Posted inଜାତୀୟ

ଝାଡ଼ଖଣ୍ଡରେ ଚିହ୍ନଟ ଭାରିଆଣ୍ଟ ଅଧିକ ବିପଜ୍ଜନକ

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ କରୋନା ଭୂତାଣୁର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଚିହ୍ନଟ ହୋଇଛି। ଫଳରେ ଏହି ରାଜ୍ୟରେ ଖୁବ୍‌ଶୀଘ୍ର ସଂକ୍ରମଣର ତୃତୀୟ ଲହର ଆସିବା ସମ୍ଭାବନା ବୃଦ୍ଧି ପାଇଛି। ଝାଡ଼ଖଣ୍ଡରୁ କୋଭିଡ୍‌-୧୯ ପରୀକ୍ଷା ବେଳେ ସଂଗୃହୀତ ନମୁନା ଜିନୋମ ସିକ୍ୱେନ୍ସିଂ ପାଇଁ ଭୁବନେଶ୍ୱରର ଆଇଏସ୍‌ଏଲ୍‌କୁ ପଠାଯାଇଥିଲା। ଭୂତାଣୁର ନୂଆ ଭାରିଆଣ୍ଟକୁ ଶୀଘ୍ର ଠାବ କରିବା ଲାଗି ଝାଡ଼ଖଣ୍ଡକୁ ଜିନୋମ ସିକ୍ୱେନ୍ସିଂ ମେଶିନ ଯୋଗାଇଦେବାକୁ ରାଜ୍ୟ ସ୍ବାସ୍ଥ୍ୟ ସଚିବ ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର୍‌)କୁ ଅନୁରୋଧ କରିଛନ୍ତି। ଅନ୍ୟ ଭାରିଆଣ୍ଟଠାରୁ ଡେଲ୍ଟା ପ୍ଲସ୍‌ ଅଧିକ ବିପଜ୍ଜନକ ବୋଲି ରାଜେନ୍ଦ୍ର ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସର ମାଇକ୍ରୋବାୟୋଲୋଜି ବିଭାଗ ମୁଖ୍ୟ ଡ. ମନୋଜ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri