ରକ୍ତ ଭଣ୍ଡାର ଦାବି, ସିଡିଏମ୍‌ଓଙ୍କୁ ଫେରାଦ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ରକ୍ତ ଭଣ୍ଡାର ଏପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇପାରିନାହିଁ। ଫଳରେ ରୋଗୀମାନଙ୍କୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଏହାକୁ ନେଇ ଅସନ୍ତୋଷ ଲାଗି ରହିଛି। ଶୁକ୍ରବାର ବରଗଡ଼ର ସ୍ବେଚ୍ଛାସେବୀ ଅନୁଷ୍ଠାନ ନିଷ୍ଠା ପରିବାର ରକ୍ତ ଭଣ୍ଡାର କାର୍ଯ୍ୟକ୍ଷମ ଦାବିରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ (ସିଡିଏମ୍‌ଓ) ଡା. କୁବେର ଚନ୍ଦ୍ର ମହାନ୍ତଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛି। ସ୍ମାରକପତ୍ରରେ ଉଲ୍ଲେଖ ରହିଛି, ବରଗଡ଼ ପୁରୁଣା ସରକାରୀ ଡାକ୍ତରଖାନାରେ ଥିବା ରକ୍ତ ଭଣ୍ଡାର ଉପରେ ଜିଲାର ଲୋକେ ନିର୍ଭର କରନ୍ତି। ରୋଗୀଙ୍କ ପରିଜନ ରକ୍ତ ଦେବା ପାଇଁ ପୁରୁଣା ଡାକ୍ତରଖାନାରେ ଥିବା ରକ୍ତ ଭଣ୍ଡାରକୁ ସୁବିଧା ମନେ କରନ୍ତି। ଦୀର୍ଘବର୍ଷ ଧରି ଖେଦାପାଲିଠାରେ ନୂତନ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ରକ୍ତ ଭଣ୍ଡାର କୋଠା ତିଆରି ହୋଇଛି। କିନ୍ତୁ ସେଠାରେ ରକ୍ତ ଭଣ୍ଡାର ଏପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇପାରିନାହିଁ। ଏ ନେଇ ବାରମ୍ବାର ଜିଲା ପ୍ରଶାସନ ସହିତ ଆଲୋଚନା କରାଯାଇଛି । ଅନେକ ଗରିବ ରୋଗୀ ରକ୍ତ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟ ଖେଦାପାଲିରୁ ପୁରୁଣା ଡାକ୍ତରଖାନାକୁ ଆସିବାରେ ଖର୍ଚ୍ଚାନ୍ତ ହେବା ସହିତ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଉଭୟ ଡାକ୍ତରଖାନାରେ ରକ୍ତ ଭଣ୍ଡାରର ନିତାନ୍ତ ଆବଶ୍ୟକତା ରହିଛି । ଫଳରେ ଉଭୟ ସ୍ଥାନରେ ରକ୍ତ ସଂଗ୍ରହ ଓ ରକ୍ତ ପୃଥକୀକରଣ ୟୁନିଟ କାର୍ଯ୍ୟକ୍ଷମ କରିବାକୁ ଅନୁଷ୍ଠାନର ସଭାପତି ଅଶ୍ୱିନୀ ତ୍ରିପାଠୀ, ଉପ ସଭାପତି ସଚି ପଣ୍ଡା ଏବଂ ଉପଦେଷ୍ଟା ଜିତୁ ମହାପାତ୍ର ପ୍ରମୁଖ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

ମହେନ୍ଦ୍ରତନୟାରେ ବୁଡ଼ି ଚାଲିଗଲା ଜୀବନ, ଶବାଗାରର ଅଚଳ ଆଇସ୍ ବକ୍ସକୁ ନେଇ ପ୍ରବଳ ଅସନ୍ତୋଷ

ପାରଳାଖେମୁଣ୍ଡି,  ୧୬।୬(ଗିରିଧାରୀ ପରିଛା): ଗଜପତି ଜିଲା କେରାଣ୍ଡି ଗ୍ରାମର ମହେନ୍ଦ୍ରତନୟା ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେରାଣ୍ଡି ଗ୍ରାମର ସୁବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri