ଜାଲ୍‌ ଜାତି ପ୍ରମାଣପତ୍ର ବାତିଲ ଦାବି : ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଆଦିବାସୀଙ୍କ ରାସ୍ତାରୋକୋ

ବଲାଙ୍ଗୀର,୧୬ା୧୨(ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଜିଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୮ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇ ଏକ ନିର୍ଦ୍ଦିଷ୍ଟ ଜାତିକୁ ଆଦିବାସୀ ତାଲିକାରୁ ହଟାଇବାକୁ ଦାବି କରାଯାଇଛି। ଆଦିବାସୀ କଲ୍ୟାଣ ସଂଘ ସଦସ୍ୟମାନେ ସ୍ଥାନୀୟ କୋଶଳ କଳାମଣ୍ଡଳ ପଡିଆରୁ ଏକ ରାଲିରେ ବାହାରି ସହର ପରିକ୍ରମା କରିବା ପରେ ଜିଲାପାଳ କାର୍ଯ୍ୟାଳୟ ନିକଟକୁ ଆସି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ଅବସରରେ ସେମାନେ କଚେରି ଛକ ନିକଟରେ ପ୍ରାୟ ୩ ଘଣ୍ଟା ଧରି ରାସ୍ତାରୋକୋ କରିଥିଲେ। ପରେ ଅତିରିକ୍ତ ଜିଲାପାଳ ପବିତ୍ର ବେହୋରଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରିଥିଲେ। ଜାଲ୍‌ ଜାତି ପ୍ରମାଣପତ୍ର ନେଇ ଏକ ନିର୍ଦ୍ଦିଷ୍ଟ ଜାତିର ଲୋକେ ଆଦିବାସୀଙ୍କ ସୁବିଧା ନେଉଛନ୍ତି। ଏହି ଜାତି ପ୍ରମାଣପତ୍ରକୁ ତୁରନ୍ତ ବାତିଲ କରିବାକୁ ସେମାନେ ଦାବି କରିଥିଲେ। ବାସ୍ତବରେ ସେହି ଜାତିର ଲୋକେ ହେଉଛନ୍ତି ବୃତ୍ତିି ଅନୁଯାୟୀ ବୁଣାକାର। ସେହି ଜାତିର ଲୋକେ ସମ୍ପ୍ରତି ବେଆଇନ ଭାବେ ଅନୁସୂଚିତ ଜନଜାତି ପ୍ରମାଣପତ୍ର ହାସଲ କରୁଥିବା ସେମାନେ ଅଭିଯୋଗ କରିଥିଲେ। ବାସ୍ତବରେ ସେହି ଜାତିର ଲୋକଙ୍କ ପ୍ରଥା, ପରମ୍ପରା, ବିବାହ, ଯାନିଯାତ୍ରା ଆଦିବାସୀ ସଂସ୍କୃତିର ନୁହେଁ ବୋଲି ସେମାନେ ଉଲ୍ଲେଖ କରିଛନ୍ତି। ଏ ଦିଗରେ ରାଜ୍ୟ ସରକାର ତୁରନ୍ତ ଉଚିତ୍‌ ପଦକ୍ଷେପ ଗ୍ରହଣ କରି ଜାଲ ଜାତିଗତ ପ୍ରମାଣ ପତ୍ର ହାସଲ କରିଥିବା ଲୋକଙ୍କ ବିରୋଧରେ ଉଚିତ୍‌ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେମାନେ ଦାବି କରିଥିଲେ। ଜିଲା ପ୍ରଶାସନ ଏଭଳି ଜାଲ ଜାତିବର୍ଗଙ୍କୁ ଅନୁସୂଚିତ ଜନଜାତି ପ୍ରମାଣପତ୍ର ଦେବା ବନ୍ଦ କରନ୍ତୁ ବୋଲି ସେମାନେ ଦାବି କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ, ମୁଖମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ଆଦିବାସୀ କଲ୍ୟାଣ ସଂଘ ସଭାପତି ଶ୍ୟାମସୁନ୍ଦର ବିଶି, କାର୍ଯ୍ୟକାରୀ ସଭାପତି ବନଲତା ମାଝି, ଜିଲା ସାଧାରଣ ସମ୍ପାଦକ ଥବୀର ପୂଜାରୀ, ସୁରଥ ଧରୁଆ, ଗୌରୀଶଙ୍କର ବରିହା, ନିତ୍ୟାନନ୍ଦ ମାଝି, ମନୋରଞ୍ଜନ ଭୋଇଙ୍କ ନେତୃତ୍ୱରେ ବିକ୍ଷୋଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri