍ରଦେଶର ମହିଳା ଜଣକ ଟ୍ରେନ୍‌ରେ ଘରକୁ ଯାଉଥିଲେ। ଦିଲ୍ଲୀରୁ ଟ୍ରେନ ଛାଡିବା ପରେ ମହିଳାଙ୍କ ପ୍ରସବ ଯନ୍ତ୍ରଣା ଆରମ୍ଭ ହୋଇଯାଇଥିଲା। ସେଠାରେ ଉପସ୍ଥିତ ଦିଲ୍ଲୀର ଜଣେ ଲାବ ଟେକ୍ନିସିଆନ ସୁନୀଲ ପ୍ରଜାପତି ଟିଟିଇଙ୍କୁ କହି ଫାଷ୍ଟଏଡ୍‌ ବକ୍ସ ମଗାଇଥିଲେ। ପରେ ଜଣେ ଡାକ୍ତରଙ୍କୁ ଭିଡିଓ କଲ କରିଥିଲେ। ଚାଦର, ସିଲେଇ ସୂତା, ଯାତ୍ରୀଙ୍କ ସେଭିଂ କିଟ୍‌ରୁ ବ୍ଲେଡ ବ୍ୟବହାର ସହ ଡାକ୍ତରଙ୍କ କହିବା ମୁତାବକ ସୁନୀଲ କାମ କରିଥିଲେ। ମହିଳା ଜଣକ ଟ୍ରେନ୍‌ରେ ହିଁ ପ୍ରସବ କରିଥିଲେ। ପରେ ନବଜାତକଙ୍କ ସହ ପ୍ରସୂତିଙ୍କୁ ମଥୁରାର ଏକ ହସ୍ପିଟାଲକୁ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri