ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଫୁଲବାଣୀ ଅଫିସ,୧୫ା୨: କନ୍ଧମାଳ ଜିଲା ଭାଜପା ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଇସ୍ତଫା ଦାବିରେ ବୁଧବାର ଗଣ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ା ଦଳୀୟ କର୍ମୀମାନେ ମାଦିକୁନ୍ଦା ଛକରୁ ରାଲିରେ ବାହାରି ସହର ପରିକ୍ରମା କରିବା ପରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲେ। ସେଠାରେ ସମସ୍ତେ ଏକତ୍ରିତ ହୋଇ ପ୍ରତିବାଦ ସଭା କରିଥିଲେ। ଜିଲା ସଭାପତି ଜଗନ୍ନାଥ ସାହୁ ଯୋଗଦେଇ ରାଜ୍ୟରେ ଆଜି ଆଇନ ଶୃଙ୍ଖଳା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ପୋଲିସ ପ୍ରଶାସନ ସରକାରଙ୍କ ଇଙ୍ଗିତରେ କାମ କରୁଛି ା ରାଜ୍ୟର କ୍ୟବିନେଟ୍‌ ମନ୍ତ୍ରୀ ନବ ଦାସଙ୍କୁ ସ୍ପଷ୍ଟ ଦିବାଲୋକରେ ହତ୍ୟା କରାଗଲା। ଏହି ହତ୍ୟା ଷଡ଼ଯନ୍ତ୍ର ପଛରେ ପ୍ରଶାସନିକ ଅଧିକାରୀ ଏବଂ ବଡ଼ବଡ଼ିଆ ନେତାଙ୍କର ସମ୍ପୃକ୍ତି ରହିଛି। ମୁଖ୍ୟମନ୍ତ୍ରୀଙ୍କ ଅପରିଣାମଦର୍ଶିତା ପାଇଁ ରାଜ୍ୟରେ ଅରାଜକତା ବଢ଼ି ଚାଲିଛି। ଏଣୁ ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ ବୋଲି ଭାଜପା ଦାବି କରିଛି। ଏହି ବିକ୍ଷୋଭ ସଭାରେ ଦଳୀୟ କର୍ମକତ୍ତର୍ର୍ା ଭଗବାନ ମହାନ୍ତି, ଜିଲା ଉପସଭାପତି ରମେଶ ଚନ୍ଦ୍ର ମହାନ୍ତିଙ୍କ ସମେତ ଅନ୍ୟମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri