ବିିଶୃଙ୍ଖଳିତ ଶିକ୍ଷକଙ୍କୁ ତୁରନ୍ତ ବଦଳି ପାଇଁ ଜୋର୍‌ ଧରିଲା ଦାବି

ଦେବଗଡ଼,୨୨।୩(ଶଶାଙ୍କ ଶେଖର ଝାଙ୍କର): ଧାର୍ଯ୍ୟ ସମୟରୁ ଢେର ବିଳମ୍ବରେ ବିଦ୍ୟାଳୟକୁ ଆସୁଛନ୍ତି ଶିକ୍ଷକ। କେବଳ ଏତିକି ନୁହେଁ, ପାନ ଓ ଗୁଟଖା ଖାଇ ଶ୍ରେଣୀ କକ୍ଷରେ ଛେପ ପକାଇବା ସହ ପାଠ ପଢାଇବା ବେଳେ ଛାତ୍ରୀଛାତ୍ରମାନଙ୍କୁ ବାଡିରେ ପିଟୁଛନ୍ତି। ପାଠପଢା ସମୟରେ ଶ୍ରେଣୀ କୋଠରୀରେ ମୋବାଇଲ ଦେଖୁଛନ୍ତି। ଛାତ୍ରୀମାନଙ୍କୁ ମଧ୍ୟ ଖରାପ ବ୍ୟବହାର ପ୍ରଦର୍ଶନ କରୁଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଦେବଗଡ ଜିଲା ତିଲେଇବଣି ବ୍ଲକ ଅନ୍ତର୍ଗତ ଗୁଣ୍ଡେଇମରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ। ମାତ୍ର ବିଡମ୍ବନାର ବିଷୟ ଏହା ଯେ, ଏଭଳି ଅନେକ ପ୍ରକାର ବିଶୃଙ୍ଖଳିତ ଆଚରଣ ସତ୍ୱେ ସମ୍ପୃକ୍ତ ବିଶୃଙ୍ଖଳିତ ଶିକ୍ଷକଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ଫଳରେ ଗ୍ରାମବାସୀ ଓ ଅଭିଭାବକମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏହାକୁ ନେଇ ଶୁକ୍ରବାର ବିଦ୍ୟାଳୟ ପରିଚାଳନା ସମିତି ସଭାପତି ଦିଲୀପ ନାୟକଙ୍କ ନେତୃତ୍ୱରେ ଗ୍ରାମବାସୀ, ଅଭିଭାବକ ଓ ପରିଚାଳନା ସମିତି ସଦସ୍ୟାସଦସ୍ୟ ଦେବଗଡ଼ ଜିଲା ଶିକ୍ଷା ଅଧିକାରୀ ଗେନ୍ଦ୍ରା କୁଜୁରଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେମାନେ ତାଙ୍କୁ ସାକ୍ଷାତ କରିବା ସହ ବିଶୃଙ୍ଖଳିତ ଶିକ୍ଷକଙ୍କୁ ତୁରନ୍ତ ବଦଳି ପାଇଁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ ଯେ, ବିଦ୍ୟାଳୟରେ ସମ୍ପୃକ୍ତ ଶିକ୍ଷକଙ୍କ ଏତାଦୃଶ ଆଚରଣ ଜାରି ରହିଥିବା ବେଳେ ଏଭଳି ଆଚରଣରୁ କ୍ଷାନ୍ତ ହେବା ନିମନ୍ତେ ଉକ୍ତ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁଜିତ କୁମାର ପାତ୍ର ଏକାଧିକ ବାର ଚେତାବନୀ ଦେଇଥିଲେ। ଏହା ସତ୍ତ୍ୱେ ଆଚରଣରେ କୌଣସି ସୁଧାର ନ ଆସିବାରୁ ପ୍ରଦାନ ଶିକ୍ଷକ ପାତ୍ର ଏ ନେଇ ଗତ ଫେବୃୟାରୀ ୨୧ ତାରିଖରେ ପତ୍ର ସଂଖ୍ୟା-୬୦୩/ ତା ୨୧-୨-୨୦୨୫ରେ ଲିଖିତ ଭାବେ ଜିଲା ଶିକ୍ଷା ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହା ଆଧାରରେ ଜିଲା ଶିକ୍ଷା ଅଧିକାରୀ ଅଭିଯୋଗର ତଦନ୍ତ ପାଇଁ ତିଲେଇବଣି ବ୍ଲକ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ନିର୍ଦ୍ଦେଶ ଅନୁଯାୟୀ ଗତ ୫ ତାରିଖରେ ତିଲେଇବଣି ବ୍ଲକର ଅତିରିକ୍ତ ଗୋଷ୍ଠି ଶିକ୍ଷା ଅଧିକାରୀ ନାରାୟଣ ସିଂ ସାମାଡ ଓ ସୁଶାନ୍ତ କୁମାର ସାହୁ, ତିଲେଇବଣି କ୍ଲଷ୍ଟର ସିଆର୍‌ସିସି ଅଶୋକ କୁମାର ସାହୁ ଓ ସୁଗୁଡା କ୍ଲଷ୍ଟରର ସିଆର୍‌ସିସି ପ୍ରାଣବନ୍ଧୁ ଘଡେଇ ବିଦ୍ୟାଳୟରେ ପହଞ୍ଚତ୍ ଛାତ୍ରୀଛାତ୍ରମାନଙ୍କ ବୟାନ ଆଧାରରେ ଘଟଣା ତଦନ୍ତ କରିଥିଲେ। ସେହିପରି ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ ପ୍ରଦାନ ଶିକ୍ଷକ କରିଥିବା ଅଭିଯୋଗ ସମ୍ପର୍ଣ୍ଣ ସତ୍ୟ ବୋଲି ଦର୍ଶାଇ ତିଲେଇବଣି ବ୍ଲକ ଶିକ୍ଷା ଅଧିକାରୀଙ୍କୁ ରିପୋର୍ଟ ପ୍ରଦାନ କରିଥିଲେ। ହେଲେ ବର୍ତ୍ତମାନ ପର୍ଯ୍ୟନ୍ତ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ। ଫଳରେ ଗ୍ରାମବାସୀ ଶୁକ୍ରବାର ବାଧ୍ୟ ହୋଇ ପୁଣିଥରେ ଜିଲା ଶିକ୍ଷା ଅଶଧିକାରୀଙ୍କ ଦ୍ୱାରସ୍ଥ ହେବା ସହ ସମ୍ପୃକ୍ତ ଶିକ୍ଷକଙ୍କୁ ତୁରନ୍ତ ବଦଳି କରିବାକୁ ଦାବି କରିଥିଲେ। ଅନ୍ୟଥା ସେମାନେ ପିଲାଙ୍କୁ ଆଉ ବିଦ୍ୟାଳୟକୁ ଛାଡିବେ ନାହିଁ ବୋଲି ୬୪ଜଣ ଗ୍ରାମବାସୀଙ୍କ ଦସ୍ତଖତ ସମ୍ବଳିତ ଦାବିପତ୍ର ମାଧ୍ୟମରେ ଲିଖିତ ଚେତାବନୀ ଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଝିଅର ଜୀବନ ବଞ୍ଚାଇବାକୁ ଏମିତି ଅପିଲ କଲେ ମହିଳା ପ୍ରଶଂସକ, ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ମହିଳା ସୁରକ୍ଷା ଭାଙ୍ଗୁଥିବା ଏବଂ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ପାଖକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri