ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ସଭାପତି ତଥା ରାଜ୍ୟ ଉପସଭାପତି ପି. ହରିକୃଷ୍ଣ ରେଡ୍ଡୀଙ୍କ ନେତୃତ୍ୱରେ ପ୍ରଦାନ କରାଯାଇଛି। ଗଞ୍ଜାମ ଜିଲାରେ ବର୍ଷାର ଅନିୟମିତତା ଯୋଗୁ ବର୍ତ୍ତମାନ ଧାନରୁଆ ଆରମ୍ଭ ହୋଇଛି। ଏହା ଏକ ମାସରେ ଶେଷ ହେବ। ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଜୁଲାଇ ୩୧ ସୀମା ଧାର୍ଯ୍ୟ କରିଛନ୍ତି। ଏହା ଦ୍ବାରା ବହୁ ଚାଷୀ ଫସଲ ବୀମା କରିବାରେ ବଞ୍ଚିତ ହେବେ। ଏଣୁ ଫସଲ ବୀମା ଅବଧି ଅଗଷ୍ଟ ୩୧ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିବା ସହ ଜିଲାପାଳ, ବ୍ଲକ ଓ କୃଷି କାର୍ଯ୍ୟାଳୟରେ ଫସଲ ବୀମା ଦପ୍ତର ଖୋଲିବା, ଚାଷୀର ଧାନ ବିକ୍ରି ପାଇଁ ପଞ୍ଜିକରଣକୁ ସରଳ କରିବା, କଟକଣାରୁ ମୁକ୍ତ କରି ଏ ଫିଡେଫିଟ୍‌ ଦ୍ବାରା ଜମିର ପରିମାଣ ଓ ପଟ୍ଟା ପାଉତିକୁ ଗ୍ରହଣ, ସମବାୟ ସମିତଗୁଡ଼ିକୁ ପର୍ଯ୍ୟାପ୍ତ ପରିମାଣ ସାର ଯୋଗାଣ କରିବା ଓ ସାରର କଳା ବଜାର ବନ୍ଦ, ପ୍ରତ୍ୟେକ ଗାଁରେ ଅଚଳ ବା ଉଠା ଜଳସେଚନ ପଏଣ୍ଟଗୁଡ଼ିକୁ ସକ୍ଷମ, ହାଡ଼ିବନ୍ଧ ନିର୍ମାଣଓ ସବୁ ଅଞ୍ଚଳରେ ଜଳ ପ୍ରକଳ୍ପ କରି ଜଳସେଚନ ପାଇଁ ବ୍ୟବସ୍ଥା, ଚାଷୀମାନଙ୍କୁ ରିହାତି ଦରରେ ପମ୍ପ ସେଟ୍‌ ଓ ଔଷଧ ସିଞ୍ଚନ ଯନ୍ତ୍ର, ସୋଲାର ସିଷ୍ଟମରେ ପାଣି ମେଶିନ ଯୋଗାଣ, ଖରିଫ ଫସଲ ପାଇଁ ପ୍ରତ୍ୟେକ ଚାଷୀଙ୍କୁ ବିନା ସୁଧରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ନୂତନ ଋଣ ପ୍ରଦାନ ଏବଂ ସମସ୍ତ ବ୍ଲକରେ ଶୀତଳଭଣ୍ଡାର ନିର୍ମାଣ ଆଦି ଦାବି ଉଲ୍ଲେଖ କରିଛନ୍ତି। ଏହି ଦାବିପତ୍ର ପ୍ରଦାନବେଳେ ଏସ୍‌. ରବୀନ୍ଦ୍ର ନାଥ ଆଚାରୀ ଓ ଦେବରାଜ ବେହେରାଙ୍କ ସମେତ ବହୁ ଚାଷୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା…

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

Shukra Gochar: ୪ ରାଶିଙ୍କ ଅଯଥା ହେବ ଧନ ହାନୀ! ହଠାତ୍ ଚାକିରିରୁ ହେବେ ବିଦା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆଜି, ଶୁକ୍ର ଗ୍ରହ ଉତ୍ତରାଫାଲଗୁନି ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ସକାଳ ୪:୫୬ ସମୟରେ ହୋଇଥିବା ଶୁକ୍ରଙ୍କ ଏହି ଗୋଚର ଶୁଭ, କିନ୍ତୁ ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri