Posted inଜାତୀୟ

ଶର୍ଟ ସେଲରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ନୂଆଦିଲ୍ଲୀ,୪।୨: ଆମେରିକୀୟ ଶର୍ଟ ସେଲର ହିଣ୍ଡେନ୍‌ବର୍ଗ ରିସର୍ଚ୍ଚ ଜାନୁୟାରୀ ୨୪ରେ ଆଦାନୀ ସମୂହ ବିରୋଧରେ ଷ୍ଟକ୍ସ ଓ ଆକାଉଣ୍ଟସ୍‌ ହେରଫେର ଅଭିଯୋଗ ଆଣିବା ପରଠୁ ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀ ୧୨୦ ବିଲିୟନ୍‌ରୁ ଊର୍ଦ୍ଧ୍ୱ ଡଲାର କ୍ଷତି ସହିଲେଣି। ଆଦାନୀ ଗ୍ରୁପ୍‌ ଅଧୀନ ୧୦ କମ୍ପାନୀ ସମେତ ଅନ୍ୟ ବିଜ୍‌ନେସ୍‌ ହାଉସ୍‌ଗୁଡ଼ିକର ଶେୟାର ମୂଲ୍ୟ ମଧ୍ୟ ଖସିଛି। ଗତ ୭ ଟ୍ରେଡିଂ ସେସନରେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ଶେୟାର ୬୬% ତଳକୁ ଖସିଛି। ଏହି କୃତ୍ରିମ କ୍ରାଶ୍‌ ପାଇଁ ହିଣ୍ଡେନ୍‌ବର୍ଗ ମାଲିକ ନାଥନ୍‌ ଆଣ୍ଡର୍ସନଙ୍କୁ ଦାୟୀ କରି ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ ହୋଇଛି।
ପୁଞ୍ଜିବଜାରରେ ଶର୍ଟ ସେଲିଂ ପାଇଁ ଷ୍ଟକ୍ସ କିଣିବାକୁ ପଡ଼ି ନ ଥାଏ। ଧାରରେ ଶେୟାର ନେଇ ବିକ୍ରି କରାଯାଇଥାଏ। ପରବର୍ତ୍ତୀ ସମୟରେ ଷ୍ଟକ୍ସ ମୂଲ୍ୟ ହ୍ରାସ ପାଇଲେ ତାକୁ କମ୍‌ ଅର୍ଥରେ କିଣିବା ଦ୍ୱାରା ଭଲ ମିଳେ। ହିଣ୍ଡେନ୍‌ବଗ୍‌ ଗୋଷ୍ଠୀ ଗବେଷଣା କରି ରାତାରାତି କମ୍ପାନୀଗୁଡ଼ିକର ବଜାର ମୂଲ୍ୟକୁ ତଳକୁ ଟାଣିନେଇଥାଏ। ଏହା ଏକ ମଣିଷକୃତ ବିପର୍ଯ୍ୟୟ ବୋଲି ସୁପ୍ରିମକୋର୍ଟରେ ଆଇନଜୀବୀ ଏମ୍‌.ଏଲ୍‌. ଶର୍ମା ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଖଲ କରିଛନ୍ତି। ଶର୍ଟ ସେଲିଂକୁ ନିବେଶକମାନଙ୍କ ବିରୋଧରେ ଏକ ଅପରାଧ ରୂପେ ବିବେଚନା କରାଯାଉ। ଶର୍ଟ ସେଲରଙ୍କ ବିରୋଧରେ ଭାରତୀୟ ପିଙ୍ଗଳ କୋଡ୍‌ (ଆଇପିସି) ଦଫା ୪୨୦ (ଠକେଇ) ଏବଂ ଭାରତୀୟ ପ୍ରତିଭୂତି ବିନିମୟ ବୋର୍ଡ (ସେବି) ଆଇନ ବଳରେ ମାମଲା ରୁଜୁ ନିମନ୍ତେ ଶୀର୍ଷ ଅଦାଲତ ନିର୍ଦ୍ଦେଶ ଦିଅନ୍ତୁ ବୋଲି ଶର୍ମା ନିବେଦନ କରିଛନ୍ତି। ଭାରତୀୟ ନାଗରିକଙ୍କ ସ୍ବାର୍ଥ ଦୃଷ୍ଟିରୁ ଶର୍ଟ ସେଲରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ଜରୁରୀ ବୋଲି ସେ ନିଜ ପିଟିଶନରେ ଉଲ୍ଲେଖ କରିଛନ୍ତି।
ଆଦାନୀଙ୍କ ଉପରୁ ନିବେଶକମାନଙ୍କ ଆସ୍ଥା ତୁଟିବା ଏକ ଜାତୀୟ ପ୍ରସଙ୍ଗ ପାଲଟିଗଲାଣି। ବିରୋଧୀ ଦଳଗୁଡ଼ିକ ଏହା ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜବାବ ମାଗୁଛନ୍ତି। ଯୁଗ୍ମ ସଂସଦୀୟ କମିଟି (ଜେପିସି) କିମ୍ବା ସୁପ୍ରିମକୋର୍ଟ ଦ୍ୱାରା ନିଯୁକ୍ତ ପ୍ୟାନେଲ ଜରିଆରେ ଏହି ଅନିୟମିତତାର ତଦନ୍ତ ଦାବିରେ କଂଗ୍ରେସ ସମେତ ୯ ବିରୋଧୀ ଦଳ ପାର୍ଲାମେଣ୍ଟରେ ହଟ୍ଟଗୋଳ କରୁଛନ୍ତି। ଶୁକ୍ରବାର ବଜେଟ ଅଧିବେଶନର ଚତୁର୍ଥ ଦିନରେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ଉଭୟ ଲୋକ ସଭା ଓ ରାଜ୍ୟ ସଭାକୁ ପୁଣି ଦିନକ ପାଇଁ ମୁଲତବୀ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri