ନୂଆଁଖାଇ ଛୁଟି ୩ ଦିନ ଦାବି ତେଜିଲା

ବରଗଡ଼ ଅଫିସ୍‌,୨୭।୮: ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ସେପ୍ଟେମ୍ବର ୧ରେ ପାଳନ ହେବ। ରାଜ୍ୟ ସରକାର ଏଥିପାଇଁ ସେପ୍ଟେମ୍ବର ୧ତାରିଖକୁ ଛୁଟି ଘୋଷଣା କରିଛନ୍ତି। ଅନ୍ୟପଟେ ୩ଦିନ ନୂଆଁଖାଇ ଛୁଟି ଘୋଷଣା କରିବାକୁ କୋସଲ ସେନା ସମେତ ବିଭିନ୍ନ ସଙ୍ଗଠନ ଦାବି କରିଛନ୍ତି। ଏହି ଦାବି ନେଇ ଶୁକ୍ରବାର କୋସଲ ସେନାର କର୍ମୀମାନେ ଜିଲାପାଳଙ୍କ ଅଫିସକୁ ଆସି ଦାବି ଜଣାଇଥିଲେ। ଗତ ୨୨ତାରିଖରୁ ଏହି ଦାବି ଜଣାଇବା ସତ୍ତ୍ବେ କିଛି ପଦକ୍ଷେପ ନିଆଯାଇ ନ ଥିବା ଅଭିଯୋଗ କରି ସେମାନେ ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା ଏବଂ ପୋଲିସ ସହିତ ବିକ୍ଷୋଭକାରୀଙ୍କ ଧସ୍ତାଧସ୍ତି ହୋଇଥିବା ଦେଖିବାକୁ ମିଳିଥିଲା।
ପରେ ଜିଲାପାଳ ମୋନିଷା ବାନାର୍ଜୀ ଘଟଣାସ୍ଥଳରେ ପହଞ୍ଚତ୍ କୋସଲ ସେନା କର୍ମୀଙ୍କ ସହିତ ଆଲୋଚନା କରିଥିଲେ ଏବଂ ସେମାନଙ୍କ ଦାବି ନେଇ ଆର୍‌ଡ଼ିସିଙ୍କୁ ଜଣାଇ ଦେଇଥିବା କହିଥିଲେ। ଏହାସହିତ ଏକ ସ୍ମାରକପତ୍ର ମଧ୍ୟ ଗ୍ରହଣ କରିଥିଲେ। ଯଦି ଦାବି ମୁତାବକ ୩ଦିନ ନୂଆଁଖାଇ ଛୁଟି ଘୋଷଣା କରା ନ ଯାଏ, ଆସନ୍ତା ୨୯ତାରିଖରେ କୋସଲ ସେନା ନେତୃତ୍ୱରେ ରାସ୍ତା ଅବରୋଧ କରାଯିବ ବୋଲି ସ୍ମାରକପତ୍ରରେ ଚେତାବନୀ ଦିଆଯାଇଛି। ଦେବୀ ପ୍ରସାଦ ମିଶ୍ର, ବରୁଣ ବେହେରା, ସୁଦାମ ପାତ୍ର ପ୍ରମୁଖ ଏଥିରେ ସକ୍ରିୟ ଅଂଶଗ୍ରହଣ କରିଥିଲେ। ସୂଚନାଯୋଗ୍ୟ, ନୂଆଁଖାଇ ପଶ୍ଚିମ ଓଡ଼ିଶାବାସୀଙ୍କ ଏକ ମୁଖ୍ୟପର୍ବ। ଉକ୍ତ ପର୍ବରେ ପରିବାର ସଦସ୍ୟ ଯେଉଁଠି ଥିଲେ ମଧ୍ୟ ଘରେ ଏକାଠି ହୋଇ ନବାନ୍ନ ଭକ୍ଷଣ କରିବାର ପରମ୍ପରା ରହିଛି। ଫଳରେ ଦୂର ଦୂରାନ୍ତରରେ ଥିବା ପରିବାର ସଦସ୍ୟ ଘରକୁ ଆସିଥାନ୍ତି। ଏହି ଦୃଷ୍ଟିରୁ ନୂଆଁଖାଇ ଛୁଟିକୁ ଦିନେ ବଦଳରେ ୩ଦିନ କରିବାକୁ କୋସଲ ସେନା ସମେତ ବିଭିନ୍ନ ସଙ୍ଗଠନ ପକ୍ଷରୁ ଦାବି ହୋଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri