ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା ରାସ୍ତାରେ ଥିବା ରେଳ ଫାଟକ ଯୋଗୁ ଲୋକେ ଦୀର୍ଘଦିନ ଧରି ଗମନାଗମନରେ ଘୋର ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

ଏହି ରେଳ ଫାଟକରେ ଗେଟ ପଡ଼ିଲେ ଯାତ୍ରୀମାନଙ୍କୁ ପ୍ରାୟ ଘଣ୍ଟା ଘଣ୍ଟା ଧରି ଅଟକି ରହିବାକୁ ପଡ଼ୁଛି। କେସିଙ୍ଗାରୁ ରାୟଗଡ଼ା, ରାୟପୁର ଓ ବିଶାଖାପାଟଣା ଦିଗକୁ ଯାଉଥିବା ରେଳପଥରେ ତୃତୀୟ ଲାଇନ ସଂଯୋଗ ହୋଇଥିବାରୁ ଉଭୟ ପଟୁ ଘନଘନ ଟ୍ରେନ ଯାତାୟାତ କରୁଛି। ଫଳରେ ରେଳ ଫାଟକ ବାରମ୍ବାର ବନ୍ଦ ହେବା ଯୋଗୁ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନର ଲମ୍ବା ଧାଡ଼ି ଲାଗି ରହୁଛି।

ବିଶେଷକରି ଗର୍ଭବତୀ, ପ୍ରସୂତୀ, ମହିଳା, ବୃଦ୍ଧ ଏବଂ ସଙ୍କଟାପନ୍ନ ରୋଗୀମାନେ ଏହି ଫାଟକ ନିକଟରେ ଦୀର୍ଘ ସମୟ ଧରି ଅଟକି ରହୁଛନ୍ତି। ଗୁରୁତର ରୋଗୀଙ୍କୁ ସମୟରେ ଚିକିତ୍ସାଳୟରେ ପହଞ୍ଚାଇବାରେ ବିଳମ୍ବ ହେଉଥିବାରୁ ବେଳେବେଳେ ପରିସ୍ଥିତି ଅତ୍ୟନ୍ତ ଜଟିଳ ହୋଇପଡ଼ୁଛି।

ଏହି ରେଳ ଫାଟକ ଦେଇ ବାଲସି, ପରଲସିଙ୍ଗା, ରୁପ୍ରା, ଗିଗିନା, ମୁସ୍କୁଟି, ଶିରୋଲ ସମେତ ବିଭିନ୍ନ ଗ୍ରାମ ପଞ୍ଚାୟତର ଶହ ଶହ ଲୋକ ପ୍ରତିଦିନ ଯାତାୟାତ କରୁଛନ୍ତି। ତେଣୁ ଏଠାରେ ଯଥାଶୀଘ୍ର ଏକ ଓଭରବ୍ରିଜ ନିର୍ମାଣ କରାଗଲେ ଅଞ୍ଚଳବାସୀଙ୍କ ଦୀର୍ଘଦିନର ଗମନାଗମନ ସମସ୍ୟା ଦୂର ହୋଇପାରିବ ବୋଲି ଗ୍ରାମବାସୀମାନେ କହିଛନ୍ତି।

ଏ ନେଇ ଶିରୋଲ ଗ୍ରାମ ପଞ୍ଚାୟତର ପୂର୍ବତନ ସରପଞ୍ଚ ହେମନ୍ତ ନାଗ, ବିକ୍ରାନ୍ତ ବାଗ, ମୀନକେତନ ବାଗଙ୍କ ସମେତ ବହୁ ଗ୍ରାମବାସୀ ସମ୍ବଲପୁର ରେଳ ଡିଭିଜନର ଡିଆରଏମ ଏବଂ ରେଳ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଡୁମେରମୁଣ୍ଡା ରେଳ ଫାଟକ ଉପରେ ଶୀଘ୍ର ଓଭରବ୍ରିଜ ନିାଣ କରିବାକୁ ସେମାନେ ଦାବି କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

ଧୁରନ୍ଧରକୁ ପଛରେ ପକାଇଲା ଫିଲ୍ମ ‘ହନୁମାନ ଅଂଶ’

ମୁମ୍ବାଇ: ଆଧ୍ୟାତ୍ମିକ ଗୁରୁ ନୀମ କରୋଲି ବାବାଙ୍କ ଜୀବନ ଏବଂ ଶିକ୍ଷା ଉପରେ ଆଧାରିତ ଫିଲ୍ମ ‘ହନୁମାନ ଅଂଶ’ ବକ୍ସ ଅଫିସରେ ୧୫୦ କୋଟିରୁ ଅଧିକ ଟଙ୍କା…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

ଭାରତ ସହ ସହଯୋଗ ବଢ଼ାଇବ ଇରାନ

ନୂଆଦିଲ୍ଲୀ,୯ା୯: ଆଞ୍ଚଳିକ ଉତ୍ତେଜନା ବୃଦ୍ଧି ଏବଂ ଆମେରିକାର କଟକଣା ନୀତିକୁ ନେଇ ଲାଗିରହିଥିବା ଅନିଶ୍ଚିତତା ସତ୍ତ୍ୱେ ଚାବହାର ବନ୍ଦରର ରଣନୀତିକ ମୂଲ୍ୟବୋଧ ଓ ଭାରତ ସହ ସମ୍ପର୍କ…

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା…

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri