ଫ୍ଲାଏ ଓଭର ନିର୍ମାଣ ଦାବି

କେନ୍ଦୁଝର,୧୨ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଖଣିରୁ ଲୁହାପଥର ପରିବହନ ପାଇଁ ଏନ୍‌ଏଚ୍‌ ୪୯ ରାସ୍ତା ଟ୍ରକ୍‌ ଦ୍ୱାରା ଜାମ୍‌ ଯୋଗୁ ସାଧାରଣ ଯାତାୟାତ ବ୍ୟାହତ ହେଉଛି। ଫଳରେ ଏହି ମୁମ୍ବାଇ-କୋଲକାତା ଜାତୀୟ ରାଜପଥ ବିପଦପୂର୍ଣ୍ଣ ଅବସ୍ଥାରେ ରହିଥିବାବେଳେ ଯାତାୟାତ କରୁଥିବା ଯାତ୍ରୀ/ପର୍ଯ୍ୟନ୍ତ ଜାମ୍‌ରେ ଫସି ହୀନସ୍ତା ହେବାକୁ ପଡୁଛି। ହଜାର ହଜାର ସଂଖ୍ୟାରେ ଟ୍ରକ୍‌ ଦୁଇ/ତିନି ଲାଇନ୍‌ରେ ଏହି ରାସ୍ତାରେ ଦୀର୍ଘ ସମୟ ଧରି ଲୁହାପଥର ଲୋଡିଂ ପାଇଁ ଛିଡ଼ା ହେବାକୁ ପଡୁଛି। ତେବେ ଏହାକୁ ସୁଧାରିବା ପାଇଁ ନା ପୋଲିସ ବିଭାଗ ନା ଖଣି ସଂସ୍ଥା ପଦକ୍ଷେପ ନେଉ ନ ଥିବାରୁ ଅସନ୍ତୋଷ କୁହୁଳୁଛି। ଫଳରେ ଏହି ରାସ୍ତା ଉପରେ ନିର୍ଭରଶୀଳ ଆଖପାଖ ଅଞ୍ଚଳବାସୀ ତଥା ଯାତାୟାତ କରୁଥିବା ଲାଇନ ଟ୍ରକ୍‌, ଯାତ୍ରୀ ତଥା ପର୍ଯ୍ୟଟକମାନେ ଅକଥନୀୟ ଦୁର୍ଦ୍ଦଶା ଭୋଗୁଛନ୍ତି। ବାରମ୍ବାର ଦୁର୍ଘଟଣା ଘଟି ଧନ ଜୀବନ ହାନି ଘଟିଥିଲେ ହେଁ ନିରାକରଣ କରାଯାଉନାହିଁ। ବିଶେଷକରି ଶୁଆକାଟି ଖଣି ଛକ ଓ ପୁତୁଲୁପାଣି ଖଣି ଛକ ଏହି କାରଣରୁ ବିପଦପୂର୍ଣ୍ଣ ଅବସ୍ଥାରେ ରହିଥିବାବେଳେ ଶୁଆକାଟିରୁ ଅଞ୍ଜର ପର୍ଯ୍ୟନ୍ତ ରାସ୍ତାର ଅବସ୍ଥା ଗୁରୁତର ରହିଛି। ଅନେକ ଗାଡ଼ି ଜାମ୍‌ ଯୋଗୁ ଭୁଲ ରାସ୍ତାରେ ଯାତାୟାତ କରୁଥିବା ବେଳେ ଭୁଲ ରାସ୍ତାରେ ଗାଡ଼ି ଲମ୍ବା ଧାଡ଼ିରେ ଛିଡ଼ା ହେଉଥିବା ଦେଖିବାକୁ ମିଳୁଛି। ଏଣୁ ଏହି ରାସ୍ତାର ଅନେକ ସ୍ଥାନରେ ହାତୀମାନଙ୍କ ଯାତାୟାତ ପାଇଁ ସୂଚନାଫଳକ ଲାଗିଥିଲେ ଲମ୍ବା ଟ୍ରକ୍‌ ଲାଇନ ଯୋଗୁ ହାତୀମାନେ ଚଳପ୍ରଚଳ କରିପାରୁ ନ ଥିବାରୁ ପରିବେଶବିତ୍‌ମାନେ ଅସନ୍ତୋଷ ବ୍ୟକ୍ତ କରିବା  ସହ ଫ୍ଲାଏ ଓଭର ନିର୍ମାଣ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri