ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଜିଲାପାଳଙ୍କୁ ଫେରାଦ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଗୁରୁବାର ଏହି ଚାଷୀ ପଞ୍ଜୀକରଣ ଅବଧି ସରିଯିବ। ତେବେ ଏପର୍ଯ୍ୟନ୍ତ ଜିଲାର ଅନେକ ଚାଷୀ ପଞ୍ଜୀକରଣ କରିପାରି ନ ଥିବା ଯୋଗୁ ଏହି ଅବଧିକୁ ଆସନ୍ତା ୩୧ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିବା ପାଇଁ ଦାବି ହୋଇଛି। ଏହି ଦାବି ନେଇ ବରଗଡ଼ର ସଂଯୁକ୍ତ କୃଷକ ସଙ୍ଗଠନ ପକ୍ଷରୁ ବୁଧବାର ଯୋଗାଣ ସଚିବ ବୀର ବିକ୍ରମ ଯାଦବଙ୍କ ଉଦ୍ଦେଶ୍ୟରେ ଜିଲାପାଳ ଆଦିତ୍ୟ ଗୋୟଲ, ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ରାଜକିଶୋର ପାଣିଗ୍ରାହୀ ଏବଂ ସମବାୟ ଉପ ନିବନ୍ଧକ କଲ୍ୟାଣ ସେଠୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି ।
ଦାବିପତ୍ରରେ ଉଲ୍ଲେଖ ରହିଛି, ରାଜ୍ୟ ସରକାରଙ୍କ ଧାନ ସଂଗ୍ରହ ନୀତି ଅନୁସାରେ ପ୍ରତ୍ୟେକ ଋତୁରେ ଚାଷୀମାନଙ୍କୁ ଧାନ ବିକ୍ରି କରିବା ପାଇଁ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ପଞ୍ଜିକରଣ କରିବାକୁ ପଡିଥାଏ। ଚାଷୀ ପଞ୍ଜିକୃତ ନ ହେଲେ ତାର ଉପାର୍ଜିତ ଧାନ ବିକ୍ରି କରିପାରିବ ନାହିଁ। ତେବେ ସରକାରଙ୍କ କେନ୍ଦ୍ରୀକରଣ ବ୍ୟବସ୍ଥା ଯୋଗୁ ଚାଷୀମାନଙ୍କ ଅନେକ ଗୁଡିଏ ସମସ୍ୟା ପରିଲକ୍ଷିତ ହେଉଛି। ଋଣ ନେଣ ଦେଣ, ଫସଲ ବୀମା ଏବଂ ଚାଷକାର୍ଯ୍ୟ କ୍ଷେତ୍ରରେ ସମସ୍ୟା ଉପୁଜି ଆସୁଛି। ଚଳିତବର୍ଷ ରାଜ୍ୟ ସରକାର ଧାନ କୁଇଣ୍ଟାଲ ପ୍ରତି ୩୧ଶହ ଟଙ୍କା ଏବଂ କୌଣସି ଧାନ କଟନୀ ଛଟନୀ ହେବ ନାହିଁ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ତେବେ ଯଦି ଚାଷୀ ପଞ୍ଜିକୃତ ନ ହେବେ, ତାହାହେଲେ କେଉଁଠାରେ ଓ କିପରି ଭାବେ ଚାଷୀ ଧାନ ବିକ୍ରି କରିବ ଏବଂ ଉଚିତ ପ୍ରାପ୍ୟ ପାଇପାରିବେ ବୋଲି ଚାଷୀ ସଙ୍ଗଠନ ପ୍ରଶ୍ନ କରିଛି। ରାଜ୍ୟ ସରକାର ପ୍ରତେକ ବର୍ଷ ଅଗଷ୍ଟ ମାସ ୧୫ ତାରିଖ ପର୍ଯ୍ୟନ୍ତ ଧାନ ପଞ୍ଜୀକରଣ ସମୟ ଧାର୍ଯ୍ୟ କରିଥାନ୍ତି। କିନ୍ତୁ ଅଗଷ୍ଟ ମାସରେ ଚାଷୀଙ୍କ ବହୁତ ଭିଡ କାମ ଲାଗି ରହିଥାଏ । ଚାଷ କାର୍ଯ୍ୟ ଜୋରସୋରରେ ଚାଲିଥାଏ ଏବଂ ଯଦି ବର୍ଷା ବିଳମ୍ବରେ ହୁଏ, ତାହାହେଲେ ସମସ୍ୟା ଆହୁରି ଜଟିଳ ହୋଇଥାଏ। ସେଥିପାଇଁ ପ୍ରତିବର୍ଷ ଅଗଷ୍ଟ ମାସ ୩୧ ତାରିଖ ପର୍ଯ୍ୟନ୍ତ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ସମୟ ସୀମା ଧାର୍ଯ୍ୟ କରାଯିବା ପାଇଁ ଦାବି ହୋଇଛି।
ସେହିପରି ଚଳିତବର୍ଷ ରାଜ୍ୟରେ ୧୭ଲକ୍ଷ ଚାଷୀ ପଞ୍ଜୀକରଣ କରିବା ସ୍ଥଳେ ଏପର୍ଯ୍ୟନ୍ତ ମାତ୍ର ୧୨ ଲକ୍ଷ ଚାଷୀ ପଞ୍ଜୀକରଣ କରିଛନ୍ତି। ଗତବର୍ଷ ମାନଙ୍କରେ ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ହୋଇଅଛି। ଫଳରେ ଏଥର ମଧ୍ୟ ଧାନ ବିକ୍ରି ପଞ୍ଜୀକରଣ ଅବଧିକୁ ଆସନ୍ତା ୩୧ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯିବା ସହିତ ସମସ୍ତ ପଞ୍ଜୀକୃତ ଚାଷୀଙ୍କ ଧାନ କିଣିବା ପାଇଁ ସହଜ, ସରଳ ବ୍ୟବସ୍ଥା ନିଶ୍ଚିତ କରିବାକୁ ଦାବି ହୋଇଛି। ସଙ୍ଗଠନର ଉପଦେଷ୍ଟା ରମେଶ ମହାପାତ୍ର, ନିରଞ୍ଜନ ପଧାନ, ସଞ୍ଜୟ ଭୋଇ ଦାବିପତ୍ର ପ୍ରମୁଖ ଦାବିପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri