ସରକାରୀ ଶିକ୍ଷାନୁଷ୍ଠାନରେ ନିର୍ଯାତନାର ଶିକାର ହେଉଛନ୍ତି ଛାତ୍ରୀଛାତ୍ର, ଶିକ୍ଷାମନ୍ତ୍ରୀ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଥିବା ବିଭିନ୍ନ ପ୍ରାଥମିକ ସ୍କୁଲଠାରୁ ହାଇ ସ୍କୁଲ ଯାଏ ବିଭିନ୍ନ ସ୍କୁଲରେ ଛାତ୍ରୀଛାତ୍ର ନିର୍ଯାତନାର ଶିକାର ହେଉଛନ୍ତି। ଶିକ୍ଷାକ୍ଷେତ୍ରରେ ସମସ୍ୟା ଦେଖା ଯାଉଛି। ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କେସିଙ୍ଗା ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଭାଜପା କର୍ମୀଙ୍କ ମଧ୍ୟରେ ଉତ୍ସାହ ସହ ତପ୍ତର ଦେଖାଦେଉଛି। ଏଥିପାଇଁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ରାଜ୍ୟ ସରକାର ଶିକ୍ଷାଦାନ ପାଇଁ ନୂତନ ପ୍ରଣାଳୀରେ ଶିକ୍ଷାଦାନ ଦେବା ପାଇଁ ଯୋଜନା କରିବାକୁ ନିଷ୍ପତ୍ତି ନିଆଯାଇଛି। ସମଗ୍ର କେସିଙ୍ଗା ବ୍ଲକରେ ପ୍ରଥମରୁ ପଞ୍ଚମ ଯାଏ ୮୯ ସ୍କୁଲରେ ପ୍ରାୟ ୭ହଜାର ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ସେହିପରି ପ୍ରଥମରୁ ଅଷ୍ଟମ ଯାଏ ୩୬ଟି ସ୍କୁଲରେ ୧୩ ହଜାର ୩୦୦ ଛାତ୍ରୀଛାତ୍ର ପାଠ ପଢୁଛନ୍ତି। ୩୨ଟି ହାଇସ୍କୁଲରେ ପ୍ରାୟ ୪ ହଜାର ପିଲା ପାଠ ପଢୁଛନ୍ତି। ଏହି ସବୁ ସ୍କୁଲରେ ଶିକ୍ଷାଦାନ ପାଇଁ ୪୬୫ଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ଦିଆଯାଇଛି। କିନ୍ତୁ ରାଜ୍ୟ ସରକାର ଗ୍ରୀଷ୍ମପ୍ରବାହ ପ୍ରବାହକୁ ଛାତ୍ରୀଛାତ୍ର କିପରି ରକ୍ଷା ପାଇବେ ତାହାକୁ ଦୃଷ୍ଟି ରଖି ସକାଳୁଆ ସ୍କୁଲ ଖୋଲିବା ପାଇଁ ନିମ୍ନ ମତେ ସମୟ ସାରଣୀ ନିର୍ଦ୍ଧାରିତ କରିଛନ୍ତି। ସକାଳ ୬.୩୦ ମିନିଟ୍‌ରେ ସ୍କୁଲ ଖୋଲିବ ଓ ୧୦.୩୦ମିରେ ସ୍କୁଲ ବନ୍ଦ ରହିବା ପାଇଁ ଘୋଷଣା କରିଛନ୍ତି। କିନ୍ତୁ ବହୁ ଶିକ୍ଷୟିତ୍ରୀଚ ସକାଳ ୮ଟାରେ ସ୍କୁଲ ଯାଉଥିବାର ଦେଖିବାକୁ ମିଳୁଛି।
କେତେକ ସ୍କୁଲରେ ପ୍ରଧାନଶିକ୍ଷକ ଛାତ୍ରୀଛାତ୍ରଙ୍କୁ ରୋଷେୟା କାମରେ ନିୟୋଜିତ କରୁଛନ୍ତି ତ କେତେକ ସ୍କୁଲରେ ଦଶମ ଶ୍ରେଣୀର ପିଲାଙ୍କୁ ସ୍କୁଲର ବିଭିନ୍ନ କାମରେ ନିୟୋଜିତ କାରାଉଛନ୍ତି। ବହୁ ସ୍କୁଲରେ ପ୍ରଧାନ ଶିକ୍ଷକ, ଶିକ୍ଷୟିତ୍ରୀ ସକାଳ ୮ଟା ରେ ମଧ୍ୟ ସ୍କୁଲ ଯାଉଛନ୍ତି। ଯାହାଫଳରେ ଶିକ୍ଷାଦାନ କ୍ଷେତ୍ରରେ ଘୋର ସମସ୍ୟା ଦେଖା ଯାଉଛି। ଛାତ୍ରୀଛାତ୍ରଙ୍କୁ ମେନୁ ଅନୁସାରେ ମଧ୍ୟାହ୍ନଭୋଜନ ଦିଆ ଯାଉନାହିଁ। ନିମ୍ନମାନର ମଧ୍ୟାହ୍ନ ଭୋଜନ ଦିଆଯାଉଛି। ବହୁ ସ୍କୁଲରେ ଶୌଚାଳୟ ସଫା କରା ଯାଉ ନ ଥିବାରୁ ଦୁର୍ଗନ୍ଧ ହେଉଛି। ପାନୀୟଜଳ ର ସମସ୍ୟା ରହୁଛି। ରୋଷେଇ ସାମଗ୍ରୀର ଅଭାବ ମଧ୍ୟ ରହୁଛି। ଏହି ସବୁ ସମସ୍ୟାକୁ ତଦନ୍ତ କରିବା ପାଇଁ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଏବଂ ସିଆରସିଙ୍କୁ ନିଯୁକ୍ତି ଦିଆଯାଇଛି। କିନ୍ତୁ କେତେକ ସିଆରସି ନିଜ ଘରୋଇ କାମରେ ରହି ସ୍କୁଲ ପରିଦର୍ଶନ କରୁ ନାହାନ୍ତି। କେତେକ ସିଆରସି ନିର୍ଦ୍ଧାରିତ ସମୟରେ ସ୍କୁଲ ପରିଦର୍ଶନ କରୁ ନାହାନ୍ତି। ଯାହାଫଳରେ ଏହି ସମସ୍ୟା ଦେଖା ଯାଉଛି। ଆଶ୍ରମଗୁଡ଼ିକରେ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନରେ ମେନୁ ହିସାବରେ ଖାଦ୍ୟ ଦିଆ ଯାଉ ନାହିଁ। ଏଥିପାଇଁ ରାଜ୍ୟ ସରକାରଙ୍କ ଗଣ ଶିକ୍ଷାମନ୍ତ୍ରୀ କେସିଙ୍ଗାକୁ ପରିଦର୍ଶନରେ ଆସୁଥିବାରୁ ଏହି ସମସ୍ୟା ପ୍ରତି ଦୃଷ୍ଟି ଦେବା ପାଇଁ ଜନସାଧାରଣରେ ଦାବି ହେଉଛି। ଏ ସଂକ୍ରାନ୍ତରେ କେସିଙ୍ଗା ଗୋଷ୍ଠୀ ଶିକ୍ଷାଧିକାରୀ ଆନନ୍ଦ କୁମାର ବେହେରାଙ୍କୁ ପଚାରିବାରୁ ଯେଉଁ ସ୍କୁଲରେ ଅବ୍ୟସ୍ଥା ରହିଛି,କିମ୍ବା ଯେଉଁ ସିଆରସି ଠିକ୍‌ ଟାଇମରେ ସ୍କୁଲ ପରିଦର୍ଶନ ନ କରିବେ ,ଯେଉଁ ସ୍କୁଲରେ ଛାତ୍ରୀଛାତ୍ରଙ୍କୁ କାମରେରେ ନିୟୋଜିତ କାରାଉଛନ୍ତ ସେହି ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?