ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ଦାବି ତେଜିଲା, ଦାବି ପୂରଣ ନ ହେଲେ…

କୁନ୍ଦୁରା,୧୫।୧(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଆସନା ପଞ୍ଚାୟତର ଶତାଧିକ ଲୋକେ ଗୁରୁବାର କୁନ୍ଦୁରା ବ୍ଲକ କାର୍ଯ୍ୟାଳୟରେ ଏକାଠି ହୋଇଥିଲେ। ହାତରେ ଦାବିପତ୍ର ଧରି ବ୍ଲକ ପ୍ରଶାସନ ପ୍ରତି ଅସନ୍ତୋଷ ପ୍ରକାଶ କରିଥିଲେ। ଆସନା ପଞ୍ଚାୟତରେ ଆସନା ଗ୍ରାମ ରହିଛି। ଉକ୍ତ ଗ୍ରାମକୁ ଭିତ୍ତି କରି ଆସନା ପଞ୍ଚାୟତ ନାମିତ ହୋଇଛି। ହେଲେ ପରୀତାପର ବିଷୟ ଦୀର୍ଘ ବର୍ଷ ହେବ ଆସନା ପଞ୍ଚାୟତ କାର୍ଯ୍ୟାଳୟ ଏବଂ ଅନ୍ୟାନ୍ୟ ସରକାରୀ, ବେସରକାରୀ କାର୍ଯ୍ୟାଳୟ ଆସନା ପଞ୍ଚାୟତ ଦର୍ଶାଇ ଉଦଲଗୁଡା ଗ୍ରାମରେ କାର୍ଯ୍ୟକ୍ଷମ ହେଉଛି। ବର୍ତ୍ତମାନ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଆସନା ପଞ୍ଚାୟତ ପାଇଁ ଏକ ନୂତନ ପଞ୍ଚାୟତ ଭବନ ନିର୍ମାଣ ହେବାର ଅଛି। ଏନେଇ ଆସନା ଗ୍ରାମରେ ନୂତନ ପଞ୍ଚାୟତ ଭବନ ନିର୍ମାଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।

ସୂଚନା ଯୋଗ୍ୟ, ଆସନା ଗ୍ରାମରେ ନୂତନ ପଞ୍ଚାୟତ ଭବନ ନିର୍ମାଣ ପାଇଁ ଆସନା ପଞ୍ଚାୟତବାସୀ ଗତ ଡିସେମ୍ବର ୨ ତାରିଖରେ କୁନ୍ଦୁରା ବିଡ଼ିଓ, ତହସିଲଦାରଙ୍କୁ ଭେଟି ଦାବୀପତ୍ର ପ୍ରଦାନ କରିଥିଲେ। ବିଡ଼ିଓଙ୍କ ପରାମର୍ଶ କ୍ରମେ ଆସନା ସରପଞ୍ଚ ଏବଂ ସମିତି ସଭ୍ୟଙ୍କୁ ଭେଟି ପଞ୍ଚାୟତ ବାସୀ ଲିଖିତ ନିବେଦନ କରିଥିଲେ। ପରେ ବ୍ଲକ ଏଏଇ, ଜେଇ, ରାଜସ୍ବ ନିରୀକ୍ଷକ ଏବଂ ପିଇଓ ଆସନା ଗ୍ରାମରେ ନୂତନ ପଞ୍ଚାୟତ ଭବନ ନିର୍ମାଣ ପାଇଁ ଜାଗା ଚିହ୍ନଟ କରିଥିଲେ।

ହେଲେ ଦୁଃଖର ବିଷୟ ସରପଞ୍ଚ ଏବଂ ସମିତି ସଭ୍ୟଙ୍କୁ ଭେଟିବାର ଦିନକ ପରେ ପୁଣି ରାଜସ୍ବ ନିରୀକ୍ଷକ ଉଦଲଗୁଡା ଗାଁକୁ ଯାଇ ନୂତନ ପଞ୍ଚାୟତ ଭବନ ନିର୍ମାଣ ପାଇଁ ଜାଗା ଚି଼ହ୍ନଟ କରିବା କେତେଦୂର ଯୁକ୍ତିଯୁକ୍ତ ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏପରିକି ଅଧିକାରୀଙ୍କ ଏଭଳି କାର୍ଯ୍ୟକୁ ପଞ୍ଚାୟତବାସୀ ଦୃଢ଼ ନିନ୍ଦା କରିଛନ୍ତି।

ପଞ୍ଚାୟତବାସୀଙ୍କ ଦାବିକୁ ଅଣଦେଖା କରାଯିବ ତେବେ ଆସନା ପଞ୍ଚାୟତର ଶତାଧିକ ଜନସାଧାରଣ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିବେ ବୋଲି ଗ୍ରାମବାସୀ ଚେତବନୀ ଦେଇଛନ୍ତି। ସପ୍ତାହକ ମଧ୍ୟରେ ସମସ୍ୟାରେ ସମାଧାନ ନ ହେଲେ ଆଗକୁ ଯାହା ବି ସମସ୍ୟା ଉପୁଜିବ ସେନେଇ କୁନ୍ଦୁରା ବ୍ଲକ ପ୍ରଶାସନ ଏବଂ ତହସିଲ ପ୍ରଶାସନ ଦାୟୀ ରହିବ ବୋଲି ଗ୍ରାମବାସୀ କହିଛନ୍ତି। ଏଥିସହ ଗ୍ରାମବାସୀ କୁନ୍ଦୁରା ବିଡ଼ିଓ, ତହସିଲଦାର, ଥାନା ଅଧିକାରୀଙ୍କୁ ଚେତାବନୀ ପୂର୍ଣ୍ଣ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri