ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର ଅପରାହ୍ନରେ ଓକିଲ ସଂଘର ପ୍ରତିନିଧି ବୃନ୍ଦ ବ୍ରହ୍ମପୁର ସ୍ଥିତ ଗଞ୍ଜାମ ଜିଲା ଦୌରା ଜଜ୍‌ଙ୍କ ଚ୍ୟାମ୍ବରରେ ଗଞ୍ଜାମ ଜିଲା ଦାୟିତ୍ୱରେ ଥିବା ରାଜ୍ୟ ହାଇକୋର୍ଟର ପ୍ରଶାସନିକ କାର୍ଯ୍ୟନିର୍ବାହୀ ଜଷ୍ଟିସ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦଙ୍କୁ ସାକ୍ଷାତ କରି ସଂଘ ପକ୍ଷରୁ ପୁଷ୍ପଗୁଚ୍ଛ ପ୍ରଦାନ ପୂର୍ବକ ସ୍ବାଗତ ଅଭିନନ୍ଦନ ଜଣାଇବା ସହ ଦିଗପହଣ୍ଡିଠାରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ଖୋଲିବା ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଦୀର୍ଘ ଦିନରୁ ବିଭିନ୍ନ ଫୌଜଦାରୀ ମକଦ୍ଦମା ଗୁଡ଼ିକ ବ୍ରହ୍ମପୁରସ୍ଥିତ ଜିଲା ଜଜଙ୍କ କୋର୍ଟରେ ପରିଚାଳିତ ହୋଇ ଆସୁଥିବା ବେଳେ ଦିଗପହଣ୍ଡିଠାରେ ସବଜଜ କୋର୍ଟ ଖୋଲିଲେ ଓକିଲ ଏବଂ ମହକିଲଙ୍କ ଅସୁବିଧା ଦୂର ହେବାର ଆଶା କରାଯାଉଥିଲା। କିନ୍ତୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂତନ ଭାବେ ପ୍ରଚଳିତ ଭାରତୀୟ ନାଗରିକ ସୁରକ୍ଷା ସଂହିତାରେ ସବଜଜଙ୍କ ଠାରୁ ପୂର୍ବରୁ ରହିଥିବା ସହକାରୀ ଦୌରାଜଜ କ୍ଷମତା ପ୍ରତ୍ୟାହାର କରି ନେଇଥିବା କାରଣରୁ ବିଭିନ୍ନ ଫୌଜଦାରୀ ମାମଲା ଗୁଡିକର ପରିଚାଳନା ସମୟରେ ଦିଗପହଣ୍ଡି ଅଞ୍ଚଳବାସୀଙ୍କୁ ବ୍ରହ୍ମପୁର ଦୌଡ଼ି ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ତେଣୁ ଓକିଲ ସଂଘ ପକ୍ଷରୁ ହାଇକୋର୍ଟ ଜଷ୍ଟିସଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇ ଦିଗପହଣ୍ଡିଠାରେ ଅତିରିକ୍ତ ଜିଲା ଜଜ କୋର୍ଟ ଖୋଲିବା ପାଇଁ ଅନୁରୋଧ କରାଯାଇଛି। ଜଷ୍ଟିସଙ୍କ ସହ ଏହି ସାକ୍ଷାତ ଆଲୋଚନା ସମୟରେ ଗଞ୍ଜାମ ଜିଲା ଦୌରା ଜଜ ଅଶାନ୍ତ କୁମାର ଦାସଙ୍କ ସମେତ ଖେମୁଣ୍ଡି ଓକିଲ ସଂଘର ସଭାପତି ହୃଦୟ ରଞ୍ଜନ ମେକାପ, ପୂର୍ବତନ ସଭାପତି ରସାନନ୍ଦ ରାଉତ, ପରେଶ ଚନ୍ଦ୍ର ରଥ, ଏ. ସୋମେଶ୍ୱର ରାଓ, ହରପ୍ରସାଦ ରଥ, ସମ୍ପାଦକ ପ୍ରଦୀପ କୁମାର ନାୟକ, ଉପସଭାପତି ସନ୍ତୋଷ କୁମାର ସାହୁ, କୋଷାଧ୍ୟକ୍ଷ ସିମାଞ୍ଚଳ ପ୍ରଧାନ,ଏପିପି ବିଜୟ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତିଶକ୍ତି ହ୍ରାସର ୬ ବର୍ଷ ପୂର୍ବରୁ ସୂଚନା ଦେବ ସାଧାରଣ ରକ୍ତ ପରୀକ୍ଷା

ୱାଶିଂଟନ,୨୧ା୯: ମାନସିକ ସ୍ମୃତିଶକ୍ତି ହ୍ରାସ ପାଇବା କିମ୍ବା ଆଲଜାଇମର୍ସ ରୋଗର ଲକ୍ଷଣ ପ୍ରକାଶ ପାଇବାର ବହୁ ବର୍ଷ କିମ୍ବା ଦଶନ୍ଧି ପୂର୍ବରୁ ମାନବ ଶରୀରରେ ଏହାର ଜୈବିକ…

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?