‘ଏବେବି ଡେଲ୍‌ଟା ଭାରିଆଣ୍ଟ ସକ୍ରିୟ’

ଭୁବନେଶ୍ୱର,୨୯।୧(ବ୍ୟୁରୋ): ରାଜ୍ୟରେ ଓମିକ୍ରନ ସହ ଡେଲ୍‌ଟା ଭାରିଆଣ୍ଟ ସକ୍ରିୟ ରହିଛି। କିଛିଦିନ ତଳେ ହୋଇଥିବା ସାମ୍ପଲ ସର୍ଭେରୁ ଏହା ଜଣାପଡିଛି। ରାଜ୍ୟରେ ଏବେ ବି ୨୫ରୁ ୩୦ ପ୍ରତିଶତ ଡେଲ୍‌ଟା ରହିଛି ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ।
ସେ ଆହୁରି ମଧ୍ୟ କହିଛନ୍ତି, ଯେହେତୁ ଡେଲ୍‌ଟା ଭାରିଆଣ୍ଟ ଅଧିକ ଗୁରୁତର କରିଥାଏ, ଆମେ ନିଶ୍ଚିତ ଭାବେ କହିପାରିବା ସ୍ଥିତି ସୁଧୁରୁଥିଲେ ବି ବିପଦ ଟଳିନାହିଁ। ନିଜକୁ ବିପଦମୁକ୍ତ କରି ରଖନ୍ତୁ। ଏହାର ଉପାୟ ହେଉଛି, ଯେଉଁମାନେ ଟିକା ନେଇନାହାନ୍ତି, ଟିକା ନିଅନ୍ତୁ। ମାସ୍କ ପିନ୍ଧନ୍ତୁ, ସାମାଜିକ ଦୂରତା ରଖନ୍ତୁ। ଆମେ ଯେଉଁଭଳି ଭାବରେ କାର୍ଯ୍ୟକଳାପ ଜାରି ରଖିଥିଲେ, ସେହିଭଳି ଜାରି ରଖିବା ବୋଲି କହିଛନ୍ତି ।