ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ପାଇଁ ପ୍ରତି ସ୍କୁଲରେ ଜଣେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବି

ଭୁବନେଶ୍ୱର,୨୨ା୧୦(ଅସମାପିକା ସାହୁ)ପ୍ରତ୍ୟେକ ସାଧାରଣ ବିଦ୍ୟାଳୟରେ ଦିବ୍ୟାଙ୍ଗ ବିଦ୍ୟାର୍ଥୀଙ୍କ ଶିକ୍ଷା ପାଇଁ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ସୁପ୍ରିମକୋର୍ଟ ଗତ ଅଗଷ୍ଟ ୨୨ରେ ଏ ସଂକ୍ରାନ୍ତ ମାଲାର ଶୁଣାଣି କରି ଦିବ୍ୟାଙ୍ଗ ବିଦ୍ୟାର୍ଥୀଙ୍କ ଶିକ୍ଷା ପାଇଁ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ପ୍ରସଙ୍ଗକୁ ଗମ୍ଭୀରତାର ସହ ନେଇଥିଲେ। ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ଦେଇଥିବା ନିର୍ଦ୍ଦେଶ ଅନୁସାରେ, ଆଗାମୀ ୬ ସପ୍ତାହ ଭିତରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତିର ବିଜ୍ଞାପନ ବାହାର କରିବେ। ବିଳମ୍ବ ହେଲେ ସେହି ରାଜ୍ୟର ମୁଖ୍ୟ ଶାସନ ସଚିବ କୋର୍ଟରେ ହାଜର ହୋଇ କୈଫିୟତ ଦେବେ। ଗତ ୧୭ ତାରିଖ ପରବର୍ତ୍ତୀ ଶୁଣାଣିରେ ସୁପ୍ରିମକୋର୍ଟ କହିଥିଲେ, ଯେଉଁ ରାଜ୍ୟ କୋର୍ଟରେ ନିଯୁକ୍ତି ସମ୍ପର୍କିତ ଆଫିଡେଭିଟ୍‌ ଦାଖଲ କରିନାହାନ୍ତି, ସେସବୁ ରାଜ୍ୟ ଖୁବ୍‌ଶୀଘ୍ର ଦାଖଲ କରନ୍ତୁ। ଏଥିସହିତ ବିଚାରପତି ସି. ଟି. ରବିକୁମାର ବିରକ୍ତ ପ୍ରକାଶ କରି ସରକାରୀ ଆଇନଜୀବୀଙ୍କୁ ପଚାରିଥିଲେ ଯେ, ଭାରତ ସରକାରଙ୍କ ଗାଇଡ୍‌ଲାଇନ୍‌ ଅନୁଯାୟୀ ଗୋଟିଏ ବିଦ୍ୟାଳୟରେ ଗୋଟିଏ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି କାହିଁକି କରୁନାହାନ୍ତି? ଏହି ପରିପ୍ରେକ୍ଷୀରେ ଓଡ଼ିଶା ସ୍ପେଶାଲ ଏଜୁକେଟର ଫେଡେରେଶନ ଫର୍‌ ଦିବ୍ୟାଙ୍ଗ ସଂଘ କହିଛି, ଦିବ୍ୟାଙ୍ଗ ବିଦ୍ୟାର୍ଥୀଙ୍କ ଶିକ୍ଷା ପାଇଁ ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତିକୁ ଓଡ଼ିଶା ସରକାର ବିଳମ୍ବ କରୁଛନ୍ତି। ସୁପ୍ରିମକୋର୍ଟର ନିର୍ଦ୍ଦେଶ ଅନୁଯାୟୀ ଖୁବ୍‌ଶୀଘ୍ର ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତିର ବିଜ୍ଞାପନ ବାହାର କରିବା ପାଇଁ ସଂଘ ଓଡ଼ିଶା ସରକାରଙ୍କ ନିକଟରେ ଦୃଢ଼ ଦାବି ରଖୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଟିଏମସି ସଂକଟ ବଢ଼ିଲା, କଂଗ୍ରେସ ଶିବିରରେ ଖୁସିର ଲହରୀ,ଜାଣନ୍ତୁ କାହିଁକି

କୋଲକାତା,୬।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରାଜୟ ପରେ, ଟିଏମସି ଭାଙ୍ଗିଯାଇଛି। ମମତା ବାନାର୍ଜୀଙ୍କ ସମ୍ମୁଖରେ ଦଳକୁ ଏକ ରଖିବାର ଚ୍ୟାଲେଞ୍ଜ ରହିଛି, ଯେତେବେଳେ ନେତାମାନେ ଦଳ ଛାଡି…

ଭାରତ ପାଇଁ ଖୁସିଖବର: ରୁଷିଆ ଯୋଗାଇବ…

ସେଣ୍ଟ ପିଟର୍ସବର୍ଗ,୬ା୬ (ପି.ଟି.): ଭାରତକୁ ୫ମ ପିଢ଼ି ଯୁଦ୍ଧବିମାନ ସୁଖୋଇ ଏସ୍‌ୟୁ-୫୭ ଯୋଗାଇଦେବା ପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ପ୍ରସ୍ତାବ ଦେଇଛନ୍ତି। ଏହି ଯୁଦ୍ଧବିମାନ ଭାରତରେ…

ନୂଆ ରାଜନୈତିକ ଆନ୍ଦୋଳନ ଆରମ୍ଭକଲେ ଆନ୍ନାମଲାଇ

ଚେନ୍ନାଇ,୬ା୬: ତାମିଲନାଡୁ ଭାଜପାର ପୂର୍ବତନ ସଭାପତି କେ. ଆନ୍ନାମଲାଇଙ୍କ ଇସ୍ତଫାପତ୍ରକୁ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଗ୍ରହଣ କରିବା ପରେ ସେ ‘ଓ୍ବି ଦି ଲିଡର୍ସ’…

ବରିଷ୍ଠ ଶିଶୁ ବିଶେଷଜ୍ଞ ପଲଉ ପ୍ରଧାନଙ୍କ ପରଲୋକ: ଅନେକଙ୍କ ପାଇଁ ଥିଲେ ଆଶାର ଆଲୋକ

ଭବାନୀପାଟଣା,୬।୬(ଉତ୍ତମ କୁମାର ଦାଶ):ବରିଷ୍ଠ ଶିଶୁ ବିଶେଷଜ୍ଞ ତଥା ଅବସରପ୍ରାପ୍ତ ଡାକ୍ତର ପଲଉ ପ୍ରଧାନ (୭୦)ଙ୍କ ଶନିବାର ସକାଳେ ପରଲୋକ ହୋଇଯାଇଛି। ତାମିଲନାଡୁର କୋଏମ୍ବାଟୁରର ଏକ ହୋଟେଲରେ ହୃଦଘାତ…

ଆଗ ଥଇଥାନ, ପରେ ଉଚ୍ଛେଦ କର: ସୁଇପର କଲୋନୀବାସୀ ଜିଲାପାଳଙ୍କୁ ଫେରାଦ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ପର୍ଯ୍ୟାୟକ୍ରମେ ଏହି ପୌରାଞ୍ଚଳର ଗୋଟିଏ ୱାର୍ଡରୁ ଅନ୍ୟ ୱାର୍ଡ଼ରେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ତେବେ ଉଚ୍ଛେଦ ପୂର୍ବରୁ…

ଧାନ ଶୀଘ୍ର ନ ଉଠିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ମାତ୍ର ୪ଦିନ ପରେ ଏହି ପ୍ରକ୍ରିୟାକୁ ମାସେ ପୂରିବ। ହେଲେ ଏପର୍ଯ୍ୟନ୍ତ ଧାନ ବିକ୍ରିବଟା…

ଶୌଚ ପାଇଁ ଯାଇଥିଲେ ଜମୁନା, ହଠାତ୍‌ ମାଡ଼ିଆସିଲା ହାତୀ: ଆଉ ତା’ପରେ ଯାହା ଘଟିଲା…

ବଣାଇଁ,୬।୬(ପ୍ରଦୀପ ତ୍ରିପାଠୀ):ସୁନ୍ଦରଗଡ ଜିଲା ବଣାଇଁ ଉପଖଣ୍ଡ ତଥା ରାଉରକେଲା ବନଖଣ୍ଡର ବାଙ୍କି ବନାଞ୍ଚଳରେ ଏକ ଛଅ ଟିକିଆ ହାତୀପଲ ଘୁରି ବୁଲୁଥିବାବେଳେ ବନ ବିଭାଗ ତାଙ୍କୁ ଘଡାଇଥିଲେ…

ମମତାଙ୍କ ଟେନ୍‌ସନ୍‌ ବଢିଲା: ଘରେ ଡାକିଥିଲେ ବୈଠକ, ଯୋଗଦେଲେ ମାତ୍ର…

କୋଲକାତା,୬ା୬:ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ମମତା ବାନାର୍ଜୀଙ୍କ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ପୂର୍ବରୁ ସେ ଡାକିଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri