ଶେଷବର୍ଷ ପରୀକ୍ଷା ବାତିଲ ଦାବି

ମୁମ୍ବାଇ,୧୯।୭: ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରେ ଶେଷବର୍ଷର ପରୀକ୍ଷା ସେପ୍ଟେମ୍ବରରେ କରିବା ଲାଗି କେନ୍ଦ୍ର ସରକାର ନିଷ୍ପତ୍ତି ଗ୍ରହଣ କରିଥିବାବେଳେ ଏହାକୁ ଶିବସେନା ଯୁବମୋର୍ଚ୍ଚା ପକ୍ଷରୁ ବିରୋଧ କରାଯାଇଛି। ଶନିବାର ଏନେଇ ଯୁବମୋର୍ଚ୍ଚା ପକ୍ଷରୁ ସୁପ୍ରିମକୋର୍ଟରେ ରିଟ୍‌ ପିଟିଶନ ଦାଖଲ କରାଯାଇଛି। ଦେଶରେ ମହାମାରୀ କରୋନାର ପ୍ରାଦୁର୍ଭାବ ବଢ଼ି ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ଟପିଥିବା ବେଳେ ଲକ୍ଷ ଲକ୍ଷ ଛାତ୍ରୀଛାତ୍ର, ଶିକ୍ଷକ, ଅଣଶିକ୍ଷକ କର୍ମଚାରୀ ଓ ସେମାନଙ୍କ ପରିବାରକୁ ସୁରକ୍ଷା ଦେବା ଲାଗି ସର୍ବୋଚ୍ଚ କୋର୍ଟ ପରୀକ୍ଷା ଲଦି ନ ଦେବାଲାଗି ୟୁଜିସିକୁ ନିର୍ଦ୍ଦେଶ ଦିଅନ୍ତୁ ବୋଲି ଅନୁରୋଧ କରାଯାଇଛି। ଯୁବମୋର୍ଚ୍ଚାର ଅଧ୍ୟକ୍ଷ ତଥା ମହାରାଷ୍ଟ୍ର ପରିବେଶ ମନ୍ତ୍ରୀ ଆଦିତ୍ୟ ଠାକ୍‌ରେ ଏନେଇ ଟୁଇଟରରେ ଉଲ୍ଲେଖ କରିଛନ୍ତି। ଏଭଳି ପରିସ୍ଥିତିରେ ସେମାନଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆଯିବା ପରିବର୍ତ୍ତେ ୟୁଜିସି ଦ୍ୱାରା ପରୀକ୍ଷା ଲାଗି ଏକ ପ୍ରକାର ବାଧ୍ୟ କରାଯିବା ଠିକ୍‌ ନୁହେଁ ବୋଲି ସେ କହିଛନ୍ତି। ମହାମାରୀ ପରେ ପିଲାମାନେ ଆପେ ଆପେ ପରୀକ୍ଷା ଲାଗି ଆଗଭର ହେବେ।
ଅନ୍ୟପକ୍ଷରେ ଯୁବସେନା ସମ୍ପାଦକ ବରୁଣ ଦେଶାଇ ଏକ ଭିଡିଓ ରିଲିଜ୍‌ରେ କହିଛନ୍ତି, ୟୁଜିସି ଓ ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟକୁ ଚିଠି ଲେଖି ଏସମ୍ପର୍କରେ ଅବଗତ କରାଯାଇଥିଲେ ହେଁ କୌଣସି ଉତ୍ତର ମିଳିନାହିଁ। ମହାରାଷ୍ଟ୍ର ସରକାର ଶେଷବର୍ଷ ପରୀକ୍ଷା ବାତିଲ କରିଥିବାବେଳେ ସମଗ୍ର ଦେଶରେ ଅନୁରୂପ ପଦକ୍ଷେପ ଗ୍ରହଣ କରାଯିବା ଲାଗି ସେ ଦାବି କରିଛନ୍ତି। ଶିବସେନାର ଏଭଳି ନିଷ୍ପତ୍ତିକୁ ସହଯୋଗୀ କଂଗ୍ରେସ ମଧ୍ୟ ସମର୍ଥନ କରିଛି। ମହାମାରୀ କରୋନାର ପ୍ରାଦୁର୍ଭାବ ବଢ଼ୁଥିବାବେଳେ ପରୀକ୍ଷା କରାଯିବା ଅନୁଚିତ ବୋଲି ମହାରାଷ୍ଟ୍ର ପ୍ରଦେଶ ଯୁବ କଂଗ୍ରେସ ଅଧ୍ୟକ୍ଷ ସତ୍ୟଜିତ ତାମ୍ବେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri