ଦ୍ବାଦଶ ଶ୍ରେଣୀ କାଉନସିଲ୍‌ ପରୀକ୍ଷା ବାତିଲ ଦାବି

ନବରଙ୍ଗପୁର,୩୦ା୧ (ବି.ପ୍ର.) ଚଳିତ ଦ୍ବାଦଶ ଶ୍ରେଣୀ କାଉନସିଲ୍‌ ପରୀକ୍ଷା ବାତିଲ କରିବା ନିମନ୍ତେ ନବରଙ୍ଗପୁର ଜିଲା ଛାତ୍ର ସଂଗଠନ ପକ୍ଷରୁ ଦାବି ହୋଇଛି। ମହାମାରୀ ପରିସ୍ଥିତିରେ ପିଲାମାନଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟାବସ୍ଥାକୁ ଗୁରୁତ୍ୱ ଦେଇ ପରୀକ୍ଷାକୁ ବାତିଲ କରନ୍ତୁ। ଗଣଶିକ୍ଷା ମନ୍ତ୍ରୀ ଯେଉଁ ପରୀକ୍ଷା କରିବା ନେଇ ମନ୍ତବ୍ୟ ରଖୁଛନ୍ତି ତାହା ପିଲାମାନଙ୍କ ଭବିଷ୍ୟତ ପାଇଁ କଲ୍ୟାଣକାରୀ ମନେ ହେଉ ନାହିଁ ବୋଲି ସଙ୍ଗଠନ ପକ୍ଷରୁ କୁହାଯାଇଛି। ମହାମାରୀ କରୋନାର ଭୟାବହତାକୁ ଦେଖିଲେ ପିଲାମାନେ ଅଫ୍‌ଲାଇନ ପରୀକ୍ଷା ଦେବା କେମିତି ପରୀକ୍ଷା ଦେବେ ବୋଲି ପ୍ରଶ୍ନ କରିଛି ସଙ୍ଗଠନ। ଖୋଲିବାର ଅଳ୍ପ କିଛି ଦିନ ମଧ୍ୟରେ ସରକାର ବନ୍ଦ ଘୋଷଣା କଲେ । ଅନଲାଇନ ମାଧ୍ୟମରେ ଯେଉଁ ଶିକ୍ଷା ପ୍ରଦାନ କରୁଛନ୍ତି ତାହା ସଠିକ୍‌ ପ୍ରକ୍ରିୟାରେ ପରିଚାଳିତ ହେଉନାହିଁ। ଏହା ସମସ୍ତଙ୍କ ପାଖରେ ମଧ୍ୟ ପହଞ୍ଚତ୍ ପାରୁନି। ବିଶେଷ କରି ଯେଉଁ ଅନୁନ୍ନତ ଅଞ୍ଚଳରେ ଗୋଟିଏ ଓଳି ଖାଇବା ଅସମ୍ଭବ ସେମାନେ ଅନଲାଇନ ଶିକ୍ଷାକୁ ଆପଣେଇବେ କେମିତି ବୋଲି ପ୍ରଶ୍ନ ଉଠୁଛି । ମହାମାରୀ ସମୟରେ ପିଲାମାନଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟବସ୍ଥାକୁ ଗୁରୁତ୍ୱ ଦେଇ ପରୀକ୍ଷାକୁ ବାତିଲ କରିବାକୁ କୁହାଯାଇଛି। ପ୍ରତ୍ୟେକ ବିଷୟରେ ହୋଇଥିବା ୬୦ ମାର୍କର ୩ଟି କ୍ୱାଟରଲି ପରୀକ୍ଷା ଆଧାରରେ ଫଳାଫଳ ପ୍ରକାଶ କରାଇଲେ ଭଲ ହେବ ବୋଲି ରାଜ୍ୟ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଏକ ପତ୍ର ଜିଲାପାଳଙ୍କ ଜରିଆରେ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

୩୩ ଭୂମିହୀନଙ୍କ ମୁହଁରେ ଫୁଟିଲା ହସ, ସମସ୍ତଙ୍କୁ ମିଳିଲା…

ଝରିଗାଁ,୧୨ା୩(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକର ଭୂମିହୀନଙ୍କୁ ବସୁନ୍ଧରା ଯୋଜନାରେ ଗୁରୁବାର ତହସିଲ ପକ୍ଷରୁ ପଟ୍ଟା ବଣ୍ଟନ କରାଯାଇଛି। ତହସିଲଦାର ସୁମନ୍ତ ପାତ୍ରଙ୍କ ସଂଯୋଜନାରେ…

ସମ୍ପର୍କୀୟ ଦେଇଥିଲେ ଖବର, ବେକରେ ଭୁଜାଲି ଲଗାଇ ହାତ ଗୋଡ଼ ବାନ୍ଧି ଲୁଟିଥିଲେ ୭୦ ଲକ୍ଷ; ୭ଜଣ ଡକାୟତଙ୍କୁ ବାନ୍ଧି ବଡ଼ ପର୍ଦ୍ଦାଫାଶ କଲା…  

ଉମରକୋଟ,୩।୩(ସନ୍ତୋଷ ସତପଥୀ): ଉମରକୋଟ ଥାନା ଅଧୀନ କୋଚନିଆମ୍ବା ଗ୍ରାମରେ ଗତ ଫେବୃଆରୀ ୨୨ ଓ ୨୩ ତାରିଖ ମଧ୍ୟରାତ୍ରିରେ ବଡ଼ ଧରଣର ଡକାୟତି ହୋଇଥିଲା। ବେକରେ ଭୁଜାଲି…

୫ ଦିନ ପରେ ମିଳିଲା ପ୍ରଧାନଶିକ୍ଷକଙ୍କ ଝୁଲନ୍ତା ମୃତଦେହ, ପାଖରୁ ମିଳିଲା…

ଝରିଗାଁ,୨୫ା୨(କିଶୋର ଚନ୍ଦ୍ର ମଣ୍ଡଳ): ନିଖୋଜ ହେବାର ୫ ଦିନ ପରେ ମିଳିଲା ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ମୃତଦେହ। ଯାହାକି ପରିବାର ଏବଂ ବିଦ୍ୟାଳୟରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।…

ଝିଅ ଅନ୍ୟଜାତିରେ ବିବାହ କରିବାରୁ ମଲାପରେ ବାପାଙ୍କୁ ମିଳିଲାନି ଚାରି କାନ୍ଧ, ବଡ଼ ପୁଅ ବି ଆସିଲେନି…

ନବରଙ୍ଗପୁର,୨୫।୨(ସଦାଶିବ ପ୍ରହରାଜ): ଆଜିର ସଭ୍ୟ ସମାଜରେ ଜାତିପ୍ରଥା ଭଳି ପରମ୍ପରା ବଞ୍ଚିରହିଛି । ଜାତିପ୍ରଥା ଯୋଗୁ ଶବକୁ ମିଳିଲାନି ଚାରି କାନ୍ଧ । ଏପରିକି ବଡ଼ ପୁଅ…

ମାରଣାସ୍ତ୍ର ଦେଖାଇ ବ୍ୟାବସାୟୀଙ୍କ ଘରୁ ଲୁଟ୍‌

ପାପଡ଼ାହାଣ୍ଡି,୨୪।୨(ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମୈଦଲପୁରର ସଦର ବ୍ୟବସାୟୀ କାଶୀନାଥ ଗୁପ୍ତାଙ୍କ ଘରୁ ବଡ଼ ଧରଣର ଲୁଟ୍‌ ହୋଇଛି। କଳା ମୁଖା ପିନ୍ଧା ଦୁବୃର୍ତ୍ତମାନେ…

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା ଶୁଭାରମ୍ଭ

ନବରଙ୍ଗପୁର,୧୪।୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲାରେ ସ୍ବାଧୀନତା ସଂଗ୍ରାମୀମାନଙ୍କ ଅବଦାନ ଓ ବଳିଦାନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନେପକାଇ ଶ୍ରଦ୍ଧାଞ୍ଜଳି ଜଣାଇବା ସହ କହିଛନ୍ତି, ଓଡ଼ିଶା ହେଉଛି କଳା…

୧୨ ଘଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ

ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri