ଅଙ୍ଗନଓ୍ବାଡି କେନ୍ଦ୍ର ଯିବାକୁ ରାସ୍ତା ନିର୍ମାଣ ଦାବି ତେଜିଲା

କେସିଙ୍ଗା,୧୪।୬(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅନ୍ତର୍ଗତ ଜୋଲକୋ ଗ୍ରାମ ସ୍ଥିତ ଆମ ଅଙ୍ଗନଓ୍ବାଡି କେନ୍ଦ୍ରକୁ ପକ୍କା ରାସ୍ତା ନ ଥିବାରୁ କୋମଳ ମତି ଶିଶୁ, ଗର୍ଭବତୀ ଓ ପ୍ରସୂତୀ ମହିଳାମାନେ କେନ୍ଦ୍ରକୁ ଯିବାକୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଉକ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ଗତ ୨୦୨୩-୨୪ ଆର୍ଥିକ ବର୍ଷରେ ୭ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନୂତନ ଭାବେ ନିର୍ମାଣ ହୋଇଛି।

ହେଲେ ଜୋଲକୋ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅବସ୍ଥିତ । ପକ୍କା ରାସ୍ତାଠାରୁ ପ୍ରାୟ ୨୦୦ ଫିଟ ଯାଏ ସ୍କୁଲଠାରୁ ଅଙ୍ଗନଓ୍ବାଡି କେନ୍ଦ୍ରକୁ ପକ୍କା ରାସ୍ତା ନିର୍ମାଣ ହୋଇ ନ ଥିବାରୁ ୩ରୁ ୫ବର୍ଷର ପ୍ରାୟ ୪୨ଜଣ କୋମଳମତି ଶିଶୁ, ଗର୍ଭବତୀ ଓ ପ୍ରସୂତୀ ମହିଳାମାନେ ଉକ୍ତ କେନ୍ଦ୍ରକୁ ଯିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗର୍ଭବତୀ ମହିଳାମାନେ ଟିକାକରଣ, ଓଜନ ମାପ ଆଦି କାର୍ଯ୍ୟକ୍ରମରେ କେନ୍ଦ୍ରକୁ ଯାଇଥାନ୍ତି। ଛୋଟ ଶିଶୁମାନେ ରାସ୍ତାରେ ପଡ଼ି ଥିବା ସିମେଣ୍ଟ, ଇଟା ଓ ପଥର ରେ ଚାଲିବାକୁ ଭୟରେ କରୁଛନ୍ତି। ଚାଲିଲା ବେଳେ ଶିଶୁମାନେ ଝୁଣ୍ଟି ପଡୁଥିବା ନଜିର ରହିଛଛି।

ଦୀର୍ଘ ଦୁଇ ବର୍ଷ ହେଲା ରାସ୍ତା ଅବସ୍ଥା ଶୋଚନୀୟ ପଡି ରହିଛି। ଏ ନେଇ ଅଙ୍ଗନବାଡି କର୍ମୀ ତଥା ଯାଞ୍ଚ କମିଟି ସଦସ୍ୟ କେସିଙ୍ଗା ବିଡ଼ିଓ, ଅଧ୍ୟକ୍ଷ ଓ ଯନ୍ତ୍ରୀଙ୍କୁ ଲିଖିତ ଭାବେ ଅଭିଯୋଗ କରିଛନ୍ତି। ହେଲେ ରାସ୍ତା କାମ ସମ୍ପୂର୍ଣ ହୋଇପାରୁ ନ ଥିବା କେତେଜଣ ଅଭିଭାବକ ଅଭିଯୋଗ କରିଛନ୍ତି। ଏହି ସଂକ୍ରାନ୍ତରେ କନିଷ୍ଠ ଯନ୍ତ୍ରୀ ତ୍ରିଲୋଚନ ବେହେରାଙ୍କୁ ପଚାରିବାରୁ କିଛି ଦିନ ଭିତରେ ଅଧ୍ୟକ୍ଷ, ବିଡ଼ିଓଙ୍କ ସହ ଆଲୋଚନା କରି ଯଥାଶୀଘ୍ର ପକ୍କା ରାସ୍ତା ନିର୍ମାଣ କରାଯିବ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ...

ବାଂଲାଦେଶରେ ହିନ୍ଦୁ ଯୁବକଙ୍କୁ ଜୀଅନ୍ତା ପୋଡ଼ି ହତ୍ୟା ନେଇ ବଜରଙ୍ଗ ଦଳର ପ୍ରତିବାଦ

ଜି.ଉଦୟଗିରି,୨୭।୧୨(ଚିନ୍ମୟ କୁମାର ସେଠୀ): ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri