ବେଲବାହାଳି ପୋଲ ବିମ୍‌ ଭୁଶୁଡ଼ିବା ଘଟଣାର ତଦନ୍ତ ଦାବି

କେନ୍ଦୁଝର,୨୩ା୧୧(ସ୍ବ.ପ୍ର.): ଘଷିପୁରା ଥାନା ଅନ୍ତର୍ଗତ ବେଲବାହାଳି ଏନ୍‌ଏଚ୍‌ ୨୦ରେ ଗତ ୨୧ ତାରିଖରେ କୁଶେଇ ନଦୀ ଉପରେ ନିର୍ମାଣାଧୀନ ପୋଲର ବିମ୍‌ ଭୁଶୁଡିବା ଘଟଣାର ତଦନ୍ତ ଏକ ଟେକ୍‌ନିକାଲ କମିଟି ଦ୍ୱାରା ଯାଞ୍ଚ ଦାବି ହୋଇଛି। ସ୍ଥାନୀୟ ଜିଲା ପରିଷଦ ସଭ୍ୟା ଅସୀମା ମିଶ୍ର ଏହି ଦାବି କରିଛନ୍ତି ା ସେହିପରି ଉକ୍ତ ଘଟଣାରେ ୩ ଜଣ ଶ୍ରମିକ ଆହତ ହୋଇଥିବାରୁ ଶ୍ରମ ବିଭାଗ ପକ୍ଷରୁ ମାମଲା ରୁଜୁ କରି ତଦନ୍ତ ଦାବି କରିଛନ୍ତି। ସେଠାରେ ବାହାର ରାଜ୍ୟର ଶ୍ରମିକ କାମ କରୁଥିବାରୁ ଆନ୍ତଃରାଜ୍ୟ ଶ୍ରମ ଲାଇସେନ୍ସ ଅଛି କି ନାହିଁ ଯାଞ୍ଚ କରିବା ସହ ସେମାନଙ୍କୁ ଉପଯୁକ୍ତ କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି। ଏତେ ବଡ଼ ଦୁର୍ଘଟଣା ଘଟିଥିଲେ ହେଁ ପୋଲିସ ପକ୍ଷରୁ କେସ ରୁଜୁ କରି ତଦନ୍ତ କରିବାକୁ ଦାବି କରିଛନ୍ତି। ପୋଲର କଂକ୍ରିଟ ବିମ୍‌ ଭୁଶୁଡ଼ିବା କାରଣରୁ ଏହାର ପ୍ରଭାବ ସମ୍ପୂର୍ଣ୍ଣ ପୋଲ ଉପରେ ପଡ଼ିଥିବାରୁ ଏହାର ସ୍ଥାୟୀତ୍ୱକୁ ନେଇ ସ୍ଥାନୀୟ ଲୋକ ପ୍ରଶ୍ନ କରିବା ସହ ପୁନଃ ନିର୍ମାଣ ଦାବି କରିଛନ୍ତି। ଏହି ସମ୍ବେଦନଶୀଳ ଘଟଣାକୁ ଚପାଇ ଦେବାକୁ ଉଦ୍ୟମ କରାଯାଉଥିବାରୁ ଏହାର ତଦନ୍ତ କରି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri