ବ୍ରହ୍ମପୁର ଜେଲ ଅଧୀକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ବ୍ରହ୍ମପୁର ସର୍କଲ ଜେଲ ଅଧୀକ୍ଷକ (ସୁପରିଣ୍ଟେଣ୍ଡେଣ୍ଟ) ନିଜ କର୍ତ୍ତବ୍ୟରେ ଅବହେଳା କରିଥିବା ଅଭିଯୋଗ ହୋଇଛି। ତେଣୁ ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ କେରଳ ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲ ଓଡ଼ିଶା ପୋଲିସ ଡିଜିଙ୍କୁ ଚିଠି ଲେଖିଛନ୍ତି। ଚିଠି ପାଇବା ପରେ ଗତ ୧୯ତାରିଖରେ କ୍ରାଇମ୍‌ବ୍ରାଞ୍ଚ ଜେଲ ମହାନିର୍ଦ୍ଦେଶକଙ୍କୁ ଅଧୀକ୍ଷକଙ୍କ ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ କହିଛି।
ସୂଚନାଅନୁଯାୟୀ, କେରଳ ମାଠିଲାକମ୍‌ ଥାନା ଅଞ୍ଚଳରେ ଶ୍ରମିକ ଭାବେ କାମ କରୁଥିବା ଗଞ୍ଜାମ ଜିଲା ଗଙ୍ଗପୁର ଥାନା ଅନ୍ତର୍ଗତ ଜାହାଡ଼ା ଗ୍ରାମର ତୁଫାନ୍‌ ମଲ୍ଲିକ ତାଙ୍କ ୩ ସହଯୋଗୀଙ୍କ ସହ ମିଶି ୨୦୧୯ରେ ସେଠାକାର ଜଣେ ୨୪ ବର୍ଷୀୟ ଯୁବକଙ୍କୁ ହତ୍ୟା କରିଥିଲେ। ଏନେଇ ସ୍ଥାନୀୟ ପୋଲିସ ଏକ ମାମଲା (ନଂ.୫୮୩/୨୦୧୯) ରୁଜୁ କରି ତୁଫାନ୍‌ଙ୍କ ସମେତ ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରି ଜେଲ ପଠାଇଥିଲା। ତେବେ ୨୦୨୧ ମାର୍ଚ୍ଚ ୧୮ରେ ତୁଫାନ୍‌ଙ୍କୁ ଜାମିନ ମିଳିଥିଲା। କୋର୍ଟଙ୍କ ବିନା ଅନୁମତିରେ ତୁଫାନ କେରଳ ଛାଡ଼ିବେ ନାହିଁ ଏବଂ ଆବଶ୍ୟକ ସମୟରେ ପୋଲିସ ନିକଟରେ ହାଜର ହେବାକୁ ଜାମିନରେ ସର୍ତ୍ତ ରହିଥିଲା। ତେବେ ତୁଫାନ ଏହାକୁ ଅବଜ୍ଞା କରି ଓଡ଼ିଶା ଚାଲି ଆସିଥିଲେ। ପରେ ଜଣେ ନାବାଳିକାଙ୍କୁ ଯୌନ ଉତ୍ପୀଡ଼ନ ଦେବା ଅଭିଯୋଗରେ ପୋକ୍‌ସ ଆଇନର ଦଫା ୮ରେ ଗଞ୍ଜାମ ପୋଲିସ ତୁଫାନଙ୍କୁ ଗିରଫ କରିଥିଲା। ତାଙ୍କୁ ୨୦୨୧ ଜୁନ ୫ରେ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିଲ। ଅନ୍ୟପକ୍ଷେ କେରଳ ଇରିଞ୍ଜଲାକୁଡ଼ା କୋର୍ଟ ବ୍ରହ୍ମପୁର ସର୍କଲ୍‌ ଜେଲ କର୍ତ୍ତୃପକ୍ଷଙ୍କ ନିକଟକୁ ଅଭିଯୁକ୍ତ ତୁଫାନଙ୍କ ବିରୋଧରେ ୨୦୨୨ ଫେବୃୟାରୀ ୨୩ରେ ଏକ ୱାରେଣ୍ଟ ପଠାଇଥିଲେ। ଜେଲ କର୍ତ୍ତୃପକ୍ଷ ୱାରେଣ୍ଟ ପାଇବା ପରେ କୌଣସି ପଦକ୍ଷେପ ଗ୍ରହଣ କରି ନ ଥିଲେ। ଏହାପରେ ଅସଦାଚରଣ ମାମଲାରେ ତୁଫାନ ଜାମିନ ପାଇ ଏପ୍ରିଲ ୫ରେ ଜେଲରୁ ବାହାରିଥିଲେ। ହେଲେ ତୁଫାନ୍‌ ଜାମିନରେ ଆସିବା ପୂର୍ବରୁ ତାଙ୍କ ବିରୋଧରେ କେରଳ କୋର୍ଟଙ୍କ ୱାରେଣ୍ଟ ଆସିଥିଲେ ମଧ୍ୟ ଏନେଇ ଜେଲ କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ନ ନେଇଥିବା ସମ୍ପର୍କରେ ଇରିଞ୍ଜଲାକୁଡ଼ା କୋର୍ଟ କେରଳ ହାଇକୋର୍ଟଙ୍କୁ ଅବଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri