ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି ଆଦି କାଗଜପତ୍ର ଦେବାକୁ କୁହାଯାଉଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଏହାକୁ ନେଇ ବିରୋଧ ତେଜି ଉଠି ଥିବାବେଳେ ବୁଧବାର ବରଗଡ଼ ଜିଲାର ପ୍ରାଥମିକ କୃଷି ସମବାୟ ସମିତି(ପାକ୍ସ) ସଭାପତିମାନେ ଏକାଠି ହୋଇ ଏଗ୍ରିଷ୍ଟାକ୍‌ ଆଇଡ଼ି ଉଚ୍ଛେଦ ଦାବି କରିଛନ୍ତି। ଏହି ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପାକ୍ସ ସଭାପତି ସଂଘ ସମବାୟ ସମିତି ସମୂହ ଉପ ନିବନ୍ଧକ(ଡିଆରସିଏସ୍‌) ଯୁଗଳ କିଶୋର ଦାଶଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।
ଦାବିପତ୍ରରେ ସେମାନେ ଉଲ୍ଲେଖ କରିଛନ୍ତି, ଓଡ଼ିଶା କୃଷିପ୍ରଧାନ ରାଜ୍ୟ ଏବଂ କୃଷି ଅର୍ଥନୀତି ଉପରେ ନିଭରଶୀଳ। ରାଜ୍ୟରେ ବିଶେଷଭାବେ ଧାନଚାଷ କରାଯାଏ ଏବଂ ତାହା ବିକ୍ରିବଟା ପାଇଁ ମଣ୍ଡି ବ୍ୟବସ୍ଥା ମଧ୍ୟ ରହିଛି। ସେହିପରି ଧାନ ସଂଗ୍ରହ ପ୍ରକ୍ରିୟାକୁ ସୂଚାରୁଭାବେ ପରିଚାଳନା କରିବା ନେଇ ଧାନବିକ୍ରି ପଞ୍ଜୀକରଣ ବ୍ୟବସ୍ଥା ରହିଛି। ମାତ୍ର ଚଳିତବର୍ଷ ପଞ୍ଜୀକରଣ ପ୍ରକ୍ରିୟାକୁ ଯେଭଳି ଜଟିଳ କରି ଦିଆଯାଇଛି, ତାହା ଚାଷୀମାନଙ୍କ ପାଇଁ ଅଡୁଆ ସାଜିଛି। ପଞ୍ଜୀକରଣ ସମୟରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି ଆଦି କାଗଜପତ୍ର ଦେବାକୁ କୁହାଯାଉଛି। ସେହିପରି ବିଭିନ୍ନ ସମୟରେ ସର୍ଭର ଡାଉନ୍‌ ରହୁଥିବାବେଳେ ପଞ୍ଜୀକରଣ ପାଇଁ ପର୍ଯ୍ୟାପ୍ତ ସମୟ ଦିଆଯାଉ ନାହିଁ। ଏଭଳି ସ୍ଥିତିରେ ଅନେକ ଚାଷୀ ପଞ୍ଜୀକୃତ ହୋଇ ପାରିବେ ନାହିଁ ଏବଂ ଧାନବିକ୍ରିରୁ ବଞ୍ଚିତ ହେବେ।
ଫଳରେ ଧାନବିକ୍ରି ପଞ୍ଜୀକରଣରୁ ଏଗ୍ରିଷ୍ଟାକ୍‌, ଇ-କେୱାଇସିକୁ ହଟାଇ ପଞ୍ଜୀକରଣ ପ୍ରକ୍ରିୟାକୁ ସରଳୀକରଣ କରିବା ପାଇଁ ପାକ୍ସ ସଭାପତି ସଂଘ ଦାବି କରିଛି। ବରଗଡ଼ ଅଗ୍ରଗ୍ରାମୀ ଯୁବକ ସଂଘରେ ସବୁ ପାକ୍ସର ସଭାପତିବୃନ୍ଦ ସମବେତ ହୋଇଥିଲେ ଏବଂ ଏକ ବୈଠକ କରିବା ପରେ ଡିଆର୍‌ସିଏସ୍‌ଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ପ୍ରଫୁଲ୍ଲ କୁମାର ନାଏକ, ହରିଶଙ୍କର ବେହେରା, ଆଶିଷ କୁମାର ପ୍ରଧାନ, ଗୋବିନ୍ଦ ସାହୁ, ଅଶ୍ୱିନୀ ତ୍ରିପାଠୀ, ରବିଶଙ୍କର ପ୍ରଧାନ, ଗଇଧଲ ରଣା, ବିରୋସେନ ସାହୁ, କେ. ରାମବାବୁ, ହେମନ୍ତ ପଣ୍ଡା ପ୍ରମୁଖ ଦାବିପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପୋତାଗଡ଼ରେ ନାହିଁ ପାନୀୟ ଜଳ ବ୍ୟବସ୍ଥା, ପର୍ଯ୍ୟଟକ ହନ୍ତସନ୍ତ

ଗଞ୍ଜାମ,୨୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରୁ କିଛି ଦୂରରେ ରହିଛି ଐତିହାସିକ ପୋତାଗଡ଼ । ଏହି ପୁରାତନ ବ୍ରିଟିଶ ଅମଳର ପୋତାଗଡ଼ ଦୁର୍ଗକୁ ଦେଖିବା ପାଇଁ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?