ଶେଷବର୍ଷ ପରୀକ୍ଷା ବାତିଲ ଦାବି

ମୁମ୍ବାଇ,୧୯।୭: ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରେ ଶେଷବର୍ଷର ପରୀକ୍ଷା ସେପ୍ଟେମ୍ବରରେ କରିବା ଲାଗି କେନ୍ଦ୍ର ସରକାର ନିଷ୍ପତ୍ତି ଗ୍ରହଣ କରିଥିବାବେଳେ ଏହାକୁ ଶିବସେନା ଯୁବମୋର୍ଚ୍ଚା ପକ୍ଷରୁ ବିରୋଧ କରାଯାଇଛି। ଶନିବାର ଏନେଇ ଯୁବମୋର୍ଚ୍ଚା ପକ୍ଷରୁ ସୁପ୍ରିମକୋର୍ଟରେ ରିଟ୍‌ ପିଟିଶନ ଦାଖଲ କରାଯାଇଛି। ଦେଶରେ ମହାମାରୀ କରୋନାର ପ୍ରାଦୁର୍ଭାବ ବଢ଼ି ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ଟପିଥିବା ବେଳେ ଲକ୍ଷ ଲକ୍ଷ ଛାତ୍ରୀଛାତ୍ର, ଶିକ୍ଷକ, ଅଣଶିକ୍ଷକ କର୍ମଚାରୀ ଓ ସେମାନଙ୍କ ପରିବାରକୁ ସୁରକ୍ଷା ଦେବା ଲାଗି ସର୍ବୋଚ୍ଚ କୋର୍ଟ ପରୀକ୍ଷା ଲଦି ନ ଦେବାଲାଗି ୟୁଜିସିକୁ ନିର୍ଦ୍ଦେଶ ଦିଅନ୍ତୁ ବୋଲି ଅନୁରୋଧ କରାଯାଇଛି। ଯୁବମୋର୍ଚ୍ଚାର ଅଧ୍ୟକ୍ଷ ତଥା ମହାରାଷ୍ଟ୍ର ପରିବେଶ ମନ୍ତ୍ରୀ ଆଦିତ୍ୟ ଠାକ୍‌ରେ ଏନେଇ ଟୁଇଟରରେ ଉଲ୍ଲେଖ କରିଛନ୍ତି। ଏଭଳି ପରିସ୍ଥିତିରେ ସେମାନଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆଯିବା ପରିବର୍ତ୍ତେ ୟୁଜିସି ଦ୍ୱାରା ପରୀକ୍ଷା ଲାଗି ଏକ ପ୍ରକାର ବାଧ୍ୟ କରାଯିବା ଠିକ୍‌ ନୁହେଁ ବୋଲି ସେ କହିଛନ୍ତି। ମହାମାରୀ ପରେ ପିଲାମାନେ ଆପେ ଆପେ ପରୀକ୍ଷା ଲାଗି ଆଗଭର ହେବେ।
ଅନ୍ୟପକ୍ଷରେ ଯୁବସେନା ସମ୍ପାଦକ ବରୁଣ ଦେଶାଇ ଏକ ଭିଡିଓ ରିଲିଜ୍‌ରେ କହିଛନ୍ତି, ୟୁଜିସି ଓ ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟକୁ ଚିଠି ଲେଖି ଏସମ୍ପର୍କରେ ଅବଗତ କରାଯାଇଥିଲେ ହେଁ କୌଣସି ଉତ୍ତର ମିଳିନାହିଁ। ମହାରାଷ୍ଟ୍ର ସରକାର ଶେଷବର୍ଷ ପରୀକ୍ଷା ବାତିଲ କରିଥିବାବେଳେ ସମଗ୍ର ଦେଶରେ ଅନୁରୂପ ପଦକ୍ଷେପ ଗ୍ରହଣ କରାଯିବା ଲାଗି ସେ ଦାବି କରିଛନ୍ତି। ଶିବସେନାର ଏଭଳି ନିଷ୍ପତ୍ତିକୁ ସହଯୋଗୀ କଂଗ୍ରେସ ମଧ୍ୟ ସମର୍ଥନ କରିଛି। ମହାମାରୀ କରୋନାର ପ୍ରାଦୁର୍ଭାବ ବଢ଼ୁଥିବାବେଳେ ପରୀକ୍ଷା କରାଯିବା ଅନୁଚିତ ବୋଲି ମହାରାଷ୍ଟ୍ର ପ୍ରଦେଶ ଯୁବ କଂଗ୍ରେସ ଅଧ୍ୟକ୍ଷ ସତ୍ୟଜିତ ତାମ୍ବେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

ବୁଢ଼ା ଡଙ୍ଗରର ଆତ୍ମକାହାଣୀ

ମୁଁ ବୁଢ଼ା ଡଙ୍ଗର। ମୋର ଜନ୍ମ ଇତିହାସ କେତେ ନିୟୁତ ବର୍ଷର ପୁରୁଣା। ମୋର ପରିଚୟ କାହାରିକୁ ଜଣାନାହିଁ। ତଥାପି ମୁଁ ଗୋଟିଏ ଭୂଖଣ୍ଡର ପରିଚୟ ହୋଇ…

ସବୁଠୁ ନିଜର

ଏକ ସମୟ ଥିଲା, ଯେତେବେଳେ ମଣିଷ ନିଜର ସୁଖ-ଦୁଃଖ ବାଣ୍ଟିବା ପାଇଁ ପରିବାର, ସାଙ୍ଗସାଥୀ ଓ ପଡ଼ୋଶୀଙ୍କୁ ଖୋଜୁଥିଲା। କିନ୍ତୁ ଆଜି ସକାଳୁ ଆଖି ଖୋଲିବାଠାରୁ ରାତିରେ…

ଦିଲ୍ଲୀ ସତ୍ୟ ନିକେତନ ଘଟଣା: ଭଗ୍ନାବଶେଷରୁ ୧୦ ଉଦ୍ଧାର, ୬ ମୃତ ଘରମାଲିକଙ୍କ ବିରୋଧରେ ଏଫଆଇଆର ରୁଜୁ

ନୂଆଦିଲ୍ଲୀ,୭।୯: ସୋମବାର ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯେଉଁଠାରେ ଏକ ପୁରୁଣା ତିନି ମହଲା କୋଠା ତାସ ଘର ପରି ଭୁଶୁଡ଼ି…

ଅନୁଦାନ ଅନୁକମ୍ପା ନୁହେଁ, ଅଧିକାର

ଶିକ୍ଷାର ବିକାଶ ନିମନ୍ତେ ଶିକ୍ଷାନୁଷ୍ଠାନ ଖୋଲିବା ସରକାରଙ୍କ ଦାୟିତ୍ୱ। ମାତ୍ର ଛାତ୍ରୀଛାତ୍ରଙ୍କ ଆବଶ୍ୟକତା ଦୃଷ୍ଟିରୁ ସ୍ବାଧୀନତାର କେଇ ଦଶନ୍ଧି ପର୍ଯ୍ୟନ୍ତ ପର୍ଯ୍ୟାପ୍ତ ନ ଥିଲା ଓଡ଼ିଶାର ଶିକ୍ଷାନୁଷ୍ଠାନ।…

ଲାଭା ଉଦ୍‌ଗିରଣ: ବିମାନ ବାତିଲ କଲା ଇଣ୍ଡୋନେସିଆ

ଜାକର୍ତ୍ତା,୭ା୯: ଇଣ୍ଡୋନେସିଆର ଅନକ କ୍ରକାତାଉ ଆଗ୍ନେୟଗିରିରୁ ରବିବାର ଭୋର ସମୟରେ ଲାଭା ଉଦ୍‌ଗିରଣ ହୋଇଛି। ଲାଭା ପାଉଁଶ ପଶ୍ଚିମ ଇଣ୍ଡୋସେନିଆ ଆକାଶକୁ ଛାଇଯାଇଥିବାରୁ ଜାକର୍ତ୍ତାର ସୁକର୍ଣ୍ଣୋ-ହାଟ୍ଟା ଅନ୍ତର୍ଜାତୀୟ…

Plane Crash: ମିଆମି ବିମାନବନ୍ଦରରେ ବଡ଼ ଦୁର୍ଘଟଣା; ୫ ମୃତ ୫ ଆହତ ଦେଖନ୍ତୁ Video

ଓ୍ବାଶିଂଟନ,୭।୯: ଆମେରିକାର ମିଆମି ବିମାନବନ୍ଦରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି, ଯାହା ଫଳରେ ଅତି କମରେ ୫ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନ୍ୟ ୫ ଜଣ…

ହାଇକୋର୍ଟରେ ଚ୍ୟାଲେଞ୍ଜ ହେବ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟରେ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭି.କେ. ପାଣ୍ଡିଆନ ଲୋକଙ୍କ ଅଭିଯୋଗ ଶୁଣାଣି ପାଇଁ ବିଭିନ୍ନ ଜିଲାକୁ ହେଲିକପ୍ଟର ଗସ୍ତ କାର୍ଯ୍ୟକ୍ରମ ସଂପର୍କିତ ଖର୍ଚ୍ଚକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri