ତାଳଚେରକୁ ଜିଲା ଘୋଷଣା ଦାବି

ତାଳଚେର,୧୮ା୧୧ (ନି.ପ୍ର.):ଓଡ଼ିଶାରୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଅଧିକ ରାଜସ୍ବ ଦେଉଥିବା ଏବଂ ଦେଶର ସବୁଠାରୁ ଅଧିକ କୋଇଲା ଉତ୍ପାଦନ ସହିତ ଏସିଆର ସର୍ବବୃହତ୍‌ ବିଦ୍ୟୁତ କାରଖାନା ଥିବା ଅନୁଗୋଳ ଜିଲାର ତାଳଚେରର ଗୁରୁତ୍ୱକୁ ଉପଲବ୍ଧ କରି ଏହାକୁ ସ୍ବତନ୍ତ୍ର ଜିଲା ଘୋଷଣା କରିବାକୁ ଦାବି ଉଠିଛି। ତାଳଚେର ଓ ପାଲଲହଡ଼ାକୁ ମିଶାଇ ତାଳଚେରକୁ ସ୍ବତନ୍ତ୍ର ଜିଲା ଭାବେ ରାଜ୍ୟ ସରକାର ଘୋଷଣା କରନ୍ତୁ ବୋଲି ଗୁରୁବାର ପୂର୍ବତନ ନଗରପାଳ କେଶବ ଭୂତିଆ ଦାବି କରିଛନ୍ତି। ସେ କହିଛନ୍ତି, ଭୌଗୋଳିକ ଓ ଜନସଂଖ୍ୟା ଦୃଷ୍ଟିରୁ କଣିହଁା ବ୍ଲକକୁ ସ୍ବତନ୍ତ୍ର ଉପଖଣ୍ଡ କରାଯାଉ। ଏଥିସହିତ ଖମାର ଓ ପବିତ୍ରନଗର ଅଞ୍ଚଳକୁ ମିଶାଇ ନୂତନ ବ୍ଲକ ଗଠନ ହେଉ। ଯଦି ସରକାର ତାଳଚେରବାସୀଙ୍କ ନ୍ୟାଯ୍ୟ ଦାବି ପ୍ରତି ଆନ୍ତରିକତା ନ ଦେଖାନ୍ତି, ତା’ହେଲେ ଆଗାମୀ ଦିନରେ ତାଳଚେରବାସୀ ଆନ୍ଦୋଳନକୁ ଓହ୍ଲାଇବେ। ଏହି ସମୟରେ ଯେଉଁ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ, ସେଥିପାଇଁ ରାଜ୍ୟ ସରକାର ଦାୟୀ ରହିବେ ବୋଲି ଭୂତିଆ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri