କନ୍ଧମାଳ ଜିଲାକୁ ୩ ଏନ୍‌ଏଚ୍‌ ସଂଯୋଗ ଦାବି

ବାଲିଗୁଡ଼ା,୧୫। ୪(ଡି.ଏନ.ଏ.): କନ୍ଧମାଳ ଜିଲାକୁ ଜାତୀୟ ରାଜପଥ ସହ ଯୋଡିବା ପାଇଁ ବାଲିଗୁଡ଼ା ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ନୂଆଦିଲ୍ଲୀ ଲୋକସଭା ଭବନରେ ଭେଟିଛନ୍ତି। ଏହି ଜିଲା ଦେଇ ରାୟପୁରଠାରୁ ଗୋପାଳପୁର ୫୯ନଂ ଏକମାତ୍ର ଜାତୀୟ ରାଜପଥ ରହିଥିବା ବେଳେ ଆଉ ତିନୋଟି ଜାତୀୟ ରାଜପଥ ନିର୍ମାଣ ପାଇଁ ଲିଖିତ ପ୍ରସ୍ତାବ ଦେଇଛନ୍ତି। ସେଗୁଡିକ ହେଲା ଜାତୀୟ ରାଜପଥ ନଂ.୫୭ ମାଧପୁରଠାରୁ ଖଜୁରୀପଡ଼ା, ଫୁଲବାଣୀ, ଫିରିଙ୍ଗିଆ, ସାରଙ୍ଗଗଡ ଦେଇ କ. ନୂଆଗାଁ ନିକଟସ୍ଥ ଦାରିଙ୍ଗବାଡି ୫୯ନଂ.ଜାତୀୟ ରାଜପଥକୁ ସଂଯୋଗ, ଦ୍ୱିତୀୟ ବାଲିଗୁଡ଼ା ୫୯ନଂ. ଜାତୀୟ ରାଜପଥ ଠାରୁ ବାରଖମା, ସୁଡ୍ରା, ଲଣ୍ଡାଗାଁ, କଣ୍ଟାମାଳ ଦେଇ ସୋନପୁର ନିକଟରେ ସଂଯୋଗ, ତୃତୀୟରେ ତୁମୁଡ଼ିବନ୍ଧ ୫୯ ନଂ.ଜାତୀୟ ରାଜପଥଠାରୁ କୋଟଗଡ, ମୁନିଗୁଡ଼ା, ବିଷମକଟକ ହୋଇ ରାୟଗଡ଼ାରେ ସଂଯୋଗ। ପୂର୍ବରୁ ଏକ ଲିଖିତ ପତ୍ର ପ୍ରଦାନ କରିଥିବା ବେଳେ ଏବେ ପୁଣି ଉକ୍ତ ଦାବିକୁ ପତ୍ର ମାଧ୍ୟମରେ ଦୋହରାଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଗୁରୁତର ସହ ଗ୍ରହଣ କରିଛନ୍ତି। ପୂର୍ବ ଚିଠି ନେଇ କ’ଣ ଅଗ୍ରଗତି ହୋଇଛି ତାହା ଖୁବଶୀଘ୍ର ପୂର୍ବତନ ବିଧାୟକ ମାଝୀଙ୍କୁ ଜଣାଇବା ପାଇଁ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ତେବେ ମାଝୀ ଆଶାବ୍ୟକ୍ତ କରିଛନ୍ତି ଯେ କେନ୍ଦ୍ରମନ୍ତ୍ରୀ ଖୁବଶିଘ୍ର ଏହି କାଯର୍‌ୟ ଆଗକୁ ନେଇ ଜାତୀୟ ରାଜପଥ ମା୍ଯଯତା ପ୍ରଦାନ କରିବେ। ଏହି ତିନୋଟି ଜାତୀୟ ରାଜପଥ ନିର୍ମାଣ ହୋଇଗଲେ କନ୍ଧମାଳ ଜିଲାରୁ ପଡ଼ୋଶୀ ଆନ୍ଧ୍ର ପ୍ରଦେଶକୁ ଯାତାୟାତ ସହ ପଶ୍ଚିମ, ଦକ୍ଷିଣ ଓ ପୂର୍ବ ଓଡ଼ିଶାକୁ ଯାତାୟାତ ପାଇଁ ରାସ୍ତା ସୁଗମ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌...

୧୨ ବର୍ଷ ଧରି କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦ୍ରାପଡ଼ା,୨୯ା୪ (ଜଗନ୍ନାଥ ଧଳ): ଛକ ବଜାରଠାରୁ ଗ୍ରାମାଞ୍ଚଳରେ କୁକୁଡା ମାଂସ ବିକ୍ରୟ କେନ୍ଦ୍ର ଭରପୂର ରହିଛି। କେଜି ପ୍ରତି ୨୨୦ରୁ ୩୫୦ ଟଙ୍କାରେ ମାଂସ ବିକ୍ରି...

ଗଣେଶ୍ୱରଙ୍କ ସମ୍ମୁଖରେ ଦୁଇ ମହିଳା ପ୍ରତିଦ୍ୱନ୍ଦ୍ୱୀ

କେନ୍ଦ୍ରାପଡ଼ା, ୨୯ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ରାଜନୀତି ଏକ ରୋଚକ ସ୍ଥିତିରେ ପହଞ୍ଚତ୍ଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳର ବିଧାୟକ ପ୍ରାର୍ଥୀ ଘୋଷଣା...

ବଢୁଛି ଇଟାଭାଟି, ପ୍ରଶାସନର ରହୁନି ଅଙ୍କୁଶ

ପଟ୍ଟାମୁଣ୍ଡାଇ, ୨୯ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ବଢ଼ି ପ୍ରବଳ ଖରା ସାଙ୍ଗକୁ ଗରମ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri