ରାସ୍ତାରେ ପାଣି ସିଞ୍ଚନ ଦାବି

ତାଳଚେର, ୨୧ା୩ (ନି.ପ୍ର,): ତାଳଚେର ଦେଇ ଯାଇଥିବା ଜାତୀୟ ରାଜପଥରୁ ମେସିନ ସାହାଯ୍ୟରେ ଧୂଳି ଉଠାଇବା ଏବଂ ପାଣି ସଞ୍ଚନ କରିବା ଦାବି ନେଇ ସୋମବାର ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରସ୍ଥିତ ସଭାଘର ଠାରେ ଆୟୋଜିତ ଜିଲାପାଳଙ୍କ ମିଳିତ ଜନଶୁଣାଣି ଶିବିରରେ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏହି ଶିବିରରେ ଅତିରିକ୍ତ ଜିଲାପାଳ ସନ୍ତୋଷ ପ୍ରଧାନ, ଜିଲା ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ର, ତାଳଚେର ଉପଜିଲାପାଳ ବିଶ୍ୱରଞ୍ଜନ ରଥ ପ୍ରମୁଖ ଉପସ୍ଥିତ ଥିଲେ। ଦାବିପତ୍ରରେ ଉଲ୍ଲେଖ କରାଯାଇଛି, ଜାତୀୟ ରାଜପଥର ବାଙ୍କଧରା ଠାରୁ ଚାଇଁପାଳ ପର୍ଯ୍ୟନ୍ତ ଦୈନନ୍ଦିନ ସହସ୍ରାଧିକ କୋଇଲା ଟ୍ରକ୍‌ ଯାତାୟାତ କରୁଥିବାରୁ ରାସ୍ତାରେ ମାତ୍ରାଧିକ ଧୂଳି ଜମାହୋଉଛି। ଫଳରେ ଗମନାଗମନ ବେଳେ ଜନସାଧାରଣ ଘୋର ଅସୁବିଧାର ସମ୍ମୁଖୀନ ସହ ଦୁର୍ଘଟଣାମାନ ଘଟୁଛି। ରାଜପଥର ଉଭୟ ପାର୍ଶ୍ୱରେ ସ୍କୁଲ, କଲେଜ ଏବଂ ବିଭିନ୍ନ ଅଫିସ ମଧ୍ୟ ରହିଛି। ପିଲାମାନେ ସ୍କୁଲ ଓ କଲେଜକୁ ଯିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ରାଜପଥରେ ଯାତାୟାତ କରୁଥିବା କୋଇଲା ବୋଝେଇ ଟ୍ରକ୍‌ଗୁଡିକ ସର୍ବନିମ୍ନ ୨୦ ସ୍ପିଡ୍‌୍‌ରେ ଯାତାୟାତ କରାଯାଉ। ଏହି ଦାବିପତ୍ର ଉପରେ ବିଚାର କରି ଆଗାମୀ ଦିନରେ ସମସ୍ୟା ସମାଧାନ କରାଯିବ ବୋଲି ଅତିରିକ୍ତ ଜିଲାପାଳ ପ୍ରତିଶ୍ରୁତି ଦେଇଥିଲେ। ଏହି ଦାବିପତ୍ର ପ୍ରଦାନ ବେଳେ ଯୁବନେତା ସଂଗ୍ରାମ କେଶରୀ କୁଅଁର, ସାମାଜିକ କର୍ମୀ ଗୋପବନ୍ଧୁ ସାହୁ, ପରିବେଶବିତ୍‌ ବାଉରୀବନ୍ଧୁ ବେଜ, ଆଇନଜୀବୀ ଜମ୍ବେଶ୍ୱର ପଟ୍ଟନାୟକ, ବିନୋଦ ଲାଲ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ…

କଣ କେନ୍ଦ୍ର କର୍ମଚାରୀଙ୍କୁ କରୋନା ସମୟରେ ଅଟକିଥିବା ୧୮ ମାସର DA ଏରିୟର ମିଳିବ? ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୩।୭: ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ (8ମ ବେତନ କମିଶନ) ଏବେ ପୂରା ଆକ୍ସନ ମୋଡ଼ରେ ।…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ବର,୩ା୭: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି…

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ବନ ମହୋତ୍ସବ ସପ୍ତାହ, ସାନଖେମୁଣ୍ଡି କୋର୍ଟ ପରିସରରେ ଚାରା ରୋପଣ କଲେ ମାଜିଷ୍ଟ୍ରେଟ 

ଦିଗପହଣ୍ଡି,୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ଆନୁକୁଲ୍ୟରେ  ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri