ଉନ୍ନୟନ କାର୍ଯ୍ୟରେ ହୋଇଥିବା ଦୁର୍ନୀତିର ତଦନ୍ତ ଦାବି

ପଟ୍ଟାମଣ୍ଡାଇ,୧୮ା୨(ସ୍ବ.ପ୍ର.): ପଟ୍ଟାମଣ୍ଡାଇ ମ୍ୟୁନିସିପାଲିଟି ପକ୍ଷରୁ କରାଯାଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ନଗର କଂଗ୍ରେସ କମିଟି ପକ୍ଷରୁ ଅଭିଯୋଗ ହୋଇଛି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଗଲେ ବହୁ ଗୁପ୍ତ ରହସ୍ୟ ଲୋକଲୋଚନକୁ ଆସିବ ବୋଲି କମିଟି ପକ୍ଷରୁ କୁହାଯାଇଛି। ୨୦୨୨ ଅଗଷ୍ଟ ୩୧ ସ୍ବାୟତ୍ତ ଶାସନ ଦିବସ ପାଳନ ଅବସରରେ ରାଜ୍ୟ ସଭା ସଦସ୍ୟ ମାନସ ରଞ୍ଜନ ମଙ୍ଗରାଜ ଯୋଗଦେଇ ପଟ୍ଟାମୁଣ୍ଡାଇ ପୌର ପରିଷଦ ଦ୍ୱାରା ନିର୍ମିତ ୩ଟି ପ୍ରକଳ୍ପ ସ୍ମାର୍ଟ ପାର୍କ, ଭେଣ୍ଡିଂ ଜୋନ ଓ ପ୍ରେକ୍ଷାଳୟ ଲୋକାର୍ପଣ କରିଥିଲେ। ଇତିମଧ୍ୟରେ ୫ ମାସ ବିତିଯାଇଥିଲେ ମଧ୍ୟ ପ୍ରେକ୍ଷାଳୟ ଓ ସ୍ମାର୍ଟ ପାର୍କ କାହାରି କାମରେ ଆସୁନାହିଁ। ଭେଣ୍ଡିଂ ଜୋନ ଅଧାପନ୍ତରିଆ ହୋଇ ରହିଛି। ସେହିପରି ୨୦୧୮ ସ୍ବାୟତ୍ତ ଶାସନ ଦିବସରେ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ହୋଇଥିଲା। ମାତ୍ର ୫ ବର୍ଷ ବିତିଯାଇଥିଲେ ମଧ୍ୟ କୌଣସି ସଭା ସମିତି, ବିବାହ, ବ୍ରତ ଆଦି କାର୍ଯ୍ୟରେ ବ୍ୟବହୃତ ହେଉ ନ ଥିବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ସେହିପରି ଶିଶୁ ପାର୍କର ସମସ୍ତ ଆସବାବପତ୍ର ବ୍ୟବହାର ହୋଉ ନ ଥିବାରୁ ନଷ୍ଟ ହେବାକୁ ବସିଲାଣି। ୨୦୨୦ ମାର୍ଚ୍ଚଠାରୁ ୨୦୨୨ ଅକ୍ଟୋବର ପର୍ଯ୍ୟନ୍ତ ମୁକ୍ତା ଯୋଜନା ମାଧ୍ୟମରେ ୨୦ଟି ୱାର୍ଡରେ ୨୮୫ଟି ଜଳ ସଂରକ୍ଷଣ ପ୍ରକଳ୍ପ ବାବଦକୁ ମୋଟ ୧ କୋଟି ୧୩ ଲକ୍ଷ ୫୪ ହଜାର ୩ ଟଙ୍କା ଖର୍ଚ୍ଚ ହୋଇଛି। ମାତ୍ର ସେହି ଜଳ ଅମଳ ପ୍ରକଳ୍ପଗୁଡ଼ିକର ଏବେ ଆଉ ଚିହ୍ନବର୍ଣ୍ଣ ନାହିଁ। କେବଳ ଫଳକ ଦେବାଲ ଅଛି, ଲେଖା ଲିଭିଗଲାଣି, ଜଳ ଅମଳ ପ୍ରକଳ୍ପଗୁଡ଼ିକ ପଡ଼ି ରହିଛି। ମ୍ୟୁନିସିପାଲିଟି କର୍ତ୍ତୃପକ୍ଷଙ୍କ ଏଭଳି ବେଆଇନ ତଥା ମନମୁଖି କାର୍ଯ୍ୟରେ ପୌରାଞ୍ଚଳବାସୀ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ପଟ୍ଟାମୁଣ୍ଡାଇ ମ୍ୟୁନିସିପାଲିଟି ମାକେର୍ଟ କମ୍ପ୍ଲେସ ନିକଟରେ ଏକ ବୟନିକା ବିକ୍ରୟ କେନ୍ଦ୍ର ଗୃହ ନିର୍ମାଣ କରାଯାଇଥିଲା। ସେହି ଘରେ ବୟନିକା ବିକ୍ରୟ କେନ୍ଦ୍ର ୨୦୧୯ ମାର୍ଚ୍ଚ ୬ରେ ଉଦ୍‌ଘାଟିତ ହୋଇଥିଲା। ମାତ୍ର ପରବର୍ତ୍ତୀ ସମୟରେ ସରକାରୀ ଘରୁ ବୟନିକାକୁ ବନ୍ଦ କରାଇ ଜଣେ ବ୍ୟକ୍ତିଙ୍କୁ ଲିଜ ସୂତ୍ରରେ ପ୍ରଦାନ କରାଯାଇଛି। ଅନ୍ୟପକ୍ଷରେ ବିଦ୍ୟୁତ୍‌ ଷ୍ଟ୍ରିଟ ଲାଇଟ ମରାମତି ପାଇଁ ଅସିଥିବା ଗାଡି ଇଲେକ୍‌ଟ୍ରିକ ଅଫିସରେ ପଡ଼ି ଖତ ଖାଉଛି।
ଏ ସମ୍ପର୍କରେ ମ୍ୟୁନିସିପାଲିଟି କାର୍ଯ୍ୟ ନିର୍ବାହୀ ଅଧିକାରୀ ସମ୍ପଦ କୁମାର ସ୍ବାଇଁଙ୍କୁ ପଚାରିବାରେ ମାକେର୍ଟ କମ୍ପ୍ଲେସ ନିକଟ ଗୃହ କାହାକୁ ଭଡା ସୂତ୍ରରେ ଦିଆଯାଇନାହିଁ ବୋଲି ସେ ସ୍ପଷ୍ଟ କରିଥିଲେ। ଏହାଛଡା ୨୦୧୯ ସ୍ବାୟତ୍ତ ଶାସନ ଦିବସ ଅବସରରେ ୭୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ କଚେରି ପୋଖରୀ ପୁନରୁଦ୍ଧାର କାର୍ଯ୍ୟ, ଉଠା ଦୋକାନୀମାନଙ୍କୁ ଉପଯୁକ୍ତ ଥଇଥାନ କରିବାକୁ ୧ କୋଟି ୨୦ ଲକ୍ଷ ଟଙ୍କା ବ୍ୟୟରେ ମହାବୀର ବଜାରଠାରେ ଭେଣ୍ଡିଂ ଜୋନ, ୧ କୋଟି ଟଙ୍କା ବ୍ୟୟରେ ମଲ୍ଟି ଷ୍ଟୋରେଡ ମାର୍କେଟ କମ୍ପ୍ଲେକ୍ସ, ଯଜ୍ଞ ପଡିଆର ଉନ୍ନତୀକରଣ କାର୍ଯ୍ୟର ଶୁଭ ଦିଆଯାଇଥିବାବେଳେ ତାହାର ଅଗ୍ରଗତି ହେଉନାହିଁ। ସେହିଭଳି ୧ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ହୋଇଥିବା ଇକୋ-ଟଏଲେଟ କାର୍ଯ୍ୟ ଅଧାପନ୍ତରିଆ ହୋଇ ପଡିରହିଛି। ଏହାଛଡା ମ୍ୟୁନିସିପାଲିଟି ପକ୍ଷରୁ ବିଦ୍ୟୁତ୍‌ ସାମଗ୍ରୀ, ବକେଟ, ଡଷ୍ଟବିନ୍‌, ମଶାତେଲ, ବ୍ଲିଚିଂ, ଅଫିସ ସରଞ୍ଜାମ କିଣାରେ ବ୍ୟାପକ ଦୁର୍ନୀତି ହୋଇଛି। ସେହିପରି ମ୍ୟୁନିସିପାଲିଟି କାର୍ଯ୍ୟାଳୟର ସୌନ୍ଦର୍ଯ୍ୟକରଣ ପାଇଁ ଆସିଥିବା ଟଙ୍କା ଅନ୍ୟ କାର୍ଯ୍ୟରେ ବିନିଯୋଗ ହୋଇଥିବା ଅଭିଯୋଗ ହୋଇଛି। ଏହି ଦୁର୍ନୀତିର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ପଟ୍ଟାମୁଣ୍ଡାଇ ନଗର କଂଗ୍ରେସ କମିଟି ସଭାପତି ଅମୂଲ୍ୟ ପ୍ରଧାନ, ପୂର୍ବତନ କାଉନସିଲର ହିରଣ୍ୟ ରାଉତ, କଳାକାର ସେଠୀ, ସେକ୍‌ ଅମରୁଲ, ରାମଚନ୍ଦ୍ର ନାୟକ, ସନାତନ ବିଶ୍ୱାଳ, ତପନ ପାତ୍ର, ଆଲୋକ ଧଳ ପ୍ରମୁଖ ରାଜ୍ୟ ସରକାର ଓ ଜିଲା ପ୍ରଶାସନଙ୍କ ନିକଟରେ ଦାବି କରିଛନ୍ତି। ସେହିପରି ବରିଷ୍ଠ ନାଗରିକଙ୍କ ପକ୍ଷରୁ ପ୍ରଫେସର ଭରତ ଚନ୍ଦ୍ର ପାତ୍ର, କଣ୍ଡୁରୀ ଚରଣ ସ୍ବାଇଁ ଓ ସାମାଜିକ କର୍ମୀ ଗୋପୀନାଥ ତ୍ରିପାଠୀ ପ୍ରମୁଖ ତଦନ୍ତ ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri