ଫ୍ଲାଏ ଓଭର ନିର୍ମାଣ ଦାବି

କେନ୍ଦୁଝର,୧୨ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଖଣିରୁ ଲୁହାପଥର ପରିବହନ ପାଇଁ ଏନ୍‌ଏଚ୍‌ ୪୯ ରାସ୍ତା ଟ୍ରକ୍‌ ଦ୍ୱାରା ଜାମ୍‌ ଯୋଗୁ ସାଧାରଣ ଯାତାୟାତ ବ୍ୟାହତ ହେଉଛି। ଫଳରେ ଏହି ମୁମ୍ବାଇ-କୋଲକାତା ଜାତୀୟ ରାଜପଥ ବିପଦପୂର୍ଣ୍ଣ ଅବସ୍ଥାରେ ରହିଥିବାବେଳେ ଯାତାୟାତ କରୁଥିବା ଯାତ୍ରୀ/ପର୍ଯ୍ୟନ୍ତ ଜାମ୍‌ରେ ଫସି ହୀନସ୍ତା ହେବାକୁ ପଡୁଛି। ହଜାର ହଜାର ସଂଖ୍ୟାରେ ଟ୍ରକ୍‌ ଦୁଇ/ତିନି ଲାଇନ୍‌ରେ ଏହି ରାସ୍ତାରେ ଦୀର୍ଘ ସମୟ ଧରି ଲୁହାପଥର ଲୋଡିଂ ପାଇଁ ଛିଡ଼ା ହେବାକୁ ପଡୁଛି। ତେବେ ଏହାକୁ ସୁଧାରିବା ପାଇଁ ନା ପୋଲିସ ବିଭାଗ ନା ଖଣି ସଂସ୍ଥା ପଦକ୍ଷେପ ନେଉ ନ ଥିବାରୁ ଅସନ୍ତୋଷ କୁହୁଳୁଛି। ଫଳରେ ଏହି ରାସ୍ତା ଉପରେ ନିର୍ଭରଶୀଳ ଆଖପାଖ ଅଞ୍ଚଳବାସୀ ତଥା ଯାତାୟାତ କରୁଥିବା ଲାଇନ ଟ୍ରକ୍‌, ଯାତ୍ରୀ ତଥା ପର୍ଯ୍ୟଟକମାନେ ଅକଥନୀୟ ଦୁର୍ଦ୍ଦଶା ଭୋଗୁଛନ୍ତି। ବାରମ୍ବାର ଦୁର୍ଘଟଣା ଘଟି ଧନ ଜୀବନ ହାନି ଘଟିଥିଲେ ହେଁ ନିରାକରଣ କରାଯାଉନାହିଁ। ବିଶେଷକରି ଶୁଆକାଟି ଖଣି ଛକ ଓ ପୁତୁଲୁପାଣି ଖଣି ଛକ ଏହି କାରଣରୁ ବିପଦପୂର୍ଣ୍ଣ ଅବସ୍ଥାରେ ରହିଥିବାବେଳେ ଶୁଆକାଟିରୁ ଅଞ୍ଜର ପର୍ଯ୍ୟନ୍ତ ରାସ୍ତାର ଅବସ୍ଥା ଗୁରୁତର ରହିଛି। ଅନେକ ଗାଡ଼ି ଜାମ୍‌ ଯୋଗୁ ଭୁଲ ରାସ୍ତାରେ ଯାତାୟାତ କରୁଥିବା ବେଳେ ଭୁଲ ରାସ୍ତାରେ ଗାଡ଼ି ଲମ୍ବା ଧାଡ଼ିରେ ଛିଡ଼ା ହେଉଥିବା ଦେଖିବାକୁ ମିଳୁଛି। ଏଣୁ ଏହି ରାସ୍ତାର ଅନେକ ସ୍ଥାନରେ ହାତୀମାନଙ୍କ ଯାତାୟାତ ପାଇଁ ସୂଚନାଫଳକ ଲାଗିଥିଲେ ଲମ୍ବା ଟ୍ରକ୍‌ ଲାଇନ ଯୋଗୁ ହାତୀମାନେ ଚଳପ୍ରଚଳ କରିପାରୁ ନ ଥିବାରୁ ପରିବେଶବିତ୍‌ମାନେ ଅସନ୍ତୋଷ ବ୍ୟକ୍ତ କରିବା  ସହ ଫ୍ଲାଏ ଓଭର ନିର୍ମାଣ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri