Posted inଜାତୀୟ

୧୯୮୪ ଦଙ୍ଗାକୁ କେହି ଭୁଲି ପାରିବେ ନାହିଁ, ମୋଦି ସରକାର ଆସିବା ପରେ ପୀଡ଼ିତଙ୍କୁ ମିଳିଲା ନ୍ୟାୟ: ଶାହା

ନୂଆଦିଲ୍ଲୀ,୧୩।୧୦: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି, ୧୯୮୪ ଦଙ୍ଗାକୁ କେହି କେବେ ଭୁଲି ପାରିବେ ନାହିଁ। ଶିଖ ବିରୋଧୀ ଦଙ୍ଗାର ପୀଡିତମାନେ ମୋଦୀ ସରକାର କ୍ଷମତାକୁ ଆସିବା ପରେ ହିଁ ନ୍ୟାୟ ପାଇବା ଆରମ୍ଭ କରିଥିଲେ। ଦଙ୍ଗା ସହ ଜଡିତ ୩୦୦ ମାମଲା ପୁନଃ ଖୋଲାଯାଇ ପ୍ରତ୍ୟେକ ପୀଡିତଙ୍କ ପରିବାରକୁ ପାଞ୍ଚ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରାଯାଇଛି ବୋଲି ସେ କହିଛନ୍ତି।

ଶୁକ୍ରବାର ଅମିତ ଶାହା ଶୁକ୍ରବାର ଦିଲ୍ଲୀ ଶିଖ ଗୁରୁଦ୍ୱାର ପ୍ରବନ୍ଧନ ସମିତିର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଜନତାଙ୍କୁ ସମ୍ବୋଧିତ କରିବା ସମୟରେ ଏହା କହିଛନ୍ତି।

ସ୍ବରାଷ୍ଟ୍ର ମନ୍ତ୍ରୀ କହିଛନ୍ତି ଯେ ୧୯୮୪ଦଙ୍ଗାକୁ କେହି ଭୁଲି ପାରିବେ ନାହିଁ। ମୋଦି ସରକାର କ୍ଷମତାକୁ ଆସିବା ପର୍ଯ୍ୟନ୍ତ କାହାକୁ ଦଣ୍ଡ ଦିଆଯାଇ ନାହିଁ। ଅନେକ ତଦନ୍ତ କମିଶନ ମଧ୍ୟ ଗଠନ କରାଯାଇଥିଲା, କିନ୍ତୁ କୌଣସି ଫଳାଫଳ ମିଳିଲା ନାହିଁ, କିନ୍ତୁ ଯେତେବେଳେ ମୋଦି ସରକାର କ୍ଷମତାକୁ ଆସିଲେ, ଏହା ଏସଆଇଟି ଗଠନ କଲା ଏବଂ ୩୦୦ ମାମଲା ପୁନଃ ଖୋଲାଗଲା।

ଅମିତ ଶାହା କହିଛନ୍ତି ଯେ ଏହି ଦଙ୍ଗାରେ ଦୋଷୀ ଥିବା ଲୋକଙ୍କୁ ଜେଲ ପଠାଇବା ମୋଦି ସରକାର ଆରମ୍ଭ କରିଛନ୍ତି। ଏହା ସହିତ ୩,୩୨୮ ପୀଡିତଙ୍କ ପରିବାରକୁ ପ୍ରତ୍ୟେକଙ୍କୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri