ଟାଟା-ବଡ଼ବିଲ ପାସେଞ୍ଜର ଟ୍ରେନ୍‌କୁ ବଲାଣୀ ଖାଦାନ ଷ୍ଟେଶନ ପର୍ଯ୍ୟନ୍ତ ସମ୍ପ୍ରସାରଣ ଦାବି

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଲାଣୀ ଖଣି ଅଞ୍ଚଳକୁ ରେଳସେବା ଯୋଗାଇ ଦେବାକୁ ଦୀର୍ଘବର୍ଷ ହେଲା ସ୍ଥାନୀୟ ଲୋକେ ଦାବି କରିଆସୁଛନ୍ତି। ସେଲ୍‌ ଅଧୀନରେ ବଲାଣୀରେ ଚାଲିଛି ଲୌହଖଣି। ଏଣୁ ଖଣି ଯୋଗୁ ସ୍ଥାନୀୟ ଲୋକ ଜମି, ଜଙ୍ଗଲ ହରାଇଥିବା ବେଳେ ପ୍ରଦୂଷଣ ଯନ୍ତାରେ ସଢୁଛନ୍ତି ଏବଂ ଏହି କାରଣରୁ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଉକ୍ତ ଖଣିରୁ ଲୁହାପଥର ପରିବହନ ପାଇଁ ରେଳପଥ ସଂଯୋଗ ହୋଇଛି। ଦୈନିକ ବହୁ ପରିମାଣରେ ଲୁହାପଥର ବଲାଣୀ ଖାଦାନ ଷ୍ଟେଶନରୁ ବାହାରକୁ ପରିବହନ ହୋଇଥାଏ। ବହୁ ସଂଖ୍ୟାରେ ଟ୍ରକ୍‌ ଚଳାଚଳ ଓ ବିପଦପୂର୍ଣ୍ଣ ରାସ୍ତାପଥ ଯୋଗୁ ଲୋକଙ୍କ ଯାତାୟାତ ସୁରକ୍ଷିତ ମଣୁନାହାନ୍ତି। ଏଣୁ ବଡ଼ବିଲ ପର୍ଯ୍ୟନ୍ତ ଆସୁଥିବା ଟାଟା-ବଡ଼ବିଲ ପାସେଞ୍ଜର ଟ୍ରେନ୍‌କୁ ବଲାଣୀ ଖାଦାନ ଷ୍ଟେଶନକୁ ସଂପ୍ରସାରଣ କରିବାକୁ ରେଳ ବିଭାଗ ମନ୍ତ୍ରୀ ଥିବା ଓଡିଶାର ରାଜ୍ୟସଭା ଏମ୍‌ପି ଅଶ୍ୱିନୀ ବୈଷ୍ଣବଙ୍କୁ ଦାବି ଜଣାଇ ବଲାଣୀ ବିକାଶ ପରିଷଦ ବୁଧବାର ଦାବିପତ୍ର ପଠାଇଛନ୍ତି। ରେଳ ବିଭାଗ ବଲାଣୀ ଖଣିରୁ ବାର୍ଷିକ ୧ ହଜାର କୋଟି ଟଙ୍କା ରାଜସ୍ବ ପାଉଛନ୍ତି। ଏଣୁ ଯାତ୍ରୀବାହୀ ଟ୍ରେନ୍‌ ଚଳାଚଳ କଲେ ଉକ୍ତ ଅଞ୍ଚଳର ଲୋକମାନେ ଉପକୃତ ହେବା ସହ ରେଳବାଇ ବିଭାଗ ଅଧିକ ରାଜସ୍ବ ପାଇବ ବୋଲି ପରିଷଦର ସାଧାରଣ ସଂପାଦକ ଶିବାଷିଶ ନନ୍ଦ କହିଛନ୍ତି।

ଏପରିକି ଆରଟିଆଇରେ ମିଳିଥିବା ତଥ୍ୟ ଅନୁଯାୟୀ, ଏହି ଷ୍ଟେଶନରେ ଯାତ୍ରୀବାହୀ ଟ୍ରେନ୍‌ ଚଳାଚଳ କରିପାରିବ ବୋଲି ସେ କହିଛନ୍ତି। ଏନେଇ ପୂର୍ବରୁ ବହୁବାର ରେଳବାଇ ବିଭାଗକୁ ଦାବି ଜଣାଇଆସିଥିଲେ ହେଁ କେବଳ ଆଶ୍ୱାସନା ମିଳିଛି। ଏଣୁ ନିରାଶ ହୋଇ ରେଳମନ୍ତ୍ରୀଙ୍କୁ ନିବେଦନ କରାଯାଇଥିବା ସେ କହିଛନ୍ତି। ଦୁଇ ମାସ ମଧ୍ୟରେ କୌଣସି ସୁବ୍ୟବସ୍ଥା ନ କରାଗଲେ ବାଧ୍ୟ ହୋଇ ସେମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?