ବିକାଶ ପ୍ରକଳ୍ପରେ ମଣିଖମ୍ବ, ଶୌଚାଳୟ ନିର୍ମାଣ ଦାବି

ଖଣ୍ଡପଡ଼ା,୧ା୫(ସ୍ବ.ପ୍ର.): ଶ୍ରୀ ନୀଳମାଧବ ପୀଠର ବିକାଶ ପାଇଁ ରାଜ୍ୟ ସରକାର ୧୦୦ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି । ଇତିମଧ୍ୟରେ ଠାକୁରଙ୍କ ଚନ୍ଦନ ପୋଖରୀର ପୁନରୁଦ୍ଧାର ଚାଲିଛି। ତେବେ ପୁଷ୍କରିଣୀର ମଧ୍ୟ ଭାଗରେ ଥିବା ଏକ ଅନ୍ନ ଖମ୍ବ(ମଣିଖମ୍ବ) ଦୀର୍ଘବର୍ଷ ପୂର୍ବରୁ ଭାଙ୍ଗି ଯାଇଥିଲା। ଠାକୁରଙ୍କ ଚନ୍ଦନ ଯାତ୍ରା ଓ କାଳୀୟଦଳନ ନୀତି ବେଳେ ଉକ୍ତ ପୁଷ୍କରିଣୀର ମଧ୍ୟ ଭାଗରେ ଏକ ବାଉଁଶ ପୋତା ଯାଉଥିଲା। ସେହି ବାଉଁଶକୁ ମଣିଖମ୍ବ ଭାବେ ବିବେଚନା କରାଯାଉଥିଲା। ସମ୍ପ୍ରତି ଚନ୍ଦନ ପୁଷ୍କରଣୀ ପୁନରୁଦ୍ଧାର କାର୍ଯ୍ୟ ଚାଲୁଛି। ଏହି ଅବସରରେ ସେଠାରେ ସ୍ଥାୟୀ ମଣିଖମ୍ବ ନିର୍ମାଣ କରିବାକୁ ନୀଳମାଧବ ପୂଜକ ସମାଜ ପକ୍ଷରୁ ଦାବି କରାଯାଇଛି। ହେଲେ ବିଭାଗୀୟ କର୍ତ୍ତୃପକ୍ଷ ଏଥିପ୍ରତି ଗୁରୁତ୍ୱ ଦେଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ବିଭିନ୍ନସ୍ତରରୁ ମଣିଖମ୍ବ ନିର୍ମାଣ ପାଇଁ ପ୍ରଶାସନକୁ ଅବଗତ କରାଯାଇଛି। ଏ ନେଇ କାର୍ଯ୍ୟ ସମ୍ପାଦନ କରୁଥିବା ଓଡ଼ିଶା ସେତୁ ନିର୍ମାଣ ନିଗମ(ଓବିସିସି) ପ୍ରମୁଖ ଅଧିକାରୀଙ୍କୁ ଲିଖିତ ଭାବେ ଅବଗତ କରାଯାଇଛି।
ଅନ୍ୟପକ୍ଷେ କଣ୍ଟିଲୋ କଂସା ପିତଳ ବାସନ ଶିଳ୍ପ ପାଇଁ ପ୍ରସିଦ୍ଧି ଲାଭ କରିଛି। ଶ୍ରୀ ନୀଳମାଧବଙ୍କ ଦର୍ଶନ ପାଇଁ ଏହି କ୍ଷେତ୍ରକୁ ପ୍ରତ୍ୟେହ ରାଜ୍ୟ ତଥା ରାଜ୍ୟ ବାହାରୁ ଆସୁଥିବା ଯାତ୍ରୀ ଓ ପର୍ଯ୍ୟଟକଙ୍କ ପାଇଁ ସୁଲଭ ଶୌଚାଳୟ ନ ଥିବାରୁ ସମସ୍ୟା ସୃଷ୍ଟି ହୋଇଥାଏ। ଏଣୁ ପର୍ଯ୍ୟଟକମାନଙ୍କ ସୁବିଧା ଦୃଷ୍ଟିରୁ ବିଶ୍ରମାଗାର ସହ ଶୌଚାଳୟ ନିର୍ମାଣ କରିବା ପାଇଁ ପୂଜକ ସମାଜ ପକ୍ଷରୁ ସଭାପତି ସଚ୍ଚିଦାନନ୍ଦ ମିଶ୍ର ଓ ସମ୍ପାଦକ ନୀଳମାଧବ ମିଶ୍ର ସେତୁ ନିର୍ମାଣ ନିଗମ କର୍ତ୍ତୃପକ୍ଷଙ୍କ ସମେତ ନୟାଗଡ଼ ଜିଲାପାଳଙ୍କ ନିକଟରେ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ

ପୁରୀ,୧୮ା୪(ଅଜିତ ମହାନ୍ତି)ପବିତ୍ର ରାମନବମୀ ଅବସରରେ ବୁଧବାରଠାରୁ ଶ୍ରୀମନ୍ଦିର ଓ ଶ୍ରୀକ୍ଷେତ୍ରରେ ସାହିଯାତ ଆରମ୍ଭ ହୋଇଛି। ସହିଯାତ ପାଇଁ ଉତ୍ସବମୁଖର ହୋଇପଡ଼ିଛି ଶ୍ରୀକ୍ଷେତ୍ର। ଶ୍ରୀରାମଙ୍କ ଜନ୍ମଲୀଳାଠାରୁ ଆରମ୍ଭ...

ପୁଣି କର୍ମଚାରୀ ଛଟେଇ କଲା ଗୁଗ୍‌ଲ

କାଲିଫର୍ନିଆ, ୧୮।୪: ବଡ ଆଇଟି କମ୍ପାନୀଗୁଡିକ ଆଜିକାଲି ଏକ ସମ୍ଭାବ୍ୟ ମାନ୍ଦାବସ୍ଥାର ସମ୍ମୁଖୀନ ହେଉଛନ୍ତି। ଖର୍ଚ୍ଚ ହ୍ରାସ କରିବାକୁ ଏହି କମ୍ପାନୀଗୁଡିକ କର୍ମଚାରୀଙ୍କ ଉପରେ ଛଟେଇ...

ଅପରାଜିତାଙ୍କ ବିପକ୍ଷରେ ୨ ଯୁବନେତା

ଖୋର୍ଦ୍ଧା,୧୮।୪(ପ୍ରଭାତ ପାଣିଗ୍ରାହୀ)ଭୁବନେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ଭାଜପା ଅପରାଜିତା ଷଡ଼ଙ୍ଗୀ, ବିଜେଡି ମନ୍ମଥ ରାଉତରାୟ ଏବଂ କଂଗ୍ରେସ ୟାସିର ନୱାଜଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଦୁଇ...

ଅସ୍ଥିଶଲ୍ୟ ବିଭାଗରେ ଅସ୍ତ୍ରୋପଚାର ଠପ୍‌

ଭବାନୀପାଟଣା,୧୮।୪(ଉତ୍ତମ କୁମାର ଦାଶ)କଳାହାଣ୍ଡିବାସୀ ମେଡ଼ିକାଲ କଲେଜ ଆରମ୍ଭ ହେବାରୁ ଖୁସୀ ହୋଇଥିଲେ। ହେଲେ ଜିଲା ହସ୍ପିଟାଲ ଓ ଶହୀଦ ରେଣ୍ଡୋ ମାଝି ମେଡ଼ିକାଲ କଲେଜ ମଧ୍ୟରେ...

ସ୍ବାସ୍ଥ୍ୟ, ଶିକ୍ଷା, ବିଜୁଳି ସାତସପନ

ନୂଆପଡ଼ା,୧୮।୪(ମକାରୁ ବେମାଲ)ସ୍ବାଧୀନତାର ଦୀର୍ଘ ବର୍ଷ ପରେ ବି ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ। କେନ୍ଦ୍ର ଓ ରାଜ୍ୟ ସରକାର ମାଳମାଳ ଯୋଜନା କରୁଥିଲେ ମଧ୍ୟ ଲୋକ...

ଶିକ୍ଷିତ ଯୁବବର୍ଗଙ୍କ ନିଯୁକ୍ତି ବ୍ୟବସ୍ଥାରେ ଢିଲା

ରାଉରକେଲା,୧୮ା୪(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ଜିଲା ନିଯୁକ୍ତି ନିୟୋଜନ କାର୍ଯ୍ୟାଳୟ ସ୍ଥାପନ ହେବାର ଆଜକୁ ୬୩ ବର୍ଷ ପୂରିଲା। ବିଭାଗ ହାତରେ ଜିଲାର ୧୭ ବ୍ଲକର ଶିକ୍ଷିତ...

ଚର୍ଚ୍ଚାରେ ସମୀରଙ୍କ ଭାଇରାଲ ଫଟୋ

ନିମାପଡ଼ା,୧୮।୪ (ରଞ୍ଜନ କୁମାର ପଟ୍ଟନାୟକ)ବିଜେଡି ବିଧାୟକ ସମୀର ରଞ୍ଜନ ଦାଶ ହାତ ଧରିବା ନେଇ ଆଲୋଚନା ହେଉଛି। ବୁଧବାର ସମୀରଙ୍କ ସହିତ ରାହୁଲ ଗାନ୍ଧୀଙ୍କ ଭାଇରାଲ...

ନୂଆ ରୂପରେ ସଜେଇ ହେଲା ଭାଗବତ ଟୁଙ୍ଗି

ବେଗୁନିଆ,୧୮ା୪(ହରପ୍ରସନ୍ନ ପଣ୍ଡା)ବେଗୁନିଆ ବ୍ଲକ ପୋଡ଼ାଡିହ ପଞ୍ଚାୟତ ଅନ୍ତର୍ଗତ ତଳଗଡ଼ ଗାଁରେ ବୁଧବାର ପବିତ୍ର ରାମନବମୀରେ ଆଧ୍ୟାତ୍ମିକ ଭାବଧାରା ଦେଖିବାକୁ ମିଳିଛି। ବିଶ୍ୱାଳସାହିସ୍ଥିତ ଭାଗବତ ଦେବଙ୍କ ନୂତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri