ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି ଓଡ଼ିଶା କୃଷକ ସଭା। ବୁଧବାର ଓଡ଼ିଶା କୃଷକ ସଭାର ଗଞ୍ଜାମ ଜିଲା କମିଟି ପକ୍ଷରୁ ଜିଲାସଭାପତି ପି. ହରିକୃଷ୍ଣ ରେଡ୍ଡୀଙ୍କ ନେତୃତ୍ୱରେ ଚାଷୀମାନେ ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।
ବର୍ଷାଜଳ ଜମି ରହିବା ଯୋଗୁ ଧାନ ଫସଲ ପଚି ନଷ୍ଟ ହୋଇଥିବା ବେଳେ କେତେକ ବ୍ଲକରେ ରୁଆ ଧାନ ଧୋଇଯାଇଥିବା ଦାବିପତ୍ରରେ ଦର୍ଶାଯାଇଛି। କ୍ଷୟକ୍ଷତିର ଆକଳନ କରି ଧାନ ଚାଷୀଙ୍କୁ ଏକର ପିଛା ୨୦ ହଜାର ଟଙ୍କା ଏବଂ ପନିପରିବା ଚାଷୀଙ୍କୁ ଏକର ପିଛା ୩୦ ହଜାର ଟଙ୍କା କ୍ଷତିପୂରଣ ଦେବାକୁ ଦାବି ହୋଇଛି।
ଏଥିସହ ଧାନ ଫସଲରେ ଲାଗିଥିବା ବିଭିନ୍ନ ପୋକ ନିୟନ୍ତ୍ରଣ ପାଇଁ ଚାଷୀଙ୍କୁ ମାଗଣା କୀଟନାଶକ ଔଷଧ ଯୋଗାଣ, ରବି ଫସଲ ପାଇଁ ଋଣ, ବିହନ, ସାର ଓ ଔଷଧ ଯୋଗାଇବା ସହ କ୍ଷତିଗ୍ରସ୍ତ ଚାଷୀଙ୍କୁ ଫସଲ ବୀମା ମାଧ୍ୟମରେ କ୍ଷତିପୂରଣ ପ୍ରଦାନ ପାଇଁ ଦାବି କରାଯାଇଛି।
ସେହିପରି କ୍ଷତିଗ୍ରସ୍ତ ମତ୍ସ୍ୟଜୀବୀଙ୍କ କ୍ଷୟକ୍ଷତି ଆକଳନ କରି ଡଙ୍ଗା ଓ ଜାଲ ପାଇଁ ଆର୍ଥିକ ସହାୟତା, ଭାଙ୍ଗିଯାଇଥିବା ଘର ପାଇଁ କ୍ଷତିପୂରଣ ଏବଂ ଯୋଗ୍ୟ ପରିବାରଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଯୋଗାଇବାକୁ ମଧ୍ୟ ଦାବି ହୋଇଛି। ଏହି ଦାବିପତ୍ର ପ୍ରଦାନ ବେଳେ ଯୋଗେଶ ଚନ୍ଦ୍ର ସାହୁ, ଦୁର୍ଯ୍ୟୋଧନ ସ୍ବାଇଁ,ଭୀମ ପ୍ରଧାନ, ଏସ. ରବୀନ୍ଦ୍ର ନାଥ ଅଚାରୀ ପଦ୍ମନାଭ ପ୍ରଧାନ, ବିରଞ୍ଚି ନାରାୟଣ ସ୍ବାଇଁ ଓ କେ. ନିରଞ୍ଜନ ପ୍ରଧାନଙ୍କ ସମେତ କୃଷକ ସଭାର ବହୁ ଚାଷୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା; ବାଜିଲା ବାଜା, ଗ୍ରାମ ପରିକ୍ରମା କଲେ ଛାତ୍ରୀଛାତ୍ର

କେସିଙ୍ଗା,୩୦ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ଚିଚର୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାୟକଙ୍କୁ ବୁଧବାର ଅବସର କାଳୀନ ବିଦାୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ପ୍ରଶଂସକଙ୍କ ମନ ଜିତିଲେ ଥଲାଇଭା, ଦାମୀ କାରରେ ନୁହେଁ ବରଂ ଅଟୋରେ ଆସିଲେ ସୁଟିଂସେଟ୍

ନୂଆଦିଲ୍ଲୀ,୩୦।୯: ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକ କେତେ ଅଧିକ, ତାହାର ଆଉ ଏକ ଦୃଶ୍ୟ ମୈସୁରରେ ଦେଖିବାକୁ ମିଳିଛି । ରଜନୀକାନ୍ତଙ୍କ ଆଗାମୀ ଫିଲ୍ମ ‘ଧର୍ମନ’ର ଶୁଟିଂ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?