ପିକ୍‌କ ଭ୍ୟାଲିକୁ ଇକୋ-ଟୁରିଜମ୍‌ ମାନ୍ୟତା ଦାବି

ପୁରୁଣା ଭୁବନେଶ୍ୱର,୨୭ା୯(ଡି.ଏନ୍‌.ଏ.): ପ୍ରତିବର୍ଷ ସେପ୍ଟେମ୍ବର ୨୭ରେ ବିଶ୍ୱ ପର୍ଯ୍ୟଟନ ଦିବସ ପାଳନ କରାଯାଇଥାଏ। ସାମାଜିକ, ସାଂସ୍କୃତିକ, ଆର୍ଥିକ କ୍ଷେତ୍ରରେ ବିକାଶ ତଥା ପାରସ୍ପରିକ ସମ୍ପର୍କ ବୃଦ୍ଧି କରିବା ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ। ଓଡ଼ିଶାରେ ଅନେକ ପର୍ଯ୍ୟଟନସ୍ଥଳୀ ରହିଛି ଯାହା ଏପର୍ଯ୍ୟନ୍ତ ସରକାରୀସ୍ତରରେ ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇନାହିଁ। କଟକ ଜିଲା ନରାଜ ରୋଡ ରାସ୍ତାର ତଳଗର ନିକଟରେ ରହିଛି ପିକ୍‌କ ଭ୍ୟାଲି। ଏହା ପର୍ଯ୍ୟଟକଙ୍କ ଆକର୍ଷଣୀୟ କେନ୍ଦ୍ରବିନ୍ଦୁ ପାଲଟିଛି। ରାଜ୍ୟର ବିଭିନ୍ନ ଅଞ୍ଚଳରେ ଇକୋଟୁରିଜମ୍‌ ପ୍ରକଳ୍ପ ବିକଶିତ ହେଉଥିବା ବେଳେ ଏହି ଅଞ୍ଚଳ ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଯାଇଛି। ଇକୋ ଟୁରିଜମ୍‌ରେ ନୂଆ ସମ୍ଭାବନା ଓ ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଆକର୍ଷଣୀୟ କରାଯାଉଛି। ପରିବେଶ ସୁରକ୍ଷା ଓ ପରିବେଶ ପ୍ରତି ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଏହାର ମୂଳଲକ୍ଷ୍ୟ। ଏହି ପିକ୍‌କ ଭ୍ୟାଲିକୁ ସରକାରୀସ୍ତରରେ ଇକୋ ଟୁରିଜମ୍‌ର ମାନ୍ୟତା ଦିଆଗଲେ ମୟୂରର ସୁରକ୍ଷା ସହ ଏହାର ବଂଶ ବୃଦ୍ଧିରେ ବେଶ୍‌ ସହାୟକ ହୋଇପାରିବ ବୋଲି ପରିବେଶବିତ୍‌ ସୁଶାନ୍ତ ସାହୁ କହିଛନ୍ତି। ଏଥିସହ ରାଜ୍ୟର ରାଜସ୍ବ ବୃଦ୍ଧି ସହ ସ୍ଥାନୀୟ ଅଞ୍ଚଳବାସୀଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାରେ ସହାୟକ ହୋଇପାରିବ। ଏନେେଇ ପରିବେଶବିତ୍‌ ସାହୁ ରାଜ୍ୟର ମୁଖ୍ୟମନ୍ତ୍ରୀ, ଜଙ୍ଗଲ ବିଭାଗୀୟ ମନ୍ତ୍ରୀ ଏବଂ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ପତ୍ର ମାଧ୍ୟମରେ ପିକ୍‌କ ଭ୍ୟାଲିକୁ ଇକୋ-ଟୁରିଜମ୍‌ର ମାନ୍ୟତା ଦେବା ପାଇଁଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri