ଗୋଡାଳ ଛକରେ ଜୋରଧରିଲା ଫ୍ଲାଏଓଭର ନିର୍ମାଣ ଦାବି

ନୂଆପଡ଼ା,୮ା୬ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ସହର ଗୋଡାଳ ନିକଟ ଦେଇ ଯାଇଥିବା ବିଜୁ ଏକ୍ସପ୍ରେସ ଓ୍ବେର ବ୍ୟସ୍ତବହୁଳ ଗୋଡାଳ ଛକରେ ସଦାସର୍ବଦା ବିପଦ ଲାଗିରହୁଛି। ଏହାକୁ ଦୃଷ୍ଟିରେ ରଖି ବିଭାଗୀୟ କର୍ତ୍ତୃପକ୍ଷ ଏଠାରେ ଗୋଲେଇ କିମ୍ବା ଫ୍ଲାଏଓଭର ନିର୍ମାଣ କରିବାକୁ ବିଭିନ୍ନ ମହଲରେ ଦାବି ହେଉଛି। ସୂଚନାକ୍ରମେ ଗୋଡାଳ ଛକ ଏକ ଜନଗହଳି ସ୍ଥାନ ହୋଇଥିବା ବେଳେ ଏଠାରେ ପ୍ରତ୍ୟହ ଶତାଧିକ ଯାନବାହନ ଚଳାଚଳ କରୁଛି। ଦୈନିକ ପନିପରିବା ହାଟ ସାଙ୍ଗକୁ ଅନେକ ଉଠାଦୋକାନୀ ସେମାନଙ୍କ ପସରା ମେଲାଉଛନ୍ତି। ଦକ୍ଷିଣ ଦିଗରେ ଛତିଶଗଡ଼ ରାଜ୍ୟର ଦେଭୋଗ ବ୍ଲକ ଓ ପୂର୍ବ ଦିଗରେ କଳାହାଣ୍ଡି ଜିଲାକୁ ସଂଯୋଗ କରୁଛି। ନିକଟରେ ସିନାପାଲି କଲେଜ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଅଦାଲତ, ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ରହିଛି। ଏଭଳି ଏକ ବ୍ୟସ୍ତବହୁଳ ଛକରେ କୌଣସି ସୁରକ୍ଷା ବ୍ୟବସ୍ଥା ନ ଥିବାରୁ ଲୋକେ ନିଜକୁ ସୁରକ୍ଷିତ ମଣୁନାହାନ୍ତି। ଏହି ସ୍ଥାନରୁ ପଡ଼ୋଶୀ ତେଲେଙ୍ଗାନା ଓ ଆନ୍ଧ୍ରପ୍ରଦେଶକୁ ପ୍ରତ୍ୟହ ବସ୍‌ ଚଳାଚଳ ସାଙ୍ଗକୁ ଭୁବନେଶ୍ୱର, ପୁରୀ, ସମ୍ବଲପୁର, ବୁର୍ଲା ଆଦି ସ୍ଥାନକୁ ଯାନବାହନ ଯାତାୟାତ କରୁଛି। ଏତଦ୍‌ବ୍ୟତୀତ ଏହି ଛକରେ ଦେଶୀ ମଦ ଭାଟି ଓ ୫୦ ମିଟର ଦୂରରେ ବିଦେଶୀ ମଦ ଦୋକାନ ରହିଛି। ଅନେକ ସମୟରେ ମଦ୍ୟପମାନେ ଭିଡ ଜମାଉଥିବା ବେଳେ ବେପାରୁଆ ଗାଡ଼ି ଚାଳନା ଯୋଗୁ ଲୋକଙ୍କ ମୃତ୍ୟୁ ଘଟୁଛି। ଏସବୁ କାରଣରୁ ଏଠାରେ ଏକ ଗୋଲେଇ କିମ୍ବା ଫ୍ଲାଏଓଭର ନିର୍ମାଣ କରାଯାଇ ଲୋକଙ୍କ ସୁରକ୍ଷା ପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି। ଏ ସମ୍ପର୍କରେ ନିର୍ବାହୀ ଯନ୍ତ୍ରୀ ନୂଆପଡ଼ା ଶଶାଙ୍କ ଶେଖର ଶୁକ୍ଳାଙ୍କୁ ପଚାରିବାରୁ ରାସ୍ତା ଦେଖିବା ପରେ ବ୍ୟବସ୍ଥା କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri