ଭୀମ ଭୋଇଙ୍କ ପୀଠକୁ ଜାତୀୟ ସ୍ମାରକୀ ଘୋଷଣା ଦାବି

ସୋନପୁର,୬l୪(ନି. ପ୍ର ): ସୁବର୍ଣ୍ଣପୁର ଜିଲା ଖଲିଆପାଲି ସ୍ଥିତ ସନ୍ଥ କବି ଭୀମ ଭୋଇଙ୍କ ସିଦ୍ଧି ଓ ସାଧନା ପୀଠକୁ ଜାତୀୟ ସ୍ମାରକୀ ଘୋଷଣା ପାଇଁ ଦାବି ହୋଇଛି। ସେହିଭଳି ପୀଠ ନିକଟରେ ଏକ ଗବେଷଣାକେନ୍ଦ୍ର ପ୍ରତିଷ୍ଠା ଓ ସୁବର୍ଣ୍ଣପୁର ଜିଲାକୁ ବୀରମହାରାଜପୁର ଦେଇ ଦ୍ୱିତୀୟ ରେଳପଥ ସକାଶେ ଦାବି କରାଯାଇଛି। ସୁବର୍ଣ୍ଣପୁର ସଚେତନ ନାଗରିକ ମଞ୍ଚ ପକ୍ଷରୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏ ସମ୍ପର୍କରେ ଚିଠି ଲେଖାଯାଇଛି। ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେଲେ ସନ୍ଥକବି ଭୀମଭୋଇଙ୍କ ବିଷୟରେ ବିଶ୍ୱବିଦ୍ୟାଳୟର ଛାତ୍ରୀ ଛାତ୍ର ମାନେ ଅଧ୍ୟୟନ କରିବାକୁ ସୁଯୋଗ ପାଇବେ। ଯଦ୍ବାରା ଏହି ସନ୍ଥ କବିଙ୍କ ବାଣୀ ଯୁବସମାଜଙ୍କୁ ଆଗକୁ ବଢିବାକୁ ଏକ ପ୍ରେରଣାଦାୟକ ହେବ। ଯାହାକି ବର୍ତ୍ତମାନର ଅବକ୍ଷୟମୁଖି ସମାଜ ସକାଶେ ଆବଶ୍ୟକତା ରହିଛି ବୋଲି ମଞ୍ଚ ପକ୍ଷରୁ କୁହାଯାଇଛି। ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ସରକାରଙ୍କ ଶିକ୍ଷା ବିଭାଗର ମନ୍ତ୍ରୀ ହେବା ପରେ ତାଙ୍କରି ପ୍ରଚେଷ୍ଟାରେ ବର୍ତ୍ତମାନ ସନ୍ଥକବି ଭୀମଭୋଇଙ୍କ ବାଣୀକୁ ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ସାମିଲ କରାଯାଇଛି l କବିଙ୍କ ବିଚାରଧାରକୁ ବିଶ୍ୱ ସ୍ତର ପର୍ଯ୍ୟନ୍ତ ଗୁଞ୍ଜରିତ କରିବା ପାଇଁ କେନ୍ଦ୍ର ସରକାରଙ୍କ ଶିକ୍ଷା ବିଭାଗ କାର୍ଯ୍ୟ କରିବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି ସଚେତନ ନାଗରିକ ମଞ୍ଚ କହିଛି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସାଧୁବାଦ ଜଣାଇବା ସହ ଜାତୀୟ ସ୍ମାରକୀ ଘୋଷଣା, ଗବେଷଣା କେନ୍ଦ୍ର ପ୍ରତିଷ୍ଠା ଓ ସମ୍ବଲପୁର-ବ୍ରହ୍ମପୁର ଦ୍ୱିତୀୟ ରେଳପଥ ସୁବର୍ଣ୍ଣପୁର ଜିଲା ଦେଇ ନିର୍ମାଣ ସକାଶେ ସଚେତନ ନାଗରିକ ମଞ୍ଚର ସଭାପତି ସିତାଂଶୁ ଶେଖର ମିଶ୍ର ଚିଠି ମାଧ୍ୟମରେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri