ଡେଲ୍ଟା ଭାରିଆଣ୍ଟ ତାଣ୍ଡବ, ହସ୍ପିଟାଲରେ ବେଡ୍‌ ଅଭାବ…

ଓ୍ବାଶିଂଟନ,୩୦।୮: ଆମେରିକାରେ କରୋନା ମହାମାରୀର ଡେଲ୍ଟା ଭାରିଆଣ୍ଟ ଯୋଗୁ ବିପଦ ସୃଷ୍ଟି ହୋଇଛି। ଡେଲ୍ଟା ତାଣ୍ଡବ ରଚିବା ଦ୍ୱାରା ଇତି ମଧ୍ୟରେ ମୃତ୍ୟୁ ସଂଖ୍ୟା ୫୦ ପ୍ରତିଶତରୁ ଅଧିକ ବୃଦ୍ଧି ପାଇଛି। ଆମେରିକାର ୧୪ଟି ରାଜ୍ୟରେ ଏକ ସପ୍ତାହରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଡାକ୍ତରଖାନାରେ ଭର୍ତ୍ତି ହେଉଥିବା ରୋଗୀଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। କେତେକ ସହରରେ ମୃତଦେହ ରଖିବା ପାଇଁ ମଧ୍ୟ ସ୍ଥାନର ଅଭାବ ଦେଖାଦେଇଛି। ମୋଟ ୪୨ ଟି ରାଜ୍ୟରେ ଡେଲ୍ଟା ଭାରିଆଣ୍ଟର ସଂକ୍ରମଣ ହୋଇଥିବା ସ୍ଥାନୀୟ ସ୍ବାସ୍ଥ୍ୟବିଭାଗ ପକ୍ଷରୁ କୁହାଯାଇଛି। ଅକ୍ସିଜେନ ଅଭାବ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଅପରପକ୍ଷରେ ହସ୍ପିଟାଲରେ ବେଡ୍‌ ସମସ୍ୟା ସୃଷ୍ଟି ହୋଇଛି। ଜନ ହପକିନ୍ସ ବିଶ୍ୱବିଦ୍ୟାଳୟ ଅନୁଯାୟୀ, ୨୮ଟି ରାଜ୍ୟରେ ମୃତ୍ୟୁ ସଂଖ୍ୟାରେ ୧୦ ପ୍ରତିଶତ ବୃଦ୍ଧି ଘଟିଛି। ଆଲାବାମାରେ ୫,୫୭୧ ଛୋଟ ପିଲା ସଂକ୍ରମିତ ହୋଇଛନ୍ତି। ଏଠାରେ ସଂକ୍ରମଣ ହାର ମଧ୍ୟ ୨୩ ପ୍ରତିଶତ ଅତିକ୍ରମ କରିଛି । ଫ୍ଲୋରିଡା, ଦକ୍ଷିଣ କାରୋଲିନା, ଟେକ୍ସାସ ଏବଂ ଲୁଇସିୟାନାରେ ଥିବା ହସ୍ପିଟାଲଗୁଡ଼ିକରେ ଅକ୍ସିଜେନ ଅଭାବ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri