ବିକାଶ ପ୍ରକଳ୍ପରେ ମଣିଖମ୍ବ, ଶୌଚାଳୟ ନିର୍ମାଣ ଦାବି

ଖଣ୍ଡପଡ଼ା,୧ା୫(ସ୍ବ.ପ୍ର.): ଶ୍ରୀ ନୀଳମାଧବ ପୀଠର ବିକାଶ ପାଇଁ ରାଜ୍ୟ ସରକାର ୧୦୦ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି । ଇତିମଧ୍ୟରେ ଠାକୁରଙ୍କ ଚନ୍ଦନ ପୋଖରୀର ପୁନରୁଦ୍ଧାର ଚାଲିଛି। ତେବେ ପୁଷ୍କରିଣୀର ମଧ୍ୟ ଭାଗରେ ଥିବା ଏକ ଅନ୍ନ ଖମ୍ବ(ମଣିଖମ୍ବ) ଦୀର୍ଘବର୍ଷ ପୂର୍ବରୁ ଭାଙ୍ଗି ଯାଇଥିଲା। ଠାକୁରଙ୍କ ଚନ୍ଦନ ଯାତ୍ରା ଓ କାଳୀୟଦଳନ ନୀତି ବେଳେ ଉକ୍ତ ପୁଷ୍କରିଣୀର ମଧ୍ୟ ଭାଗରେ ଏକ ବାଉଁଶ ପୋତା ଯାଉଥିଲା। ସେହି ବାଉଁଶକୁ ମଣିଖମ୍ବ ଭାବେ ବିବେଚନା କରାଯାଉଥିଲା। ସମ୍ପ୍ରତି ଚନ୍ଦନ ପୁଷ୍କରଣୀ ପୁନରୁଦ୍ଧାର କାର୍ଯ୍ୟ ଚାଲୁଛି। ଏହି ଅବସରରେ ସେଠାରେ ସ୍ଥାୟୀ ମଣିଖମ୍ବ ନିର୍ମାଣ କରିବାକୁ ନୀଳମାଧବ ପୂଜକ ସମାଜ ପକ୍ଷରୁ ଦାବି କରାଯାଇଛି। ହେଲେ ବିଭାଗୀୟ କର୍ତ୍ତୃପକ୍ଷ ଏଥିପ୍ରତି ଗୁରୁତ୍ୱ ଦେଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ବିଭିନ୍ନସ୍ତରରୁ ମଣିଖମ୍ବ ନିର୍ମାଣ ପାଇଁ ପ୍ରଶାସନକୁ ଅବଗତ କରାଯାଇଛି। ଏ ନେଇ କାର୍ଯ୍ୟ ସମ୍ପାଦନ କରୁଥିବା ଓଡ଼ିଶା ସେତୁ ନିର୍ମାଣ ନିଗମ(ଓବିସିସି) ପ୍ରମୁଖ ଅଧିକାରୀଙ୍କୁ ଲିଖିତ ଭାବେ ଅବଗତ କରାଯାଇଛି।
ଅନ୍ୟପକ୍ଷେ କଣ୍ଟିଲୋ କଂସା ପିତଳ ବାସନ ଶିଳ୍ପ ପାଇଁ ପ୍ରସିଦ୍ଧି ଲାଭ କରିଛି। ଶ୍ରୀ ନୀଳମାଧବଙ୍କ ଦର୍ଶନ ପାଇଁ ଏହି କ୍ଷେତ୍ରକୁ ପ୍ରତ୍ୟେହ ରାଜ୍ୟ ତଥା ରାଜ୍ୟ ବାହାରୁ ଆସୁଥିବା ଯାତ୍ରୀ ଓ ପର୍ଯ୍ୟଟକଙ୍କ ପାଇଁ ସୁଲଭ ଶୌଚାଳୟ ନ ଥିବାରୁ ସମସ୍ୟା ସୃଷ୍ଟି ହୋଇଥାଏ। ଏଣୁ ପର୍ଯ୍ୟଟକମାନଙ୍କ ସୁବିଧା ଦୃଷ୍ଟିରୁ ବିଶ୍ରମାଗାର ସହ ଶୌଚାଳୟ ନିର୍ମାଣ କରିବା ପାଇଁ ପୂଜକ ସମାଜ ପକ୍ଷରୁ ସଭାପତି ସଚ୍ଚିଦାନନ୍ଦ ମିଶ୍ର ଓ ସମ୍ପାଦକ ନୀଳମାଧବ ମିଶ୍ର ସେତୁ ନିର୍ମାଣ ନିଗମ କର୍ତ୍ତୃପକ୍ଷଙ୍କ ସମେତ ନୟାଗଡ଼ ଜିଲାପାଳଙ୍କ ନିକଟରେ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri