ପାହାଡ଼ୀ ମଣିଷ ହରିହରଙ୍କ ପରିବାରକୁ ସହାୟତା ପ୍ରଦାନ ଦାବି

ଓଡ଼ଗାଁ,୨୯ା୯(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ବାଣ୍ଠପୁର ପଞ୍ଚାୟତ ଅଧୀନ ତୁଲୁବି ଗ୍ରାମକୁ ବିଖ୍ୟାତ ଗ୍ରାମରେ ପରିଣତ କରିଥିବା ପାହାଡ଼ି ମଣିଷ ହରିହର ବେହେରାଙ୍କ ମଙ୍ଗଳବାର ପରଲୋକ ହୋଇଥିଲା ା ତାଙ୍କ ପରିବାରକୁ ସହାୟତା ପ୍ରଦାନ କରିବାକୁ ସବୁ ମହଲରେ ଦାବି ହେଉଛି ା ନାବାଳକରୁ ସାବାଳକ ଓ ପରେ ପରିଣତ ବୟସ ପର୍ଯ୍ୟନ୍ତ ପାହାଡ଼ କାଟି ଗାଁକୁ ରାସ୍ତା ଫିଟାଇଥିବା ହରିହରଙ୍କ ପରଲୋକ ପରେ ତାଙ୍କ ପରିବାରର ୫ ସଦସ୍ୟା ଓ ଏକମାତ୍ର ଶିଶୁ ପୁତ୍ର ଅସହାୟ ହୋଇପଡିଛନ୍ତି ା ଜୀବନ ସାରା କୋଡି, କୋଦାଳ, ପିଲି ଶଗଡ ଦ୍ୱାରା ବଣ, ପାହାଡ କାଟି ଗାଁକୁ ରାସ୍ତା ଫିଟାଇବାରେ ନିମଗ୍ନ ରହିଥିବା ହରିହରଙ୍କ ସମ୍ପର୍କରେ ୨୦୧୦ ମାର୍ଚ୍ଚ ୨୮ରେ ଧରିତ୍ରୀରେ ଏକ ରିପୋର୍ଟ ପ୍ରକାଶ ପାଇବା ପରେ ସେ ଲୋକ ଲୋଚନବକୁ ଆସିଥିଲେ ା ହରିହରଙ୍କ ପରଲୋକ ପରେ ତାଙ୍କର ଦୁଇ ବିଧବା ସ୍ତ୍ରୀ, ଶିଶୁପୁତ୍ର, ବିଧବା ଭାଉଜ ସହିତ ଭାଣିଜୀ ଆଦି ୫ ପ୍ରାଣୀ କୁଟୁମ୍ବ ଅସହାୟ ହୋଇ ପଡିଛନ୍ତି ା ଏପରିସ୍ଥଳେ ଅସହାୟ ପରିବାରଙ୍କୁ ଛାତ୍ର କଂଗ୍ରେସ ସଭାପତି ଦିଲ୍ଲୀପ କୁମାର ବିଷୋୟୀ ବୁଧବାର ଭେଟି ସରକାରୀ ସହାୟତା ପ୍ରଦାନ କରିବାକୁ ବ୍ଲକ ପ୍ରଶାସନ ନିକଟରେ ଅନୁରୋଧ କରିଛନ୍ତି ା ବିଡିଓଙ୍କ ଅନୁପସି୍ଥତିିରେ ଅତିରିକ୍ତ ବିଡିଓ ଦିଲ୍ଲୀପଙ୍କ ଅନୁରୋଧ ପତ୍ର ଗ୍ରହଣ କରିବା ସହିତ ଆଲୋଚନା କରି ସରକାରୀ ସହାୟତା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri