ଜିଲା ମାନ୍ୟତା ଦାବି ତେଜିଲା

ଟିଟିଲାଗଡ,୨୪ା୧୧(ଡି.ଏନ.ଏ.): ଟିଟିଲାଗଡ଼ ଉପଖଣ୍ଡକୁ ଜିଲା ମାନ୍ୟତା ଦାବିରେ ଗୁରୁବାର ୧୨ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ଜିଲା କ୍ରିୟାନୁଷ୍ଠାନ କମିଟି ଆହ୍ବାନରେ କରାଯାଇଥିବା ବନ୍ଦକୁ ଜନ ସମର୍ଥନ ମିଳିଛି। ବନ୍ଦକୁ ସିନ୍ଧେକେଲା ଓ ସଇଁତଳାରେ ବି ଲୋକେ ସମର୍ଥନ କରିଛନ୍ତି। ବନ୍ଦ ଯୋଗୁ ଏହି ସବୁ ଅଞ୍ଚଳର ଜନଜୀବନ ପ୍ରଭାବିତ ହୋଇଛି। ଯାନବାହାନ ଚଳାଚଳ ବନ୍ଦ ରହିବାରୁ ରାସ୍ତା ଶୂନଶାନ ହୋଇ ଯାଇଥିଲା। ସରକାରୀ, ବେସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ, ବ୍ୟାଙ୍କ, ଡାକବିଭାଗ, ଜୀବନ ବୀମା, ଭାରତୀୟ ଖାଦ୍ୟ ନିଗମ ଅଫିସ, ଦୋକାନ ବଜାର ବନ୍ଦ ରହିଥିଲା। ବାଇକ ଶୋଭାଯାତ୍ରା କରି ବନ୍ଦ ପାଳନକାରୀ ସହର ପରିକ୍ରମା କରିଥିଲେ। ପରେ କୋର୍ଟ ସମ୍ମୁଖରେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ପିକେଟିଂ ଯୋଗୁ କୋର୍ଟ କାର୍ଯ୍ୟ ଚାଲି ପାରି ନ ଥିଲା।
ଦୀର୍ଘ ୩୦ବର୍ଷ ଧରି ଟିଟିଲାଗଡ଼ ଜିଲା ଆନ୍ଦୋଳନ ଚାଲି ଆସିଛି। ହେଲେ ଶାସକ ବିଜେଡି ପଦ୍ମପୁର ଉପଖଣ୍ଡକୁ ଜିଲା ମାନ୍ୟତା ଦେବା ପାଇଁ ସବୁଜ ସଙ୍କେତ ଦେବା ପରେ ଟିଟିଲାଗଡ ଉପଖଣ୍ଡବାସୀ ଏବେ ତାଙ୍କ ପୂର୍ବ ସ୍ବରକୁ ଅଧିକ ଶାଣିତ କରିଛନ୍ତି। ଗତ ସପ୍ତାହେ ହେଲା ଟିଟିଲାଗଡ଼ ଜିଲା ଦାବିରେ ଅଞ୍ଚଳରେ ପ୍ରତିବାଦ ଶୋଭାଯାତ୍ରା, ମାନବ ଶୃଙ୍ଖଳ, ସଭାସମିତି ଜରିଆରେ ଆନ୍ଦୋଳନ କୁହୁଳିଛି। ୧୫ ଦିନ ମଧ୍ୟରେ ଜିଲା ଘୋଷଣା ନକଲେ ଆନ୍ଦୋଳନକୁ ଆହୁରି ତୀବ୍ରତର କରାଯିବ ବୋଲି ପୂର୍ବରୁ ଚେତାବନୀ ଦିଆଯାଇଛି l ଆଜିର ବନ୍ଦରେ ଜିଲା କ୍ରିୟାନୁଷ୍ଠାନ କମିଟି ଆବାହକ ସଞ୍ଜୟ ବେହେରା, ବୀରେନ୍ଦ୍ର ବାଗ, ଓକିଲ ସଂଘ, କାଉନସିଲର ସୁନୀଲ ଆଚାର୍ଯ୍ୟ, ଯାଦବ ସମାଜ ସଭାପତି ଘିନୁ ଆଡ଼ଯୁଆଡ, ସରପଞ୍ଚ ସଂଘ ସଭାପତି ବୀରବର ସାହୁ, ହରିନାରାୟଣ ମିଶ୍ର, ସମାଜସେବୀ ଅଞ୍ଜଳି ବେହେରା, ପୌରାଧ୍ୟକ୍ଷା ମମତା ଜୈନ, ବିକାଶ ସେନା ସଭାପତି ଅମ୍ଲାନ ଷଡ଼ଙ୍ଗୀ, ଭାଜପା ସଭାପତି ପ୍ରଶାନ୍ତ ଷଡ଼ଙ୍ଗୀ, ରଣ ପୃଷ୍ଟି, ବିଜେଡି କାଉନସିଲର ସୁଧୀର ଅଗ୍ରୱାଲ, ଦେବାନନ୍ଦ ସାହୁ, ତୁଳସୀ ସାହୁ, ହରି ବହିଦାର ଓ ଟିଟିଲାଗଡ଼ର ବିଭିନ୍ନ ବେସରକାରୀ ଅନୁଷ୍ଠାନର କର୍ମକର୍ତ୍ତା ସାମିଲ ହୋଇଥିଲେ। ଆଇନଶୃଙ୍ଖଳାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ତରଫରୁ ସହରର ବିଭିନ୍ନ ସ୍ଥାନରେ ପୋଲିସ ମୁତୟନ କରାଯାଇଥିଲା l


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri