ଭୀମ ଭୋଇଙ୍କ ପୀଠକୁ ଜାତୀୟ ସ୍ମାରକୀ ଘୋଷଣା ଦାବି

ସୋନପୁର,୬l୪(ନି. ପ୍ର ): ସୁବର୍ଣ୍ଣପୁର ଜିଲା ଖଲିଆପାଲି ସ୍ଥିତ ସନ୍ଥ କବି ଭୀମ ଭୋଇଙ୍କ ସିଦ୍ଧି ଓ ସାଧନା ପୀଠକୁ ଜାତୀୟ ସ୍ମାରକୀ ଘୋଷଣା ପାଇଁ ଦାବି ହୋଇଛି। ସେହିଭଳି ପୀଠ ନିକଟରେ ଏକ ଗବେଷଣାକେନ୍ଦ୍ର ପ୍ରତିଷ୍ଠା ଓ ସୁବର୍ଣ୍ଣପୁର ଜିଲାକୁ ବୀରମହାରାଜପୁର ଦେଇ ଦ୍ୱିତୀୟ ରେଳପଥ ସକାଶେ ଦାବି କରାଯାଇଛି। ସୁବର୍ଣ୍ଣପୁର ସଚେତନ ନାଗରିକ ମଞ୍ଚ ପକ୍ଷରୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏ ସମ୍ପର୍କରେ ଚିଠି ଲେଖାଯାଇଛି। ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେଲେ ସନ୍ଥକବି ଭୀମଭୋଇଙ୍କ ବିଷୟରେ ବିଶ୍ୱବିଦ୍ୟାଳୟର ଛାତ୍ରୀ ଛାତ୍ର ମାନେ ଅଧ୍ୟୟନ କରିବାକୁ ସୁଯୋଗ ପାଇବେ। ଯଦ୍ବାରା ଏହି ସନ୍ଥ କବିଙ୍କ ବାଣୀ ଯୁବସମାଜଙ୍କୁ ଆଗକୁ ବଢିବାକୁ ଏକ ପ୍ରେରଣାଦାୟକ ହେବ। ଯାହାକି ବର୍ତ୍ତମାନର ଅବକ୍ଷୟମୁଖି ସମାଜ ସକାଶେ ଆବଶ୍ୟକତା ରହିଛି ବୋଲି ମଞ୍ଚ ପକ୍ଷରୁ କୁହାଯାଇଛି। ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ସରକାରଙ୍କ ଶିକ୍ଷା ବିଭାଗର ମନ୍ତ୍ରୀ ହେବା ପରେ ତାଙ୍କରି ପ୍ରଚେଷ୍ଟାରେ ବର୍ତ୍ତମାନ ସନ୍ଥକବି ଭୀମଭୋଇଙ୍କ ବାଣୀକୁ ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ସାମିଲ କରାଯାଇଛି l କବିଙ୍କ ବିଚାରଧାରକୁ ବିଶ୍ୱ ସ୍ତର ପର୍ଯ୍ୟନ୍ତ ଗୁଞ୍ଜରିତ କରିବା ପାଇଁ କେନ୍ଦ୍ର ସରକାରଙ୍କ ଶିକ୍ଷା ବିଭାଗ କାର୍ଯ୍ୟ କରିବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି ସଚେତନ ନାଗରିକ ମଞ୍ଚ କହିଛି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସାଧୁବାଦ ଜଣାଇବା ସହ ଜାତୀୟ ସ୍ମାରକୀ ଘୋଷଣା, ଗବେଷଣା କେନ୍ଦ୍ର ପ୍ରତିଷ୍ଠା ଓ ସମ୍ବଲପୁର-ବ୍ରହ୍ମପୁର ଦ୍ୱିତୀୟ ରେଳପଥ ସୁବର୍ଣ୍ଣପୁର ଜିଲା ଦେଇ ନିର୍ମାଣ ସକାଶେ ସଚେତନ ନାଗରିକ ମଞ୍ଚର ସଭାପତି ସିତାଂଶୁ ଶେଖର ମିଶ୍ର ଚିଠି ମାଧ୍ୟମରେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri